ଜମି ଅଧିଗ୍ରହଣକୁ ବିରୋଧ: ୭୦ କିମି ପଦଯାତ୍ରାରେ ଆସି ଧାରଣା ଦେଲେ ଆଦିବାସୀ

ସୁନ୍ଦରଗଡ଼,୨୧।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁରରେ ଥିବା ଏକ ଘରୋଇ କମ୍ପାନୀର ଚୂନ ପଥର ଖଣି ସମ୍ପ୍ରସାରଣ ପାଇଁ ଜମି ଅଧଗ୍ରହଣ ପ୍ରକ୍ରିୟାକୁ ବିରୋଧ କରି ଆଦିବାସୀ ଶୁକ୍ରବାର ସୁନ୍ଦରଗଡ଼ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଇଛନ୍ତି। ଗତ ୧୮ ତାରିଖରୁ ରାଜଗାଙ୍ଗପୁର କେଶ୍ରାମାଲରୁ ବାହାରିଥିବା ଏହି ୭୦ କିମି ପଦଯାତ୍ରାରେ ଶତାଧିକ ଆଦିବାସୀ ମହିଳା ପୁରୁଷ ସାମିଲ ହୋଇଛନ୍ତି। ପୂର୍ବାହ୍ନ ୧୧ଟାରେ ଜିଲାପାଳଙ୍କ ଅଫିସ ଆଗରେ ଧାରଣା ଦେଇ ଜିଲା ପ୍ରଶାସନ ତୁରନ୍ତ ଜମି ଅଧଗ୍ରହଣ ପ୍ରକ୍ରିୟାକୁ ବାତିଲ କରିବାକୁ ଆଦିବାସୀମାନେ ଦାବି କରିଛନ୍ତି।

ଆନ୍ଦୋଳନରେ ପରିବେଶବିତ୍‌ ପ୍ରଫୁଲ୍ଲ ସାମନ୍ତରା ଯୋଗଦେଇ ଭିଟାମାଟି ପାଇଁ ଆନ୍ଦୋଳନ କରୁଥିବା ଆଦିବାସୀଙ୍କ ଜୀବନ ଜୀବିକାକୁ ରକ୍ଷା କରି ସମ୍ବିଧାନ, ଜଙ୍ଗଲ ଅଧିକାର, ନୂତନ ଜମି ଅଧିଗ୍ରହଣ ନୀତି ଅନୁଯାୟୀ ଗ୍ରାମସଭାକୁ ସମ୍ମାନ ଜଣାଇ ପ୍ରଶାସନ କାର୍ଯ୍ୟ କରୁ ବୋଲି ଦାବି କରିଛନ୍ତି। ଆନ୍ଦୋଳନରେ ରାଜଗାଙ୍ଗପୁର ବିଧାୟକ ସିଏସ୍‌ ରାଜେନ ଏକ୍କା, ଜିଲା କଗ୍ରେସ କମିଟି ସଭାପତି ବେଣୁମାଧବ ତ୍ରିପାଠୀ, ଅମିତା ବିଶ୍ବାଳ, ବିବୋଲ ଟପ୍ପୋ, ବିନୟ ଭୂଷଣ ବାର୍ଲା, ନିଳିମା ଟପ୍ପୋଙ୍କ ସମେତ ୫ଟି ପଞ୍ଚାୟତର ପ୍ରଭାବିତ ଗ୍ରାମବାସୀ ଏହି ଧାରଣାରେ ସାମିଲ ହୋଇଛନ୍ତି।

ସୂଚନାଯୋଗ୍ୟ, କମ୍ପାନୀ ପକ୍ଷରୁ ଚୂନପଥର ଖଣି ସମ୍ପ୍ରସାରଣ ପାଇଁ ରାଜଗାଙ୍ଗପୁର ବ୍ଲକର ଅଲଣ୍ଡା, କୁକୁଡ଼ା, କେଶ୍ରାମାଲ, କଟଙ୍ଗ ଓ ଝରଗପୁର ପଞ୍ଚାୟତର ୭୧୭, ୬୩ ଏକର ଜମି ଆବଶ୍ୟକ ହେଉଛି। ଏଥିପାଇଁ ପ୍ରଭାବିତ ହେବାକୁ ଥିବା ଗ୍ରାମବାସୀ ଜମି ଅଧଗ୍ରହଣକୁ ବିରୋଧ କରୁଛନ୍ତି। ନିଜ ଗାଁ ଭିଟାମାଟି ଛାଡିବୁ ନାହିଁ କହି ଜମି ଅଧିଗ୍ରହଣ ପ୍ରକ୍ରିୟାକୁ ବିରୋଧ କରି ଏହି ପଦଯାତ୍ରାରେ ଆସି ସୁନ୍ଦରଗଡ଼ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣାରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri