ଯାଞ୍ଚ ନ କରି ଜରିମାନା ଆଦାୟକୁ ବିରୋଧ: ଆର୍‌ଟିଓ ଘେରିଲେ ଯୁବଗୋଷ୍ଠୀ

ପାରଳାଖେମୁଣ୍ଡି,୨୯ା୧୧(ଡି.ଏନ.ଏ.): ଗଜପତି ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର କେତେକ କାର୍ଯ୍ୟକଳାପକୁ ନାପସନ୍ଦ କରି ପାରଳାଖେମୁଣ୍ଡିର ଯୁବଗୋଷ୍ଠୀ ପରିବହନ ଅଧିକାରୀ ଶାନ୍ତନୁ ପରିଡ଼ାଙ୍କ ସହ ଆଲୋଚନା କରିଛନ୍ତି। ସହରରେ କିଛି ଦିନ ହେଲା ବିଭାଗ ପକ୍ଷରୁ ମନଇଚ୍ଛା ଅଧିକରୁ ଅଧିକ ଜରିମାନା ଆଦାୟ କରାଯାଉଥିବାରୁ ସେମାନେ ଏହାକୁ ବିରୋଧ କରିଛନ୍ତି। ବିଭାଗୀୟ କର୍ମଚାରୀମାନେ କୌଣସି ଯାଞ୍ଚ ନ କରି ଲୁଚି ଛପି ବିଭିନ୍ନ ଗାଡିର ଫଟୋ ଉଠାଇ ନେଇ ଜରିମାନା ସମ୍ପର୍କରେ ମୋବାଇଲ ଫୋନକୁ ମେସେଜ ପଠାଉଛନ୍ତି। ବିଶେଷକରି ଦୁଇଚକିଆ ଯାନଗୁଡିକ ଉପରେ କେବଳ ଫୋଟ ଉଠାଇ ୫ହଜାର ଟଙ୍କାରୁ ଉର୍ଦ୍ଧ୍ୱ ଜରିମାନା ପକାଉଛନ୍ତି । ଯଦି ଜଣେ ହେଲମେଟ ପରିଧାନ କରି ନ ଥିବ ଏବଂ ତାର ସମସ୍ତ କାଗଜପତ୍ର ଠିକ ଥିବ ସେଠାରେ ବି ୫ହଜାରରୁ ଉର୍ଦ୍ଧ୍ୱ ଜରିମାନା କରାଯାଉଥିବା ସମ୍ପର୍କରେ ଅଭିଯୋଗ କରିଥିଲେ। ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେବା ଲାଗି ଯୁବଗୋଷ୍ଠୀଙ୍କ ପକ୍ଷରୁ ଦାବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗସ୍ତରେ ପ୍ରଭାତୀ ପରିଡ଼ା, ବାପାଙ୍କ ଅଧୁରା କାମକୁ ସମ୍ପୂର୍ଣ କରିବି କହି….

କେସିଙ୍ଗା,୯।୨(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  । ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ସୋମବାର ପୂର୍ବାହ୍ନ ୧୦.୩୦…

ଉକୁଣୀ ନେଲା କୁନି ଝିଅର ଜୀବନ, ଖପୁରୀକୁ ଆକ୍ରାନ୍ତ କରି…

ପୁରୀ,୯।୨: ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ ଏକ ଅଜବ ଘଟଣା ଘଟିଛି। ଉକୁଣୀ ପାଇଁ ୧୨ ବର୍ଷିୟା କୁନି ଝିଅର ମୃତ୍ୟୁ ହୋଇଛି।…

ୟୁଜିସି ବିଲ୍‌କୁ ବିରୋଧ: ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଦାବିପତ୍ର

ପଦ୍ମପୁର,୯।୨(ପ୍ରଦୀପ୍ତ ଦାଶ): ସାରା ଦେଶରେ ୟୁଜିସି ବିଲକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ଏହାର ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ସୋମବାର ପଦ୍ମପୁର ବ୍ରାହ୍ମଣ ସମାଜ ତରଫରୁ…

ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…

ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି ।…

୩୦୮୨ ସେଣ୍ଟରରେ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୯।୨: ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ରାଜ୍ୟର ୩୦୮୨ ସେଣ୍ଟରରେ ମାଟ୍ରିକ ପରୀକ୍ଷା…

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri