ପିପଳପଙ୍କା ଡ୍ୟାମ ନିର୍ମାଣକୁ ବିରୋଧ, ଋଷିକୂଲ୍ୟା ସୁରକ୍ଷା କ୍ରିୟାନୁଷ୍ଠାନ କମିଟିର ପଦଯାତ୍ରା

ଛତ୍ରପୁର, ୨୩।୩(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜ଼ିଲା ସୋରଡ଼ାରେ ପିପଳପଙ୍କାରେ ଋଷିକୂଲ୍ୟା ନଦୀର ଜଳକୁ ଅଟକାଇ ଏକ ଡ୍ୟାମ ନିର୍ମାଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିରୋଧ କରି ଋଷିକୂଲ୍ୟା ସୁରକ୍ଷା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଗତ ୧୬ ତାରିଖରୁ ଋଷିକୂଲ୍ୟା ସୁରକ୍ଷା ପଦଯାତ୍ରା ଆରମ୍ଭ କରାଯାଇଛି। ଏହି ପଦଯାତ୍ରା ରବିବାର ଛତ୍ରପୁର ବ୍ଲକରେ ପହଞ୍ଚିଛି। ପରେ ପଦଯାତ୍ରାକୁ କୃଷକ ସଂଗଠନ, ଚାଷୀ, ସରପଞ୍ଚ ଓ ସମିତିସଭ୍ୟ ପକ୍ଷରୁ ସ୍ବାଗତ କରାଯାଇଛି।

ରାଜ୍ୟ ସରକାର ଛତ୍ରପୁର ଠାରେ ଥିବା ଶିଳ୍ପ କୁ ପାଣି ଯୋଗାଇ ଦେବାକୁ ଡ୍ୟାମ ନିର୍ମାଣ ଯୋଜନା କରୁଥିବାବେଳେ ଏହାଦ୍ବାରା ତଳିଆ ଅଞ୍ଚଳର ଜନସାଧାରଣ ଜଳ ନ ପାଇ ବେଶ ପ୍ରଭାବିତ ହେବାର ଆଶଙ୍କା ରହିଥିବା ଏଠାରେ କୁହାଯାଇଥିଲା। ପଦଯାତ୍ରାରେ ପରିବେଶବିତ ପ୍ରଫୁଲ୍ଲ ସାମନ୍ତରାୟ ଋଷିକୁଲ୍ୟା କ୍ରିୟାନୁଷ୍ଠାନ କମିଟିର ସଂଯୋଜକ ଭାଲ ଚନ୍ଦ୍ର ଷଡଙ୍ଗୀ, ଋଷିକୂଲ୍ୟା ରଯତ ମହାସଂଘ ସମ୍ପାଦକ ସୀମାଞ୍ଚଳ ନାହାକ ସମେତ ଶତାଧିକ କୃଷକ ଓ ଜନସାଧାରଣ ସାମିଲ ହୋଇଥିଲେ। ଜଳବାୟୁରେ ପରିବର୍ତ୍ତନ ଯୋଗୁ ଋଷିକୂଲ୍ୟା ନଦୀ ଶୁଷ୍କ ହୋଇଯାଇଛି। ଏପଟେ ରାଜ୍ୟ ସରକାର ଡ୍ୟାମ ର୍ନିମାଣ କରି ପାଣିକୁ ଅଟକାଇଲେ ନଦୀର ତଳିଆ ଅଞ୍ଚଳର ଜନବସତି ଉପରେ ଏହାର ପ୍ରଭାବ ପଡ଼ିବ।ଏହାକୁ ପ୍ରତିହତ କରିବା ପାଇଁ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ପଦଯାତ୍ରା ଆରମ୍ଭ ହୋଇଥିବା ସଭାରେ କୁହାଯାଇଥିଲା।

ରବିବାର ବଡମାଧପୁର ଓ ପୋଟଲାମପୁର ପଞ୍ଚାୟତର ବିଭିନ୍ନ ଗ୍ରାମରେ ଅନୁଷ୍ଠିତ ପଦଯାତ୍ରାରେ ପରିବେଶବିତ ପ୍ରଫୁଲ୍ଲ ସାମନ୍ତରା ଉଦ୍‌ବୋଧନ ଦେଇ ସଚେତନତା କରାଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଋଷିକୂଲ୍ୟା ରୟତ ମହାସଭାର ସମ୍ପାଦକ ସିମାଞ୍ଚଳ ନାହାକ, ବଡମାଧାପୁର ଶ୍ୟାମାକାଳୀ ଯୁବକ ସଂଘର ସଭାପତି ଏସ.ଯୁଧିଷ୍ଠିର ରେଡ୍ଡୀ, ଶିବରଞ୍ଜନ ସାହୁ, ମହେନ୍ଦ୍ର ଗୌଡ, ପଂଚାୟତ ନେତା ଶିବଶଙ୍କର ସେଠୀ, ପୂର୍ବତନ ଜିଲା ପରିଷଦ ସଭ୍ୟ ଏସ୍‌.କିଶୋର ରେଡ୍ଡୀ,ପୋଟଲାମପୁର ସରପଞ୍ଚ ନିରଞ୍ଜନ ପ୍ରଧାନ, ସମିତିସଭ୍ୟ ଶମ୍ବୁନାଥ ସ୍ବାଇଁ, ଚାଷୀନେତା ରାଜେନ୍ଦ୍ର ନାହାକ, ସନ୍ୟାସୀ ସ୍ବାଇଁ, ରଞ୍ଜନ ସେଠୀ, ଲଡୁକିଶୋର ପ୍ରଧାନ, ଶତ୍ରୁଘ୍ନ ବିଶ୍ୱାଳ, ରାଜେନ୍ଦ୍ର ନାହାକଙ୍କ ବହୁ ଜନସାଧାରଣ ଏହି ପଦଯାତ୍ରାରେ ସାମିଲ ହୋଇଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?