ଡାକ୍ତରୀ ଛାତ୍ରୀଙ୍କୁ ଗଣବଳାତ୍କାରର ପ୍ରତିବାଦ: ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ବନ୍ଦ

ବାରିପଦା,୧୭।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): କୋଲକାତାର ଆରଜି କର ମେଡିକାଲ କଲେଜ ଡାକ୍ତରୀ ଦ୍ବିତୀୟ ବର୍ଷ ପିଜି ଛାତ୍ରୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ଘଟଣା ପ୍ରତିବାଦରେ ମୟୂରଭଞ୍ଜ ଜିଲା ମୁଖ୍ୟାଳୟ ତଥା ପିଆରଏମ ମେଡିକାଲ କଲେଜ ଓ ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ବନ୍ଦ ପଡିଥିଲା। ଇଣ୍ଡିଆନ ମେଡିକାଲ ଆସୋସିଏସନ ମୟୁରଭଞ୍ଜ ଏବଂ ଓଏମଏସଏ ପକ୍ଷରୁ ମୟୂରଭଞ୍ଜରେ କାର୍ଯ୍ୟରତ ସମସ୍ତ ସରକାରୀ ଡାକ୍ତର ଓ ଛାତ୍ରୀଛାତ୍ର ଜିଲା ମୁଖ୍ୟ ଚିକିତ୍ସାଳୟଠାରୁ ଏକ ଶାନ୍ତିପୂର୍ଣ୍ଣ ରାଲିରେ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ସ୍ବାସ୍ଥ୍ୟମନ୍ତ୍ରୀ, ଗୃହମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଦାବିପତ୍ର ପ୍ରଦାନ କରିଛନ୍ତି।
ଡାକ୍ତରୀ ଛାତ୍ରୀକୁ ନ୍ୟାୟ ଦାବିରେ ଶନିବାର ମୟୂରଭଞ୍ଜ ଜିଲାର ସମସ୍ତ ସରକାରୀ, ଘରୋଇ ଓ କର୍ପୋରେଟ ହସ୍ପିଟାଲ ଗୁଡିକରେ ଓପିଡି ଏବଂ ଅଣଜରୁରୀ ସେବା ଗୁଡିକ ୨୪ ଘଣ୍ଟା ଧରି ବନ୍ଦ ପଡିଥିଲା। ଫଳରେ ଜିଲା ମୁଖ୍ୟାଳୟକୁ ଆସିଥିବା ହଜାର ହଜାର ରୋଗୀ ସ୍ବାସ୍ଥ୍ୟସେବାରୁ ବଞ୍ଚିତ ରହିଛନ୍ତି। କେବଳ ଆପାତକାଳୀନ ସେବା ପ୍ରଦାନ କରାଯାଇଥିବା ବେଳେ ସମସ୍ତ ବିଭାଗର ଓପିଡି ବନ୍ଦ ପଡିଥିବାରୁ ରୋଗୀ ସେବା ବ୍ୟାହତ ହୋଇଛି। ଏହି ପରିପ୍ରେକ୍ଷୀରେ ଓଏମଏସଏର ଜିଲା ସଭାପତି ଡା ପ୍ରଣବ ଶଙ୍କର ଦାଶ ଓ ସମ୍ପାଦକ ଡା ସୌମ୍ୟ ରଞ୍ଚନ ନାୟକଙ୍କ ନେତୃତ୍ୱବରେ ଡାକ୍ତରଖାନା ପରିସରରେ କ୍ୟାଣ୍ଡେଲ ଜଳାଇ ଡାକ୍ତରୀ ଛାତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।
କେବଳ ଜରୁରୀକାଳିନ ସେବା ଏବଂ ୱାର୍ଡରେ ଆଡ଼ମିଶନ ହୋଇଥିବା ରୋଗୀଙ୍କ ସେବା ବ୍ୟତୀତ ଓପିଡି ଏବଂ ଅନ୍ୟ ସବୁ ଡ୍ୟୁଟି ବର୍ଜନ କରିଛନ୍ତି ବୋଲି ଓଡିଶା ମେଡିକାଲ ସର୍ଭିସ ଆସୋସିଏସନର ଓ ଇଣ୍ଡିଆନ ମେଡିକାଲ ଆସୋସିଏସନର ପକ୍ଷରୁ ସୂଚନା ଦିଆଯାଇଛି।

ଦୋଷୀକୁ ଦଣ୍ଡ ଓ ଡାକ୍ତର ମାନଙ୍କୁ ସୁରକ୍ଷା ପ୍ରଦାନ ଦାବି କରାଯାଇଛି। ଡାକ୍ତରଖାନା ପରିସରକୁ ସୁରକ୍ଷିତ ଅଞ୍ଚଳ ଘୋଷଣା କରିବା ସହିତ ସ୍ବାସ୍ଥ୍ୟସେବା କର୍ମଚାରୀଙ୍କ ନିମନ୍ତେ କେନ୍ଦ୍ରୀୟ ଆଇନ ପ୍ରଣୟନ କରିବାକୁ ଦାବିରେ ଉଲ୍ଲେଖ କରିଛନ୍ତି। ଇଣ୍ଡିଆନ ମେଡିକାଲ ଆସୋସିଏସନର ରାଜ୍ୟ ସଭାପତି ଡା ଶ୍ୟାମ ସୁନ୍ଦର ଖଣ୍ଡେଲୱାଲ, ଇଣ୍ଡିଆନ ମେଡିକାଲ ଆସୋସିଏସନର ଜିଲ୍ଲା ସମ୍ପାଦକ ଡା. ବି.ଏନ ଦାସଙ୍କ ସମେତ ସମସ୍ତ ଡାକ୍ତର ଓ ଛାତ୍ରୀଛାତ୍ରମାନେ ଆନ୍ଦୋଳନରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri