ସ୍ମାର୍ଟକେମ୍‌ କମ୍ପାନୀକୁ ବିରୋଧ ଜାରି

ଛତ୍ରପୁର,୧୦ା୧(ଡି.ଏନ୍‌.ଏ.): ଛତ୍ରପୁର ତହସିଲ ଅଧୀନ କାଳିପଲ୍ଲୀଠାରେ ଟାଟା ଇଣ୍ଡଷ୍ଟ୍ରିଆଲ ପାର୍କ ପରିସରରେ ସ୍ମାର୍ଟକେମ୍‌ ଟେକ୍ନୋଲଜି କମ୍ପାନୀ ସ୍ଥାପନକୁ ବିରୋଧ ହେବାରୁ କାମ ବନ୍ଦ ରହିଛି । ଏହି ସାର କାରଖାନା ସ୍ଥାପନକୁ ପୂର୍ବଭଳି ବିରୋଧ ଜାରି ରହିବ ବୋଲି ଗାଁ କମିଟି ବୈଠକରେ ନିଷ୍ପତ୍ତି ହୋଇଛି । ଅନ୍ୟପକ୍ଷରେ ଆନ୍ଦୋଳନକାରୀଙ୍କ ମଧ୍ୟରୁ କେତେଜଣଙ୍କୁ ମୁମ୍ବାଇସ୍ଥିତ ତାଲୋଜା ପ୍ଲାଣ୍ଟ ପରିଦର୍ଶନ ପାଇଁ ପଠାଇବାକୁ ଗାଁ କମିଟିକୁ ଉପଜିଲାପାଳଙ୍କ ପକ୍ଷରୁ ଗତ ୩୦ ତାରିଖରେ ପ୍ରସ୍ତାବ ଦିଆଯାଇଥିଲା । ସେଠାକୁ କେହି ଯିବେନି ବୋଲି ମଧ୍ୟ ଉକ୍ତ ଆଲୋଚନା ବୈଠକରେ ନିଷ୍ପତ୍ତିି ହୋଇଛି । ଆସନ୍ତା ୧୦ ଦିନ ମଧ୍ୟରେ କମ୍ପାନୀ ଏଠାରୁ ଯନ୍ତ୍ରପାତି ଓ ଅନ୍ୟାନ୍ୟ ସରଞ୍ଜାମ ସ୍ଥାନାନ୍ତର କରିବାକୁ ଦାବି ହୋଇଛି । ଏ ସମ୍ପର୍କରେ ଛତ୍ରପୁର ଉପଜିଲାପାଳଙ୍କୁ ଲିଖିତ ଜଣାଇ ଦିଆଯାଇଥିବା କାଳିପଲ୍ଳୀ ଗ୍ରାମ୍ୟ କମିଟି ସଭାପତି ବି.ମୋହନ ପାତ୍ର ସୋମବାର ସୂଚନା ଦେଇଛନ୍ତି।
ସେପଟେ ଉକ୍ତ କମ୍ପାନୀ ବିରୋଧରେ ଭାରତୀୟ ବିକାଶ ପରିଷଦ ପକ୍ଷରୁ ହାଇକୋର୍ଟରେ ରିଟ୍‌ ପିଟିଶନ ଦାଖଲ ହୋଇଛି । ତେଣୁ କମ୍ପାନୀ ସ୍ଥାପନ କାର୍ଯ୍ୟ ଆରମ୍ଭ ନେଇ ଅନିଶ୍ଚିତତା ଦେଖାଦେଇଛି । ସୂଚନାେଯୋଗ୍ୟ, ପୂର୍ବରୁ ଏହି କମ୍ପାନୀ କାର୍ଯ୍ୟ ଆରମ୍ଭ ନେଇ ଛତ୍ରପୁର ଉପଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ତ୍ରିପାକ୍ଷିକ ଆଲୋଚନା ବୈଠକରୁ କୌଣସି ନିଷ୍କର୍ସ ବାହାରି ପାରି ନ ଥିଲା । ଏପରିକି ପରେ ଗାଁରେ ପ୍ରଶାସନିକ ଅଧିକାରୀମାନଙ୍କ ଦ୍ୱାରା ହୋଇଥିବା ଆଲୋଚନା ବୈଠକ ମଧ୍ୟ ବିଫଳ ହୋଇଥିଲା । କମ୍ପାନୀ ହେଲେ ସେଥିରୁ ନିର୍ଗତ ହେବାକୁ ଥିବା ବିଷାକ୍ତ ଗ୍ୟାସରେ କାଳିପଲ୍ଳୀ, ଚମାଖଣ୍ଡି ଆଦି ପଞ୍ଚାୟତର ୨୦ ଖଣ୍ଡ ଗାଁର ଲୋକେ ପ୍ରଭାବିତ ହେବେ। ଏଥିସହ ବିନା ଜନଶୁଣାଣୀରେ ଏହି କାରଖାନା ପ୍ରତିଷ୍ଠା ହେଉଥିବାରୁ ସ୍ଥାନୀୟ ଲୋକେ ବିରୋଧ କରିଥିଲୋ ।


Enter your email to get our daily news in your inbox.

All Right Reserved By Dharitri.Com

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri