ଶିକ୍ଷୟିତ୍ରୀ ଛାତ୍ରଙ୍କୁ ମାଡ଼ ମାରିବା ପ୍ରତିବାଦ: ଧାରଣାରେ ବସିଲେ ଛାତ୍ରୀଛାତ୍ର

କୋରୁକୋଣ୍ଡା,୧୫ା୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦର ସରକାରୀ ସାମୀ ଶିବାନନ୍ଦ ମାଧ୍ୟମିକ ବିଦ୍ୟାଳୟରେ ବୁଧବାର ପିଲାଙ୍କୁ ଶିକ୍ଷୟିତ୍ରୀ ମାଡ଼ ମାରିବା ଘଟଣାକୁ ନେଇ ଗୁରୁବାର ୧୦ମ ଶ୍ରେଣୀର ସମସ୍ତ ଛାତ୍ରୀଛାତ୍ର ବିଦ୍ୟାଳୟକୁ ନ ଯାଇ ଗେଟ୍‌ ବାହାରେ ବସି ପ୍ରତିବାଦ କରିଛନ୍ତି। ଛାତ୍ରୀଛାତ୍ରଙ୍କ କହିବା ଅନୁଯାୟୀ, ଶ୍ରେଣୀଗୃହରେ ପିଲାଙ୍କ ବସିବା ବେଞ୍ଚରେ କେହି ଜଣେ ଛାତ୍ର ନିଜ ନାମ ଲେଖିଥିଲେ। ଏହାକୁ ଖେଳ ଶିକ୍ଷୟିତ୍ରୀ ଜୋତ୍ସ୍ନାରାଣୀ ପ୍ରଧାନ ଦେଖିଥିଲେ। ବେଞ୍ଚରେ କାହିଁକି ନାମ ଲେଖିଛୁ କହି ଶିକ୍ଷୟିତ୍ରୀ ଜଣକ ୧୦ମ ଶ୍ରେଣୀ ଛାତ୍ର କାର୍ତ୍ତିକ ଗଉଡଙ୍କୁ ମାଡ଼ ମାରିଥିଲେ। ଛାତ୍ର ଜଣକ ମୁଁ ଲେଖି ନାହିଁ କହିବା ପରେ ମଧ୍ୟ ଶିକ୍ଷୟିତ୍ରୀ ପିଲାଙ୍କ କଥାକୁ ଗୁରୁତ୍ୱ ନ ଦେଇ ଛାତ୍ରକୁ ମାରିଥିଲେ। ପୂର୍ବରୁ ମଧ୍ୟ ଏହିପରି ଭାବେ ଅନ୍ୟ ଏକ ଛାତ୍ରଙ୍କୁ ମାଡ଼ ମାରିଥିବାବେଳେ ଉକ୍ତ ମାଡ଼ ଖାଇଥିବା ଛାତ୍ର ପ୍ରଧାନଶିକ୍ଷକଙ୍କୁ ଜଣାଇଥିଲେ। କିନ୍ତୁ ପ୍ରଧାନଶିକ୍ଷକ କୌଣସି ପଦକ୍ଷେପ ନେଇ ନ ଥିବାରୁ ଆଜି ଶ୍ରେଣୀର ସମସ୍ତ ଛାତ୍ରୀଛାତ୍ର ଶ୍ରେଣୀଗୃହକୁ ନ ଯାଇ ବିଦ୍ୟାଳୟର ଗେଟ୍‌ ସମ୍ମୁଖରେ ବସି ରହିବା ସହ ଉକ୍ତ ଶିକ୍ଷୟିତ୍ରୀଙ୍କ ବଦଳି ଦାବି କରିଥିଲେ। ଖବର ପାଇ କୋରୁକୋଣ୍ଡା ବ୍ଲକ ଶିକ୍ଷାଧିକାରୀ ଅଶୋଭ ରଞ୍ଜନ ମାଳି ଏବଂ କୋରୁକୋଣ୍ଡା ପଞ୍ଚାୟତ ସମିତି ଡବ୍ଲ୍ୟୁଓ ପ୍ରଶାନ୍ତ କୁମାର ବାଉରୀ ଓ ସିପି ସତ୍ୟ ଦାସ କୋରୁକୋଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ଘଟଣାସ୍ଥଳରେ ପହଞ୍ଚି ପିଲାଙ୍କ ଠାରୁ ସବୁ ଶୁଣି ସାରିଲା ପରେ ଛାତ୍ରୀଛାତ୍ର ବୁଝାଶୁଝା କରିବା ସହ ଘଟଣାର ତଦନ୍ତ କରି ପଦକ୍ଷେପ ନିଆଯିବ ବୋଲି କହିବା ସହ ଛାତ୍ରୀଛାତ୍ରଙ୍କୁ ଶ୍ରେଣୀଗୃହକୁ ଯିବା ପାଇଁ କହିଥିଲେ। ପରେ ପିଲାମାନେ କ୍ଲାସକୁ ଯାଇଥିଲେ। ଏହାର ତଦନ୍ତ କରି ଉଚିତ୍‌ ପଦକ୍ଷେପ ନିଆଯିବ ବୋଲି ବ୍ଲକ ଶିକ୍ଷାଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଭାରସାମ୍ୟ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri