ଶିକ୍ଷକଙ୍କ ବଦଳିକୁ ବିରୋଧ: ଧାରଣାରେ ବସିଲେ ଛାତ୍ରୀଛାତ୍ର

ମୋରଡ଼ା,୬ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଭାଲିଆଡିହା ପଞ୍ଚାୟତରେ ଥିବା ନିଚୁଆପଦା ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଜଣେ ଶିକ୍ଷକଙ୍କ ବଦଳିକୁ ବିରୋଧ କରିଛନ୍ତି। କ୍ଲାସ ବନ୍ଦ କରି ଶୁକ୍ରବାର ସମସ୍ତେ ବିଦ୍ୟାଳୟ ବାରଣ୍ଡାରେ ଧାରଣାରେ ବସିଥିଲେ।
ସୂଚନା ଅନୁଯାୟୀ,ଉକ୍ତ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଭୀଷ୍ମଦେବ ମହାନ୍ତଙ୍କୁ ଦେଉଳାଗଡ଼ିଆ ଉଚ୍ଚ ବିଦ୍ୟାଳୟକୁ ବଦଳି କରାଯାଇଛି। ଛାତ୍ରୀଛାତ୍ରଙ୍କ କହିବା ମୁତାବକ, ଶିକ୍ଷକ ମହାନ୍ତ ଉତ୍ତମ ଭାବେ ଗଣିତ ଏବଂ ବିଜ୍ଞାନ ପଢ଼ାନ୍ତି। ଅନ୍ୟପକ୍ଷରେ ମାର୍ଚ୍ଚ ୧୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ଶିକ୍ଷକ ମହାନ୍ତଙ୍କ ବଦଳି ହେଲେ ଛାତ୍ରୀଛାତ୍ରୀମାନଙ୍କ ପରୀକ୍ଷା ପ୍ରସ୍ତୁତିରେ ବାଧା ସୃଷ୍ଟି ହେବ। ଏହି ସବୁ ପ୍ରସଙ୍ଗକୁ ନେଇ ଛାତ୍ରୀଛାତ୍ରମାନେ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ଏକ ଅଭିଯୋଗ ପତ୍ର ପ୍ରଦାନ କରିବା ସହିତ ଧାରଣାରେ ବସିଥିଲେ। ପ୍ରଧାନ ଶିକ୍ଷକ ଗୋବିନ୍ଦ ଚନ୍ଦ୍ର ବେହେରା ଏ ବାବଦରେ ଜିଲା ଶିକ୍ଷାଧିକାରୀଙ୍କୁ ଜଣାଇଥିଲେ। ପରେ ଶିକ୍ଷକ ମହାନ୍ତଙ୍କ ବଦଳିକୁ ଏବେ ସ୍ଥଗିତ ରଖାଯାଇଛି ବୋଲି ଜିଲା ଶିକ୍ଷାଧିକାରୀ କହିବା ପରେ ଛାତ୍ରଛାତ୍ରୀମାନେ ଧାରଣାରୁ ଉଠିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri