ସାମ୍ବାଦିକଙ୍କୁ ପୂର୍ବତନ ମନ୍ତ୍ରୀ କୁକୁର ଲଗାଇ ଆକ୍ରମଣ ଘଟଣାର ପ୍ରତିବାଦ, ସୁରକ୍ଷା ଆଇନ ପ୍ରଣୟନ ଦାବି

ବାରିପଦା,୨୬ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଭୁବନେଶ୍ବରଠାରେ କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ପୂର୍ବତନ ମନ୍ତ୍ରୀ କୁକୁର ଲଗାଇ ଆକ୍ରମଣ କରିବା ଘଟଣାରେ ମୟୂରଭଞ୍ଜ ଜିଲାର କାର୍ଯ୍ୟରତ ବିଭିନ୍ନ ସାମ୍ବାଦିକ ସଂଗଠନ ପକ୍ଷରୁ ପ୍ରତିବାଦ ଜଣାଇଛନ୍ତି। ଦୋଷୀ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ କରିବାକୁ ଦାବି କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେଙ୍କ ଜରିଆରେ ପ୍ରଦାନ କରିଛନ୍ତି।
ସୂଚନାଯୋଗ୍ୟ, ୨୫ ଜୁନ୍‌ରେ ୨୦୨୪ରେ ଭୁବନେଶ୍ୱରରେ କେତେକ ଟିଭି ସାମ୍ବାଦିକ ଓ ସେମାନଙ୍କ ସହିତ ରହିଥିବା କ୍ୟାମେରା ମ୍ୟାନ୍‌ ଏକ ଖବର ସଂଗ୍ରହ ନିମନ୍ତେ ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ସରକାରୀ ବାସଭବନ ପରିସରକୁ ଯାଇଥିଲେ। ଏହି ସମୟରେ ଶ୍ରୀ ଦାସ ଏକ ର୍ନିଦ୍ଦିଷ୍ଟ ଗଣମାଧ୍ୟମର ସାମ୍ବାଦିକ ଏବଂ କ୍ୟାମେରାମ୍ୟାନ୍‌ଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ। କେବଳ ସେତିକି ନୁହେଁ ସାମ୍ବାଦିକା ଚିନ୍ମୟୀ ସାହୁଙ୍କୁ କୁକୁର ଲଗାଇ ଆକ୍ରମଣ କରିବା ପାଇଁ ପୂର୍ବତନ ମନ୍ତ୍ରୀ ଶ୍ରୀ ଦାସ ତାଙ୍କ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସାମ୍ବାଦିକଙ୍କ ପଛରେ କୁକୁର ଲଗାଇ ଆକ୍ରମଣ ଧମକକୁ ଶ୍ରୀ ଦାସ ମଧ୍ୟ ସ୍ବୀକାର କରିଛନ୍ତି। ଶ୍ରୀ ଦାସଙ୍କ ଏପରି ଅମାନବୀୟ ଆଚରଣ ଏବଂ କୁକୁର ଲଗାଇ ହତ୍ୟା ଉଦ୍ୟମ ଭଳି ହୀନ ଘଟଣା ଅତ୍ୟନ୍ତ ଉଦ୍‌ବେଗଜନକ ଓ ନିନ୍ଦନୀୟ। କର୍ତ୍ତବ୍ୟରତ ସାମ୍ବାଦିକଙ୍କ ପ୍ରତି ହୋଇଥିବା ଆକ୍ରମଣ ଘଟଣାରେ ଆମେ ସମସ୍ତେ ମର୍ମାହତ ଓ ଦୁଃଖିତ। ମନ୍ତ୍ରୀଙ୍କ ଏଭଳି ଆଚରଣ ଓ ପ୍ରତିଶୋଧ ପରାୟଣତାକୁ ଜିଲାର ଉତ୍କଳ ସାମ୍ବାଦିକ ସଂଘ, ଓଡିଶା ସାମ୍ବାଦିକ ସଂଘ(ଓଜେୟୁ), ମୟୂରଭଞ୍ଜ ପ୍ରେସ୍‌ କ୍ଲବ ଓ ରାଜ୍ୟ ସାମ୍ବାଦିକ ସଂଘ ପକ୍ଷରୁ ଘୋର ନିନ୍ଦା କରାଯାଉଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ ପୂର୍ବକ ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଏହା ସହିତ ଅନ୍ୟ ରାଜ୍ୟ ଭଳି ଓଡ଼ିଶାରେ ସାମ୍ବାଦିକମାନଙ୍କ ସୁରକ୍ଷା ନିମନ୍ତେ ଆଇନ ପ୍ରଣୟନ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଉତ୍କଳ ସାମ୍ବାଦିକ ସଂଘର ଜିଲା ସଭାପତି ସୌମ୍ୟରଞ୍ଜନ ପଟ୍ଟନାୟକ, ଓଡ଼ିଶା ସାମ୍ବାଦିକ ସଂଘ ରାଜ୍ୟ ଉପସଭାପତି ଦୀପକ କୁମାର ନାୟକ, ମୟୂରଭଞ୍ଜ ପ୍ରେସ୍‌ କ୍ଲବ ସଭାପତି ସତ୍ୟଜିତ ସୋମ, ରାଜ୍ୟ ସାମ୍ବାଦିକ ସଂଘର ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରୟାଗ ରାଜ କର, ସାମ୍ବାଦିକ ଅକ୍ଷୟ କୁମାର ଅଗ୍ରଓ୍ବାଲ, ରଞ୍ଜନ କୁମାର ଦାଶ, ଦଳଗୋବିନ୍ଦ ବାରିକ, ମନୋଜ କୁମାର ପଣ୍ଡା, ପ୍ରିୟବ୍ରତ ମିଶ୍ର, ଅଭିଜିତ୍‌ ମହାନ୍ତି, ବିଶ୍ବଜିତ ଭୂୟାଁ, ଦିନେଶ ସେଠୀ, ରମାକାନ୍ତ ରାଉତ, ଲଳିତ କୁମାର ବାରିକ, ହରେକୃଷ୍ଣ ପାତ୍ର ଓ ଦେବେନ୍ଦ୍ର ନାଥ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?