ପୂର୍ବତନ ବିବାଦୀୟ ବିଡିଓଙ୍କ ପୁନଃନିଯୁକ୍ତି ପ୍ରତିବାଦରେ ଗଣଧାରଣା: ବ୍ଲକର ଦୁଇଟି ଗେଟ୍‌କୁ ତାଲା ପକାଇ…

କର୍ଲାମୁଣ୍ଡା, ରିଷିଡା (ପ୍ରଦିପ କୁମାର ସାହୁ/ସୁଶାନ୍ତ ମଲ୍ଲିକ)୧୩।୧୦: କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ପୂର୍ବତନ ବିଡିଓଙ୍କୁ ପୁନଃ ନିଯୁକ୍ତି ପ୍ରତିବାଦରେ ଜନ ପ୍ରତିନିଧି ,ଆଦିବାସୀ ସଂଘ ଓ ବୁଦ୍ଧିଜୀବୀ ସୋମବାର ବ୍ଲକର ଦୁଇଟି ଗେଟ୍‌କୁ ତାଲା ପକାଇ ବ୍ଲକ ସମ୍ମୁଖରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ଧାରଣାରେ ବ୍ଲକ ଅଧ୍ୟକ୍ଷା କୁନି ସାହୁ, ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ଜିଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ, ଜିଲା ଆଦିବାସୀ ସଂଘ ସଭାପତି ପ୍ରକାଶ ଚନ୍ଦ୍ର ମାଝୀ, ରିଞ୍ଜା ସମିତି ସଭ୍ୟ ଆନନ୍ଦ ନାଗ, ପୌରକେଲା ସମିତି ସଭ୍ୟ ସୁଧିର ଭୋଇ,ରାଜପୁର ସମିତି ସଭ୍ୟ ନିରୂପମା ଭୋଇ, ସାପଲହରା ସମିତି ସଭ୍ୟ ଶାନ୍ତି ଭୋଇ,ତେରେସିଙ୍ଗା ସମିତି ସଭ୍ୟ ଚନ୍ଦ୍ରମା ରଣା, ରେଗଡା ସମିତି ସଭ୍ୟ ଗେଲ କମ୍ପ ଯୋଗ ଦେଇଥିଲେ। ସେହିପରି ଆଦିବାସୀ ନେତା ଦୟା ସାଗର ମାଝୀ, ଭାଜପା ଜିଲା କାର୍ଯ୍ୟକାରିଣୀ ସଦସ୍ୟା ତଥା ମିଶନ ଶକ୍ତି ବ୍ଲକ ଫେଡରେଶନ ସଭାନେତ୍ରୀ ଜୟନ୍ତୀ ସାହୁ, ବରିଷ୍ଠ କଂଗ୍ରେସ ନେତା ରାଜକିଶୋର ମିଶ୍ରଙ୍କ ସମେତ ଅନ୍ୟାନ୍ୟ ବୁଦ୍ଧିଜୀବୀମାନେ ଯୋଗ ଦେଇଥିଲେ। ତେବେ ପୂର୍ବତନ ବିଡିଓ ସୁଶ୍ରୀ ସୁଚରିତା ମୁଗ୍ରୀ ଗତ ୨/୧୦/୨୦୨୨ ରୁ ୩୧/୧/୨୦୨୪ ମଧ୍ୟରେ କର୍ଲାମୁଣ୍ଡା ବ୍ଲକରେ ବିଡିଓ ଭାବେ କାର୍ଯ୍ୟ କରିଥିବା ସମୟରେ ସାଧାରଣ ଲୋକଙ୍କୁ ହଇରାଣ କରିବା ସହ ଜନ ପ୍ରତିନିଧି ମାନଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରୁଥିଲେ। ଏଣୁ ସେ ସମୟରେ ତତ୍କାଳୀନ ୫ ଟି ସଚିବଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ମୁଗ୍ରୀଙ୍କୁ ଅନ୍ୟତ୍ର ବଦଳି କରାଯାଇଥିଲା। ତାଙ୍କ କାର୍ଯ୍ୟକାଳ ସମୟରେ ବ୍ୟାପକ ଦୁର୍ନୀତି ହେବା ସହ ସେ ଏକଛତ୍ରବାଦ ଶାସନ କରି ଜନ ପ୍ରତିନିଧିମାନଙ୍କୁ ଉପେକ୍ଷା କରୁଥିଲେ ବୋଲି ଆନ୍ଦୋଳନକାରୀମାନେ ପ୍ରକାଶ କରିଛନ୍ତି। ଧାରଣାସ୍ଥଳରେ ତହସିଲଦାର ଅରୁଣ ବର୍ଗେ, କର୍ଲାମୁଣ୍ଡା ବିଡ଼ିଓ ଦେବେନ୍ଦ୍ର ସାମଲ,ମ. ରାମପୁର ଥାନା ଅଧିକାରୀ ବିରବର ଭଗତ, କର୍ଲାମୁଣ୍ଡା ଫାଣ୍ଡି ଅଧିକାରୀ ଥବିର ବରିହା, ରିଷିଡା ଫାଣ୍ଡି ଅଧିକାରୀ ମନୁଆଁ ବିଡିକା ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରିଥିଲେ ହେଁ ଖବର ଲେଖା ପର୍ଯ୍ୟନ୍ତ ଧାରଣା ଜାରି ରହିଥିବା ଦେଖିବାକୁ ମିଳିଛି । ଆଦିବାସୀମାନେ ପାରମ୍ପରିକ ବେଶରେ ସଜ୍ଜିତ ହୋଇ ତଥା ବିଭିନ୍ନ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଶୋଭା ଯାତ୍ରାରେ ଆସି ଧାରଣାସ୍ଥଳରେ ପହଞ୍ଚିଥିଲେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?