ନାରୀ ନିର୍ଯାତନା-ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦ: ଦାରିିଙ୍ଗବାଡ଼ିରେ କଂଗ୍ରେସର ମଶାଲ ଶୋଭାଯାତ୍ରା

ଦାରିଙ୍ଗବାଡି,୧୫।୪ (ଅରୁଣ ସାହୁ)- ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ଓ ରନ୍ଧନ ଗ୍ୟାସର ଦରବୃଦ୍ଧି ପ୍ରତିବାଦରେ
କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କଂଗ୍ରେସ ପକ୍ଷରୁ ମଶାଲ ଶୋଭାଯାତ୍ରା କରାଯାଇ ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଦିନକୁ ଦିନ ରାଜ୍ୟରେ ମହିଳାଙ୍କୁ ବଳାତ୍କାର, ନାବାଳିକାଙ୍କୁ ବଳାତ୍କାର, ହତ୍ୟା ଭଳି ଘଟଣା ବଢିବାରେ ଲାଗିଛି। ଏପରିକି ଘରୋଇ ହିଂସା ବୃଦ୍ଧି ପାଉଛି ବୋଲି କଂଗ୍ରେସ ଅଭିଯୋଗ କରିବା ସହ ରନ୍ଧନ ଗ୍ୟାସର ଦର ବୃଦ୍ଧି ଯୋଗୁ ଗରିବ ଶ୍ରେଣୀର ଲୋକମାନେ ପରିବାର ପ୍ରତିପୋଷଣ କରିବା ମୁସ୍କିଲ ବୋଲି ସେମାନେ ଅଭିଯୋଗ କରିଛନ୍ତି। କଂଗ୍ରେସ ଏହି ଶୋଭାଯାତ୍ରା କରିବା ସମୟରେ ହାତରେ ମଶାଲ ଧରି ପ୍ରତିବାଦ ଜଣାଇଛି।

ପ୍ରକାଶ ଯେ, ଦଳର ବ୍ଲକ ସଭାପତି ସନ୍ତୋଷ ପ୍ରଧାନଙ୍କ ନେତୃତ୍ୱରେ ଏହି ମଶାଲ ଶୋଭାଯାତ୍ରା କରାଯାଇଥିବା ବେଳେ ଏଥିରେ ବହୁ କଂଗ୍ରେସ କର୍ମୀ, ନେତା ସାମିଲ ହୋଇଥିଲେ। ପୂର୍ବତନ ବିଧାୟକ ଯାକବ ପ୍ରଧାନଙ୍କ ସମେତ ବିଧାୟକଙ୍କ ବ୍ଲକ ପ୍ରତିନିଧି ପିଟର ଦିଗାଲ,ସପ୍‌ନା ମଲିକ, ଶ୍ୟାମଘନ ପ୍ରଧାନ, ମାନେକା ପ୍ରଧାନ , ଧର୍ମେନ୍ଦ୍ର ପ୍ରଧାନ, ପ୍ରଭାଞ୍ଜନ ନାୟକ , କରୁଣାକର ପ୍ରଧାନ, ବିଦ୍ୟାଧର ମଲିକ, ଚକ୍ରଧର ମଲିକ,ସୁରେନ୍ଦ୍ର ସାହୁ ପ୍ରମୁଖ ସାମିଲ ହୋଇଥିଲେ। କାର୍ଯ୍ୟକ୍ରମ ଶେଷରେ ଦଳର ବ୍ଲକ ସମ୍ପାଦକ ଶରତ ଚନ୍ଦ୍ର ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ତେବେ ଏହି ମଶାଲ ଶୋଭାଯାତ୍ରା ତିନି ଛକରୁ ଚାରିଛକ ପର୍ଯ୍ୟନ୍ତ ଯାଇଥିଲା


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; TMC କାର୍ଯ୍ୟାଳୟରେ ମୃତ୍ୟୁ

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମି ଜିଲାର ରାମପୁରହାଟରେ ବରିଷ୍ଠ ତୃଣମୂଳ କଂଗ୍ରେସ (ଟିଏମସି) ନେତା ଏବଂ ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁ ପରେ ଉତ୍ତେଜନା ସୃଷ୍ଟି ହୋଇଛି।…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri