ବିଜ୍ଞାପିତ ଅଞ୍ଚଳ ପରିଷଦକୁ ବିରୋଧ କରି ଜିଲାପାଳଙ୍କ ଦ୍ୱାରସ୍ଥ

କୋରାପୁଟ,୬ା୧୧(ଅମିତାଭ ବେହେରା): ଚାରାଙ୍ଗୁଲ ପଞ୍ଚାୟତକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ନଗର ପ୍ରଶାସନକୁ ନେବା ପ୍ରସ୍ତାବ ବିରୋଧରେ ଦୃଢ଼ ପ୍ରତ୍ୟାଖ୍ୟାନ କରି କୋରାପୁଟ ଜିଲା ସେମିଲିଗୁଡ଼ା ବ୍ଲକ ଚାରାଙ୍ଗୁଲ ପଞ୍ଚାୟତ ବାସିନ୍ଦା ଗୁରୁବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସରପଞ୍ଚ ଫୁଲମତି ପୂଜାରୀଙ୍କ କହିବା ଅନୁସାରେ ଚାରାଙ୍ଗୁଲ ପଞ୍ଚାୟତକୁ ବିଜ୍ଞାପିତ ଅଞ୍ଚଳ ପରିଷଦରେ ସାମିଲ କରିବା ପାଇଁ ଜିଲା ପ୍ରଶାସନ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି। ଚାରାଙ୍ଗୁଲ ପଞ୍ଚାୟତରେ ସାଧାରଣର ଗରିବ ଶ୍ରେଣୀର ଲୋକେ ବସବାସ କରୁଛନ୍ତି। ସେମାନେ ସାଧାରଣଃ ଚାଷ ଉପରେ ନିର୍ଭର କରି ପରିବାର ପତିପୋଷଣ କରି ଆସୁଛନ୍ତି। ପଞ୍ଚାୟତକୁ ଆସୁଥିବା ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇପାରୁଛନ୍ତି। ଯଦି ଚାରାଙ୍ଗୁଲ ପଞ୍ଚାୟତକୁ ବିଜ୍ଞାପିତ ଅଞ୍ଚଳ ପରିଷଦରେ ସାମିଲ କରାଯିବ। ତେବେ ସେ ସବୁ ସୁବିଧା ମିଳିବ ନାହିଁ। ଆମକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ଆବଶ୍ୟକ ନାହିଁ। ଆମେ ପଞ୍ଚାୟତରେ ରହିବା ପାଇଁ ଚାହୁଁଛୁ ବୋଲି ପଞ୍ଚାୟତବାସୀ କହିଛନ୍ତି। ପଞ୍ଚାୟତରେ ଲାଗି ରହିଥିବା ବିଭିନ୍ନ ସମସ୍ୟା ବିଷୟରେ ଜିଲାପାଳଙ୍କ ସହିତ ମଧ୍ୟ ଆଲୋଚନା କରିଥିଲେ। ଏ ନେଇ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କୁ ସାକ୍ଷାତ କରି ଏକ ଦାବିପତ୍ର ପ୍ରଦାନ କରିଛନ୍ତି।

ଏହି ଦାବିପତ୍ର ପ୍ରଦାନ ସମୟରେ ସାମାଜିକକର୍ମୀ ରମିଲ କୁଲଦୀପ, ପୂର୍ବତନ ସରପଞ୍ଚ ଶେଖର ଇଣ୍ଡିଙ୍ଗ, ସୁଦାମ କୁଲଦୀପ,ପଦୁ ମୁଦୁଲି, ରଞ୍ଜିତ କୁଲଦୀପ, ଭକ୍ତ ଗୌଡ଼, ରାମ ବିଶୋଇ, ରାମ ଇଣ୍ଡିଙ୍ଗ, ବାସୁଦେବ ପୂଜାରୀଙ୍କ ସମେତ ଜନପ୍ରତିନିଧି ଓ ପଞ୍ଚାୟତ ବାସିନ୍ଦା ଉପସ୍ଥିତ ଥିଲେ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?