ରାଜଧାନୀରେ ଅଙ୍ଗନଓ୍ବାଡି କର୍ମୀଙ୍କ ବିକ୍ଷୋଭ

ଭୁବନେଶ୍ୱର,୨୩ା୯(ଅନୁରାଧା ମହାରଣା): ୧୦ ଦଫା ଦାବି ନେଇ ପୁଣି ରାସ୍ତାକୁ ଓହ୍ଲାଇଛନ୍ତି ଅଙ୍ଗନୱାଡ଼ି କର୍ମଚାରୀ। ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଲ୍‌ ଓଡ଼ିଶା ଅଙ୍ଗନୱାଡ଼ି ଲେଡ଼ିଜ୍‌ ୱାର୍କର୍ସ ଆସୋସିଏଶନର ଆହ୍ବାନ କ୍ରମେ ଶୁକ୍ରବାର ହଜାର ହଜାର ଅଙ୍ଗନୱାଡ଼ି କର୍ମୀ, ମିନି ଅଙ୍ଗନୱାଡ଼ି କର୍ମୀ ଓ ସହାୟିକାମାନେ ବିଭିନ୍ନ ବ୍ଲକରୁ ଆସି ବିଧାନସଭା ସମ୍ମୁଖ ଲୋୟର ପିଏମ୍‌ଜିରେ ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ମାଷ୍ଟରକ୍ୟାଣ୍ଟିନରୁ ବିଧାନସଭା ଅଭିମୁଖେ ବିରାଟ ଶୋଭାଯାତ୍ରାରେ ଯାଉଥିବାବେଳେ ବାଟରେ ପୋଲିସ ଅଟକାଇବାରୁ ସେମାନେ ରାସ୍ତାରେ ଧାରଣା ଦେବା ସହ ନାନା ନାରାବାଜି କରିଥିଲେ। ଯଦି ସରକାର ଅଙ୍ଗନୱାଡ଼ି କର୍ମୀଙ୍କ ପ୍ରତି ଏମିତି ଉଦାସୀନ ରୁହନ୍ତି, ତେବେ ଭବିଷ୍ୟତରେ ଏହି ଆନ୍ଦୋଳନକୁ ବ୍ୟାପକ କରାଯାଇ ମହିଳା ଓ ଶିଶୁ ବିକାଶ ବିଭାଗକୁ ଏକପ୍ରକାର ଅଚଳ କରିଦିଆଯିବ ବୋଲି ଆସୋସିଏଶନର ରାଜ୍ୟ ସଭାନେତ୍ରୀ ସୁମିତ୍ରା ମହାପାତ୍ର ଓ ସାଧାରଣ ସମ୍ପାଦିକା କୁଞ୍ଜଲତା ଦାସ ପ୍ରମୁଖ ଚେତାବନୀ ଦେଇଛନ୍ତି। ପୂର୍ବରୁ ମଧ୍ୟ ଅଙ୍ଗନଓ୍ବାଡ଼ି କର୍ମୀ ଓ ସହାୟିକାମାନେ ବାରମ୍ବାର ଆନ୍ଦୋଳନକୁ ଓହ୍ଲାଇ ଦାବି ଉତ୍‌ଥାପନ କରିବା ସହ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି। ସେମାନେ ବହୁ ଦିନଧରି ରାଜରାସ୍ତାରେ ବସିବା ଫଳରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଚାଳନା ବାଧାପ୍ରାପ୍ତ ହେଉଛି। ଦାବି ପୂରଣ ନେଇ ସରକାର ବିଚାର କରିବେ ବୋଲି ପ୍ରତିଶ୍ରୁତି ଦେଇ ପାଳନ କରୁ ନ ଥିବାରୁ ଆନ୍ଦୋଳନକାରୀମାନେ ନାନା ନାରାବାଜି କରିଥିଲେ।
ଅଙ୍ଗନୱାଡ଼ି କର୍ମଚାରୀଙ୍କୁ ସରକାରୀ କର୍ମଚାରୀ ମାନ୍ୟତା, ସରକାରୀ ମାନ୍ୟତା ନ ମିଳିବା ଯାଏ ଅଙ୍ଗନୱାଡ଼ି କର୍ମୀଙ୍କୁ ମାସିକ ବେତନ ୧୮ହଜାର ଟଙ୍କା ଓ ସହାୟିକାଙ୍କୁ ୯ ହଜାର ଟଙ୍କା ପ୍ରଦାନ ସହିତ ଇପିଏଫ୍‌, ଇଏସ୍‌ଆଇସି ଓ ଗ୍ରାଚୁଇଟିରେ ସାମିଲ୍‌ କରିବା, ମିନି ଅଙ୍ଗନୱାଡ଼ି କର୍ମୀ ପଦବୀ ଉଚ୍ଛେଦ କରି ମୁଖ୍ୟ ଅଙ୍ଗନୱାଡ଼ି କର୍ମୀର ମାନ୍ୟତା ଦେବା, ଅବସରକାଳୀନ ସହାୟତା ରାଶି ୫ ଲକ୍ଷ ଟଙ୍କା ଓ ପେନସନ ମାସିକ ୫ ହଜାର ଟଙ୍କା, କାର୍ଯ୍ୟରତ ସମୟରେ ମୃତ୍ୟୁ ହେଲେ ୫ ଲକ୍ଷ ଟଙ୍କା ସହାୟତା ସହିତ ପରିବାରରୁ ଜଣକୁ ଚାକିରି, ବହିଷ୍କୃତ ୬ଜଣ ଅଙ୍ଗନୱାଡ଼ି କର୍ମୀଙ୍କୁ ପୁନଃ ନିଯୁକ୍ତି, ଗାଁ କଲ୍ୟାଣ ସମିତି କାର୍ଯ୍ୟରୁ ଅଙ୍ଗନୱାଡ଼ି କର୍ମୀଙ୍କୁ ବାଦ୍‌ଦେବା, ପୋଷଣ ଟ୍ରାକରେ ଅନ୍‌ଲାଇନ ଲୋକେଶନ ଟ୍ରାକିଂ ବନ୍ଦ ସହ ଗ୍ରୀଷ୍ମ ଛୁଟି ପ୍ରଦାନ କରିବା, ନୂତନ ଶିକ୍ଷାନୀତିରେ ଅଭିଜ୍ଞତା ଓ ଯୋଗ୍ୟତା ଆଧାରରେ ବୟସସୀମା ନ ରଖି ସମସ୍ତ ଅଙ୍ଗନୱାଡ଼ି କର୍ମଚାରୀଙ୍କୁ ପ୍ରି-ପ୍ରାଇମେରି ଶିକ୍ଷୟିତ୍ରୀର ମାନ୍ୟତା, ସୁପର ଭାଇଜର ପଦବୀରେ ଶତ ପ୍ରତିଶତ ଅଙ୍ଗନୱାଡ଼ି କର୍ମୀଙ୍କୁ ପଦୋନ୍ନତି ଦେବା ଆଦି ଦାବି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri