ବାଂଲାଦେଶୀ ହିନ୍ଦୁଙ୍କ ବିକ୍ଷୋଭ

ଢାକା,୧୨ା୮: ବାଂଲାଦେଶରେ ଶେଖ୍‌ ହାସିନା ସରକାରର ପତନ ପରେ ଗତ ୫ ତାରିଖରୁ ଦେଶରେ ସଂଖ୍ୟାଲଘୁ ବିରୋଧୀ ହିଂସା ଲାଗିରହିଛି। ଏହାକୁ ବିରୋଧ କରି ଲକ୍ଷ ଲକ୍ଷ ହିନ୍ଦୁ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଶନିବାର ରାଜଧାନୀ ଢାକା, ଦ୍ୱିତୀୟ ବୃହତ୍‌ ସହର ଚିଟ୍ଟାଗଙ୍ଗ ସମେତ ବିଭିନ୍ନ ସ୍ଥାନରେ ଲକ୍ଷାଧିକ ହିନ୍ଦୁ ବିକ୍ଷୋଭରେ ସାମିଲ ହୋଇଥିଲେ। ସେମାନେ ଢାକାର ଶାହବାଗ୍‌ ଛକକୁ ଦୀର୍ଘସମୟ ଅବରୋଧ କରିଥିଲେ। ଇତିମଧ୍ୟରେ ବାଂଲାଦେଶରେ ସଂଖ୍ୟାଲଘୁଙ୍କ ଉପରେ ୨୦୫ରୁ ଅଧିକ ଥର ଆକ୍ରମଣ ହେଲାଣି, ଯେଉଁଥିରେ ବହୁ ହିନ୍ଦୁ ମୃତାହତ ହେବା ସହ ସେମାନଙ୍କ ଘର ଓ ଦୋକାନ ଜାଳି ଦିଆଯାଇଛି। ଅନେକ ହିନ୍ଦୁ ମନ୍ଦିରରେ ଭଙ୍ଗାରୁଜା କରାଯାଇଛି। ହାସିନାଙ୍କ ଆଓ୍ବାମୀ ଲିଗ୍‌ ପାର୍ଟି ସହ ସମ୍ପୃକ୍ତ ୨ ହିନ୍ଦୁ ନେତାଙ୍କୁ ହତ୍ୟା କରାଯାଇଛି। ହିଂସାରୁ ବର୍ତ୍ତିବା ପାଇଁ ବହୁ ହିନ୍ଦୁ ପଡୋଶୀ ଦେଶକୁ ପଳାଇବାକୁ ଉଦ୍ୟମ ଚଳାଇଛନ୍ତି। ଶନିବାର ଢାକାରେ ଥିବା ଲୋକପ୍ରିୟ ଭାରତୀୟ ରେଷ୍ଟୁରାଣ୍ଟ ସନ୍ତୁରରେ ଭଙ୍ଗାରୁଜା ସହ ନିଆଁ ଲଗାଇ ଦିଆଯାଇଥିଲା।
ସଂଖ୍ୟାଲଘୁଙ୍କ ଉପରେ ହେଉଥିବା ହିଂସା ଘଟଣାର ତଦନ୍ତ ପାଇଁ ସ୍ବତନ୍ତ୍ର ଟ୍ରିବ୍ୟୁନାଲ ଗଠନ, ପାର୍ଲାମେଣ୍ଟରେ ସେମାନଙ୍କ ପାଇଁ ୧୦ ପ୍ରତିଶତ ଆସନ ସଂରକ୍ଷିତ ରଖିବା ଏବଂ ସଂଖ୍ୟାଲଘୁ ସୁରକ୍ଷା ଆଇନ କାର୍ଯ୍ୟକାରୀ କରାଇବା ଆଦି ବିଭିନ୍ନ ଦାବିରେ ହିନ୍ଦୁମାନେ ବିକ୍ଷୋଭ ଜାରି ରଖିଛନ୍ତି। ବାଂଲାଦେଶ ଅନ୍ତରୀଣ ସରକାରର ନେତୃତ୍ୱ ନେଉଥିବା ମହମ୍ମଦ ୟୁନୁସ୍‌ ସଂଖ୍ୟାଲଘୁଙ୍କ ଉପରେ ଆକ୍ରମଣକୁ ନିନ୍ଦା କରିବା ସହ ସମସ୍ତ ହିନ୍ଦୁ, ଖ୍ରୀଷ୍ଟିଆନ, ବୌଦ୍ଧ ଧର୍ମାବଲମ୍ବୀଙ୍କ ପରିବାରକୁ ସୁରକ୍ଷା ଦେବା ପାଇଁ ଛାତ୍ର ସଂଗଠନଗୁଡ଼ିକୁ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରୁ ଛଟେଇ, ଧାରଣାରେ ବସିଲେ

ଛତ୍ରପୁର,୭ା୫(ଦିଲୀପ ସାମଲ): ଛତ୍ରପୁର ବ୍ଲକ ବଡ଼ ମାଧପୁର ପଞ୍ଚାୟତରେ ଏମ୍‌ବିକେ ଭାବେ କାର୍ଯ୍ୟରତ ମଞ୍ଜୁ ବେହେରାଙ୍କୁ କାର୍ଯ୍ୟରୁ ଛଟେଇ କରାଯାଇଛି। ବିନା କାରଣରେ ତାଙ୍କୁ ବହିଷ୍କାର କରାଯାଇଥିବା…

ପୁଣି କୋଟିଆ ବିବାଦ: ଜନଗଣନା କରୁଛନ୍ତି ଓଡ଼ିଶା, ଆନ୍ଧ୍ର

ପଟ୍ଟାଙ୍ଗି,୭।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତକୁ ନେଇ ବିବାଦ ଥମିବାର ନା ଧରୁନାହିଁ। ଅନ୍ୟପକ୍ଷେ ଓଡ଼ିଶାକୁ ଚେକ୍‌ ଦେବାରେ ପଛଘୁଞ୍ଚା…

ବିଜୟଙ୍କ ସମର୍ଥନରେ ବାହାରିଲେ କମଲ ହାସନ

ଚେନ୍ନାଇ,୭।୫: ତାମିଲନାଡୁ ବିଧାନସଭା ନିର୍ବାଚନରେ, ଅଭିନେତା ବିଜୟଙ୍କ ଦଳ, ‘ତାମିଜାଗା ଭେଟ୍ରି କାଝାଗମ’ (ଟିଭିକେ), ଏକକ ବୃହତ ଦଳ ଭାବରେ ଉଭା ହୋଇଛି। ଫଳସ୍ବରୂପ, ରାଜ୍ୟରେ ସରକାର…

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ

ଗଞ୍ଜାମ,୭ା୫(ବିଦ୍ୟାଧର ସାହୁ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ରାମଗଡ଼ ପଞ୍ଚାୟତର ବିଭିନ୍ନ ଗ୍ରାମ ପରିଦର୍ଶନ କରିଛନ୍ତି। ଏପରିକି ପଞ୍ଚାୟତରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ ତଦାରଖ…

ସରକାର ଗଠନ ପାଇଁ ବିଜୟଙ୍କ ନୂଆ ପ୍ଲାନ: ଏହି ଦଳଠାରୁ ସମର୍ଥନ ଲୋଡିଲେ, ବିଧାୟକମାନଙ୍କୁ ରିସର୍ଟକୁ ସ୍ଥାନାନ୍ତରିତ

ଚେନ୍ନାଇ,୭।୫: ତାମିଲନାଡୁରେ ସରକାର ଗଠନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଅଭିନେତା ବିଜୟଙ୍କ ଦଳ, ତାମିଜାଗା ଭେଟ୍ରି କାଝାଗମ (TVK), ଏବେ ଜଣେ ଅତିରିକ୍ତ ବିଧାୟକଙ୍କ…

ଶ୍ୱଶୁର ଘରୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ…

ଥୁଆମୂଳ ରାମପୁର, ୭ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଡୁମେରପଦର ମୁଖ୍ୟ ରାସ୍ତାର ଲାଠିଆଗୁଡ଼ା ଛକ ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ସ୍ୱାମୀଙ୍କ ମୃତ୍ୟୁ…

ବିଜୟ ଥାଲାପତି ସରକାର ଗଠନ ପାଇଁ BJPର ସମର୍ଥନ ଲୋଡିବେ? ଟିଭିକେଙ୍କ ପ୍ରତିକ୍ରିୟାରେ କଂଗ୍ରେସ ଖୁସି ହେବ ନା ନିରାଶ ହେବ?ଜାଣନ୍ତୁ…

ଚେନ୍ନାଇ,୭।୫: ବିଜୟ ଥାଲାପତିଙ୍କ ଦଳ, TVK (ତାମିଜାଗା ଭେଟ୍ଟ୍ରି କାଝାଗମ), ସରକାର ଗଠନ ପାଇଁ ତା’ର ପ୍ରୟାସକୁ ତୀବ୍ର କରିଛି। ଟିଭିକେ ବିଧାନସଭାରେ ୧୦୮ଟି ଆସନ ପାଇଛି,…

ଫଟୋ ଶେୟାର କରି ଖୁସି ଖବର ଦେଲେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ,୭।୫: ଚଳିତ IPL 2026 ସିଜିନ ମଧ୍ୟରେ ଭାରତୀୟ T20 ଅଧିନାୟକ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ଷ୍ଟାର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କ ଘରେ ଖୁସିର ମାହୋଲ। ସୂର୍ଯ୍ୟକୁମାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri