ଶୁଳିଆପଦା ବ୍ଲକରେ ମହାଦୁର୍ନୀତି ପ୍ରସଙ୍ଗ: କଂଗ୍ରେସ ପକ୍ଷରୁ ବିକ୍ଷୋଭ

ମୋରଡ଼ା,୧୩ା୭(ସ୍ମାରକ ମାଜୀ): ଗୁରୁବାର ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବ୍ଲକ କଂଗ୍ରେସ ପକ୍ଷରୁ ଧାରଣା ଦେବା ସହିତ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ମୋରଡ଼ା ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ପ୍ରଭାସକର ମହାପାତ୍ରଙ୍କ ନେତୃତ୍ୱରେ ହଜାର ହଜାର କଂଗ୍ରେସ କର୍ମୀ ବ୍ଲକ କାର୍ଯ୍ୟାଳୟ ଆଗରେ ଶୁଳିଆପଦା ବ୍ଲକ ପ୍ରଶାସନର ମନମୁଖୀ କାର୍ଯ୍ୟକଳାପକୁ ନିନ୍ଦା କରିଛନ୍ତି। ବ୍ଲକରେ ମୃତ ହିତାଧିକାରୀଙ୍କ ନାମରେ ଉଠାଣ ହୋଇଥିବା ଭତ୍ତା ଟଙ୍କା, ଉନ୍ନୟନମୂଳକ କାର୍ଯ୍ୟରେ ଅନୁମୋଦିତ ବ୍ୟୟ ଅଟକଳ ମୂଲ୍ୟଠାରୁ ଅଧିକ କାର୍ଯ୍ୟ କରିଥିବା ଦର୍ଶାଇ ଟଙ୍କା ଉଠାଣ ହେବା, କାର୍ଯ୍ୟ ନ କରି ଜବ୍‌କାର୍ଡ ମାଧ୍ୟମରେ ଲୁଟ୍‌ ହୋଇଥିବା ଟଙ୍କା, ନିମ୍ନମାନର କାର୍ଯ୍ୟ ହୋଇଥିବା, କାର୍ଯ୍ୟ ଆଦୌ ନ କରି ବିଲ୍‌ ପୈଠ ହୋଇଥିବା ଇତ୍ୟାଦି ବାବଦରେ ତଦନ୍ତ ପାଇଁ ଗତ ମେ’ ୩୦ ତାରିଖରେ ବ୍ଲକ କଂଗ୍ରେସ ପକ୍ଷରୁ ଏକ ଦାବିପତ୍ର ଦିଆଯାଇଥିଲା l କିନ୍ତୁ ଦୁଇ ମାସ ବିତି ଯାଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ତଦନ୍ତ କରାଯାଇନାହିଁ କି ତଦନ୍ତ ରିପୋର୍ଟ ସାର୍ବଜନୀନ ହୋଇନାହିଁ l
ତେଣୁ ଆଜି ୧୦ଟାରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ଶୁଳିଆପଦା ବ୍ଲକ ସମ୍ମୁଖରେ ଗର୍ଜନ କରିଥିଲା ବ୍ଲକ କଂଗ୍ରେସ l ସେହିପରି ବ୍ଲକର ପୂର୍ବତନ ବିଡିଓ ପରୀକ୍ଷିତ ଜେନା ସରକାରୀ ଟଙ୍କାଙ୍କୁ ନିଜ ଆକାଉଣ୍ଟରେ ୧ କୋଟି ୩୦ ଲକ୍ଷ ଟଙ୍କା ଟ୍ରାନ୍ସଫର କରି ନେଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ତାଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ ବୋଲି କହିଛନ୍ତି ଶ୍ରୀ ମହାପାତ୍ର।

ଉକ୍ତ ବିକ୍ଷୋଭ ପ୍ରଦର୍ଶନରେ ପୂର୍ବତନ ବ୍ଲକ କଂଗ୍ରେସ ସଭାପତି ହରିହର ଧଳ, ବ୍ଲକର ବରିଷ୍ଠ କଂଗ୍ରେସ କର୍ମୀ କୃଷ୍ଣ ମାର୍ଣ୍ଡି, ଧ୍ରୁବେନ୍ଦ୍ରନାଥ ସି,ଶୋଭାକର ମୁଖୀ,ବିଦ୍ୟାଧର ଦେଓ, ଶକ୍ତି ଦେ, ସୁଶାନ୍ତ ପାତ୍ର, ପଙ୍କଜିନି ଧଳ, ଲକ୍ଷ୍ମୀ ସି ଏବଂ ଶତାଧିକ କର୍ମୀ ଉପସ୍ଥିତ ଥିଲେ। ତେବେ ଆଗାମୀ ଦିନରେ ଯଦି ଉକ୍ତ ଦୁର୍ନୀତି ବିରୋଧରେ ପ୍ରଶାସନ କୌଣସି ପଦକ୍ଷେପ ଗ୍ରହଣ ନ କରେ ତେବେ ଜିଲାପାଳଙ୍କ କାର୍ଯ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ ସହିତ ଘେରାଉ କରାଯିବ ବୋଲି ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri