ଦିଗପହଣ୍ଡି ପଥ ବିକ୍ରେତା ସଂଘ ପକ୍ଷରୁ ବିକ୍ଷୋଭ, କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଆନ୍ତର୍ଜାତିକ ହକ୍କର ଦିବସ ଅବସରରେ ସୋମବାର ଦିଗପହଣ୍ଡି ପଥ ବିକ୍ରେତା ସଙ୍ଘ ମିଳିତ ହକ୍କର କାର୍ଯ୍ୟ ପ୍ରକ୍ରିୟା କମିଟି ପକ୍ଷରୁ ବିଭିନ୍ନ ଦାବି ନେଇ ସ୍ଥାନୀୟ ଏନ୍‌ଏସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଶ୍ରମିକ ସଙ୍ଗଠନ ଏଆଇଟିୟୁସି ଗଞ୍ଜାମ ଜିଲା ସମ୍ପାଦକ ଅଳକ ନାଥ ମିଶ୍ରଙ୍କ ନେତୃତ୍ୱରେ ଏହି ବିକ୍ଷୋଭ କରାଯିବା ପରେ କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼. ଅଶୋକ କୁମାର କର୍ଣ୍ଣଙ୍କୁ ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ଏନ୍‌ଏସି ପକ୍ଷରୁ ଟାଉନ ଭେଣ୍ଡିଂ କମିଟି ଗଠନ କରାଯାଇ ଡିଜିଟାଲ ସର୍ଭେ ଅନୁସାରେ ସହରର ସମସ୍ତ ପଥ ବିକ୍ରେତାମାନଙ୍କୁ ପ୍ରଶାସନ ପକ୍ଷରୁ ପରିଚୟପତ୍ର ପ୍ରଦାନ କରାଯିବା, ସେମାନଙ୍କୁ ବ୍ୟବସାୟ ନିମନ୍ତେ ପ୍ରଧାନମନ୍ତ୍ରୀ ମୁଦ୍ରା ଋଣ ଭଳି ଅନ୍ୟାନ୍ୟ ଋଣ ମଞ୍ଜୁର ପାଇଁ ଏନ୍‌ଏସି ଗ୍ୟାରେଣ୍ଟର ରହିବା, କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଣୀତ ୨୦୧୪ ପଥ ବିକ୍ରେତା ସୁରକ୍ଷା ଓ ଥଇଥାନ ଆଇନ କାର୍ଯ୍ୟକାରୀ କରାଯିବା ପ୍ରଭୃତି ଦାବି ଉକ୍ତ ସ୍ମାରକପତ୍ରରେ ଉଲ୍ଲେଖ ରହିଛି। ଏହି କାର୍ଯ୍ୟକ୍ରମରେ ଜି.କୃଷ୍ଣ, ଜି.ରାଜେଶ, ଜି.ଦଣ୍ଡପାଣି, ଏନ.ସନ୍ତୋଷ, ଆର୍‌.ସବିତା,କେ.ବାଲାଜୀ, ଆର. ପୂର୍ଣ୍ଣ ପ୍ରମୁଖ ବହୁ ସଂଖ୍ୟକ ପଥବିକ୍ରେତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?