ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ ତଥା ସ୍ବାସ୍ଥ୍ୟମନ୍ତ୍ରୀଙ୍କ ନିକଟରେ ଫେରାଦ ହୋଇଛନ୍ତି। ଏହି ଅଭିଯୋଗ ପାଇ ମନ୍ତ୍ରୀ ମହାଲିଙ୍ଗ ବଲାଙ୍ଗୀର ଜିଲାପାଳ ଓ ଲୋଇସିଂହା ପୋଲିସ ସହ କଥା ହୋଇ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ କରିଥିବା ଗ୍ରାମବାସୀ ଜଣାଇଛନ୍ତି। ଲୋଇସିଂହା ବ୍ଲକ ଯୋଗୀସର୍ଡା ପଞ୍ଚାୟତ ଅଧୀନ ଛେଲବାହାଲ ନିକଟସ୍ଥ ସୁକତେଲ ନଦୀରୁ ପଞ୍ଚାୟତର ସମସ୍ତ ଗ୍ରାମକୁ ପାଇପ ଜଳ ଯୋଗାଣ ହେଉଛି। କିନ୍ତୁ ପାନୀୟ ପ୍ରକଳ୍ପ ଗ୍ୟାଲେରୀ ଉପରୁ ବାଲି ଉଠାଣ କରାଯାଉଛି। ଟ୍ରକ ଓ ହାଇୱା ଯୋଗେ ଜିଲା ତଥା ଜିଲା ବାହାରକୁ ବାଲି ଚାଲାଣ କରାଯାଉଛି ା ଫଳସ୍ବରୂପ ଜଳସ୍ତର କମି ଯାଉଥିବାରୁ ପ୍ରକଳ୍ପ ଯୋଗେ ପାନୀୟ ଜଳ ଯୋଗାଣ ବଧାପ୍ରାପ୍ତ ହେଉଛି ା ପଞ୍ଚାୟତର ୧୦ ହଜାର ଲୋକ ପିଇବା ପାଣି ନେଇ ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଲୋକଙ୍କ ଅଭିଯୋଗ ପାଇ ପଞ୍ଚାୟତ କର୍ତ୍ତୃପକ୍ଷ ତହସିଲଠାରୁ ଆରମ୍ଭ କରି ଜିଲା ପ୍ରଶାସନ ପର୍ଯ୍ୟନ୍ତ ଏହି ସମସ୍ୟା ନେଇ ଦୃଷ୍ଟି ଆକର୍ଷଣ କରିଛନ୍ତି। କିନ୍ତୁ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ। ଏହାଛଡା ଟ୍ରକ ଓ ହାଇୱା ଚଳାଚଳ ଯୋଗୁ ନଦୀକୁ ଯାଇଥିବା ମାଟି ରାସ୍ତା ଶୋଚନୀୟ ହେବାରେ ଲାଗିଛି। ଏଣୁ ବାଲିଘାଟ ଲିଜ୍‌ ଯଥାଶୀଘ୍ର ରଦ୍ଦ କରା ନ ଗଲେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri