ଗ୍ୟାସ୍‌ ଦରବୃଦ୍ଧି ନେଇ ଏସ୍‌ୟୁସିଆଇ ପକ୍ଷରୁ ବିକ୍ଷୋଭ

ବାରିପଦା ଅଫିସ,୨ା୩: ଇନ୍ଧନ ଗ୍ୟାସ୍‌ ଦରବୃଦ୍ଧିକୁ ନେଇ ଏସ୍‌ୟୁସିଆଇ (କମ୍ୟୁନିଷ୍ଟ) ମୟୂରଭଞ୍ଜ ଜିଲା ଶାଖା ପକ୍ଷରୁ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ପ୍ରଦର୍ଶନ କରିଥିଲେ। ଏ ସଂକ୍ରାନ୍ତରେ ଏକ ଦାବିପତ୍ର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କ ଜରିଆରେ ପ୍ରଦାନ କରିଥିଲେ। ଦାବି ପୂରଣ ନ ହେଲେ ଆନ୍ଦୋଳନକୁ ବ୍ୟାପକ କରାଯିବ ବୋଲି ଚେତାବନୀ ଦେଇଥିଲେ।

କେନ୍ଦ୍ର ସରକାରଙ୍କ ଗରିବ ମାରଣ ନୀତି ଯୋଗୁ ମହିଳାଙ୍କ ଆଖିରେ ଲୁହ ଝରିବା ଆରମ୍ଭ ହେଉଛି। କରୋନା ଜନିତ ମହାମାରୀରେ ମେରୁଦଣ୍ଡ ଦୋହଲି ଯାଇଥିବା ଲୋକଙ୍କ ଉପରେ ରନ୍ଧନ ଗ୍ୟାସ ଦରବୃଦ୍ଧି ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଛି। ଚଳିତ ବର୍ଷ ଦୁଇ ମାସ ମଧ୍ୟରେ ୭୫ଟଙ୍କା ଗ୍ୟାସ୍‌ ଦର ବଢିଥିବା ବେଳେ ୮ବର୍ଷ ମଧ୍ୟରେ ୭୧୯ ଟଙ୍କା ବଦ୍ଧି ପାଇଛି । ୨୦୧୪ରେ ଗ୍ୟାସ ଦର ୪୧୦ ଟଙ୍କା ଥିବା ବେଳେ ତାହା ୧୧୨୯ ଟଙ୍କାରେ ପହଞ୍ଚିବା ସାଧାରଣ ଲୋକଙ୍କ ଉପରେ ଘୋର ପ୍ରଭାବିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ

ପାରଳାଖେମୁଣ୍ଡି,  ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri