ଆର୍‌ବିଆଇ ଆଗରେ ନୋଟ୍‌ ଫିଙ୍ଗି ପ୍ରତିବାଦ

ଭୁବନେଶ୍ୱର,୧୨।୧୦(ସତ୍ୟଜିତ୍‌ ରାଉତ)ଚିରାଫଟା ନୋଟ୍‌ ବଦଳାଇବାକୁ ଲୋକେ ନାନା ହଟହଟାର ସମ୍ମୁଖୀନ ହେଉଛନ୍ତି। ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆ)ର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟରେ ଥିବା କାଉଣ୍ଟର ବନ୍ଦ ହୋଇଯାଇଥିବାବେଳେ ବିଭିନ୍ନ ବ୍ୟାଙ୍କ୍‌ ମନା କରୁଛି। ଫଳରେ ଟଙ୍କା ବଦଳାଇବାକୁ ଆସିଥିବା କେତେଜଣ ଲୋକ ଆର୍‌ବିଆଇ ସମ୍ମୁଖରେ ଚିରାଫଟା ନୋଟ୍‌କୁ ଫିଙ୍ଗି ଅଭିନବ ପ୍ରତିବାଦ କରିଛନ୍ତି। ଏସବୁ ନୋଟ୍‌କୁ ବ୍ୟାଙ୍କ୍‌ରେ ବଦଳାଇବାକୁ କହି ଆର୍‌ବିଆଇ କର୍ମଚାରୀମାନେ ସେମାନଙ୍କୁ ଫେରାଇ ଦେବାପରେ ଲୋକେ ଅସନ୍ତୋଷ ପ୍ରକାଶ କରି ଏଭଳି କରିଥିବା ଜଣାପଡିଛି। ମଧ୍ୟାାହ୍ନ ପ୍ରାୟ ୧୨ଟା ବେଳେ ୧୫ରୁ ଊର୍ଦ୍ଧ୍ୱ ଗ୍ରାହକ ୨୦, ୫୦, ୧୦୦ ଟଙ୍କିଆ ଆଦି ଚିରା ଫଟା ଓ ନଷ୍ଟ ନୋଟ୍‌କୁ ଫିଙ୍ଗି ଆର୍‌ବିଆଇ ଆଗରେ ପ୍ରତିବାଦ କରୁଥିଲେ। ଖବର ପାଇ ଖାରବେଳନଗର ଥାନା ପୋଲିସ ସେଠାରେ ପହଞ୍ଚତ୍ ଥିଲା। ଆର୍‌ବିଆଇ ଅଧିକାରୀ ଓ ପୋଲିସ ଗ୍ରାହକମାନଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ସୂଚନାଯୋଗ୍ୟ, ଅକ୍ଟୋବର ୩ରୁ ଆର୍‌ବିଆଇ ଚିରାଫଟା ନୋଟ୍‌କୁ ଗ୍ରହଣ କରିବନି ବୋଲି ଗାଇଡ୍‌ଲାଇନ୍‌ ଜାରି କରିଛି। ଏସବୁ ନୋଟ୍‌କୁ ସ୍ଥାନୀୟ ବ୍ୟାଙ୍କ୍‌ରେ ବଦଳାଇ ହେବ ବୋଲି ନିର୍ଦ୍ଦେଶ ଦିଆଯାଇଛି। ହେଲେ ବ୍ୟାଙ୍କଗୁଡ଼ିକ ଏହି ଚିରାଫଟା ନୋଟ୍‌କୁ ଗ୍ରହଣ କରୁ ନ ଥିବା ସମ୍ପୃକ୍ତ ଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri