ଆଇନଜୀବୀଙ୍କ ସୁରକ୍ଷା, ଅଭିଯୁକ୍ତଙ୍କ ଗିରଫ ଦାବିରେ ଆନ୍ଦୋଳନ

ଖୋର୍ଦ୍ଧା,୮ା୧୦(ପ୍ରଭାତ ପାଣିଗ୍ରାହୀ): ବ୍ରହ୍ମପୁର ସହର ଜଣାଶୁଣା ଆଇନଜୀବୀ, ଭାଜପା ନେତା ତଥା ରାଜ୍ୟ ଆଇନଜୀବୀ ପରିଷଦ ସଦସ୍ୟ ପୀତବାସ ପଣ୍ଡା ଗୁଳିକାଣ୍ଡ ମାମଲା ରାଜ୍ୟ ଆଇନଜୀବୀ ପରିଷଦ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ପରିଷଦ ନିଷ୍ପତ୍ତି କ୍ରମେ ବୁଧବାର ରାଜ୍ୟ ବ୍ୟାପୀ ଆଇନଜୀବୀମାନେ କଲମଛାଡ଼ ଆନ୍ଦୋଳନ କରିଛନ୍ତି। ଏହାର ପ୍ରତିବାଦରେ ଖୋର୍ଦ୍ଧା ଜିଲା ଓକିଲ ସଂଘ କଲମ ଆନ୍ଦୋଳନ କରିଛନ୍ତି। ଆଜି ପୂର୍ବାହ୍ନରେ ସଂଘ ପକ୍ଷରୁ ଏକ ସାଧାରଣ ସଭା ଆୟୋଜିତ ହୋଇଥିଲା। ବୈଠକରେ ପୀତବାସ ଗୁଳିକାଣ୍ଡ ଘଟଣା ନିନ୍ଦା କରିବା ସହ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ପୀତବାସଙ୍କୁ ଗୁଳିକାଣ୍ଡ ଏକ ସୁଚିନ୍ତିତ ଷଡ଼ଯନ୍ତ୍ର।
ଏହି ଗୁଳିକାଣ୍ଡ ମାମଲାର ସଂପୃକ୍ତ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରାଯିବ ସହ ଏହି ମାମଲାର ବିଚାର ବିଭାଗୀୟ ତଦନ୍ତ, ଆଇନଜୀବୀମାନଙ୍କ ସୁରକ୍ଷା ଦାବି କରିଛି ଓକିଲ ସଂଘ ଆଡ୍‌ଭୋକେଟ ପ୍ରୋଟକସନ ଆକ୍ଟ କାର୍ଯ୍ୟକାରୀ କରାଯାଉ।
ଖୋର୍ଦ୍ଧା ଜିଲା ଓକିଲ ସଂଘ ଜୀବନଜ୍ୟୋତି ମିଶ୍ର, ସମ୍ପାଦକ କ୍ଷୀରୋଦ ମୋହନ ସ୍ବାଇଁ, ପୂର୍ବତନ ସଭାପତି ଶିଶିର ପରିଡ଼ା, ରଜନୀକାନ୍ତ ପଟ୍ଟନାୟକ, ଅଜିତ ପଟ୍ଟନାୟକ, ବିଜୟ ସାମନ୍ତସିଂହାର, ସର୍ବେଶ୍ୱର ସାହୁ, ନୃସିଂହ ଚରଣ ମିଶ୍ର, ଲୋତକବିନ୍ଦୁ ପଟ୍ଟନାୟକଙ୍କ ସମେତ ସମସ୍ତ ଆଇନଜୀବୀ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି।

Dharitri – Odisha’s Leading and Most Trusted Odia Newspaper

Enter your email to get our daily news in your inbox.

All Right Reserved By Dharitri.Com

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?