ଛାଉଣୀ ନଥିବାରୁ ପ୍ରତିବାଦ: ପେଟ୍ରୋଲ ପମ୍ପକୁ ବନ୍ଦ କଲା ନାଗରିକ ମଞ୍ଚ

ବରଗଡ଼, ୨୨।୪(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଜିଲାରେ ତାତି ବଢି ଚାଲିଛି। ଏଥିରେ ଜୀବନ ଅସ୍ତବ୍ୟସ୍ତ ହୋଇ ପଡୁଛି। କିନ୍ତୁ ଏଭଳି ସ୍ଥିତିରେ ବରଗଡ଼ ସହରର ଗାନ୍ଧିଛକସ୍ଥିତ ପେଟ୍ରୋଲ ପମ୍ପରେ ଛାଉଣୀ ନ ଥିବା ଯୋଗୁଁ ଅସହ୍ୟ ତାତିରେ ଲୋକେ ଗାଡିରେ ତେଲ ପକାଇବାକୁ ନେଇ ଅସନ୍ତୋଷ ତେଜି ଉଠିଛି। ବରଗଡ଼ ନାଗରିକ ମଞ୍ଚର ଏକ ପ୍ରତିନିଧି ଦଳ ଆଜି ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ ଉକ୍ତ ପେଟ୍ରୋଲ ପମ୍ପକୁ ପହଞ୍ଚି ଦୃଢ଼ ପ୍ରତିବାଦ କରିଥିଲେ। ଛାଉଣୀ କରା ନ ଯିବା ପର୍ଯ୍ୟନ୍ତ ପେଟ୍ରୋଲ ପମ୍ପ ବନ୍ଦ କରିବାକୁ ଦୃଢ ଦାବି କରିଥିଲେ। ଫଳରେ ପେଟ୍ରୋଲ ପମ୍ପ ବନ୍ଦ ରହିବା ସହିତ ଛାଉଣୀ କାର୍ଯ୍ୟକୁ ପେଟ୍ରୋଲ ପମ୍ପ ମାଲିକ ଆରମ୍ଭ କରିଛନ୍ତି। ପ୍ରତିବାଦ ସମୟରେ ବରଗଡ଼ ନାଗରିକ ମଞ୍ଚର ବୀରେନ୍ଦ୍ର ପ୍ରଧାନ, ଶୟନ ପଣ୍ଡା, ଆଇନ ଜୀବୀ ଅନୁପ ଶତପଥି, ସୁରଥ ସାହୁ, ନିଖିଳ ପାଣିଗ୍ରାହୀ, ଭବାନୀ ସାହୁ ଉପସ୍ଥିତ ଥିଲେ। ସୂଚନା ଥାଉକି, ଉକ୍ତ ପେଟ୍ରୋଲ ପମ୍ପରେ ଛାଉଣୀ ବ୍ୟବସ୍ଥା ନଥିବା ନେଇ ଗତ ୧୪ତାରିଖ ଧରିତ୍ରୀ ପୋର୍ଟାଲ ପେଜରେ ଏକ ଖବର ପ୍ରକାଶ ପାଇଥିଲା। ସେହିପରି ଆଜିର ଧରିତ୍ରୀରେ ମଧ୍ୟ ଅଂଶୁଘାତ ଭୟ: ଅସହ୍ୟ ଗୁଳଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ଶୀର୍ଷକ ପ୍ରକାଶିତ ଖବରରେ ବିନା ଛାଉଣୀର ଉକ୍ତ ପେଟ୍ରୋଲ ପମ୍ପରେ ଟାଣଖରାରେ ଲୋକେ ତେଲ ପକାଉଥିବା ନେଇ ଏକ ଫଟୋ ପ୍ରକାଶ ପାଇଛି। ସେହିପରି ଗତ ୧୯ତାରିଖ ମଧ୍ୟ ନାଗରିକ ମଞ୍ଚର ଏକ ପ୍ରତିନିଧି ଦଳ ପେଟ୍ରୋଲ ପମ୍ପକୁ ଯାଇ ଛାଉଣୀ ବ୍ୟବସ୍ଥା ଦାବି କରିଥିଲେ। ଏହାସତ୍ତ୍ବେ ସେ ଦିଗରେ କିଛି ପଦକ୍ଷେପ ନିଆଯାଇ ନଥିବା ଯୋଗୁଁ ଦୃଢ ଦାବି ସହିତ ନାଗରିକ ମଞ୍ଚ ପେଟ୍ରୋଲ ପମ୍ପକୁ ବନ୍ଦ କରି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri