ଗରା, ବାଲ୍‌ଟି ଧରି ରାସ୍ତାରେ ବସିଲେ

ଉଦଳା,୧୬।୫(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ବଡଖମଣ ପଞ୍ଚାୟତ ଅନ୍ତର୍ଗତ ଖଣ୍ଡାଚିରା ଗ୍ରାମର ମହିଳା ପୁରୁଷ ଶନିବାର ପାନୀୟଜଳ ସମସ୍ୟା ସମାଧାନ ଦାବିରେ ଉଦଳା-ବାରିପଦା ରାଜ୍ୟ ରାଜପଥର କଲିଆ ଛକ ନିକଟରେ ଧାରଣାରେ ବସିଥିଲେ। ଗ୍ରାମରେ ଥିବା ୨ଟି ନଳକୂପ ଦୀର୍ଘ ବର୍ଷ ହେବ ଅଚଳ ହୋଇ ପଡିଥିବା ବେଳେ ନାଳ ପାଣି ଗ୍ରାମବାସୀଙ୍କ ଶୋଷ ମେଣ୍ଟାଉଛି। ଏନେଇ ଗ୍ରାମବାସୀ ବାରମ୍ବାର ସରପଞ୍ଚଙ୍କଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନ ପର୍ଯ୍ୟନ୍ତ ଅବଗତ କରାଇଥିଲେ ସୁଦ୍ଧା କେହି ସେମାନଙ୍କ କଥା ପ୍ରତି କର୍ଣ୍ଣପାତ ନ କରିବାରୁ ଗ୍ରାମବାସୀ ଗରା ବାଲ୍‌ଟି ଧରି ରାଜ୍ୟ ରାଜପଥରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ ସେମାନେ ଯିଦ୍‌ରେ ଅଟଳ ରହିଥିଲେ। ତେବେ ତୁରନ୍ତ ପାନୀୟ ଜଳ ସମସ୍ୟାର ସମାଧାନ କରା ନ ଗଲେ ଆନ୍ଦୋଳନ ଜାରି ରହିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିକୁ ପିଟିଲା କାର: ୭ ଗୁରୁତର

ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା  ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ମହିଳା

ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ନୂଆଗାଁସ୍ଥିତ ହରପ୍ରସାଦ ଶିକ୍ଷା ସଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ସେବିକା ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି।…

ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…

ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍‌ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍‌ଏନ୍‌ଏଲ୍‌ର ୪-ଜି…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

ବସ୍ତାରେ ଗୋମାଂସ ଆଣୁଥିବା ସମୟରେ ମାଡ଼ିବସିଲା ପୋଲିସ

ମୋରଡ଼ା/ରାସଗୋବିନ୍ଦପୁର,୪ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ଗୋ ମାଂସ ଚାଲାଣ ଅଭିଯୋଗରେ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ପୋଲିସ ମଙ୍ଗଳବାର ୨ଜଣଙ୍କୁ ଥାନାରେ ଅଟକ ରଖି ପଚାରାଉଚୁରା କରୁଛି। ଏନେଇ ଥାନାରେ…

ଫୁଲକୋବି ଗାଡିରେ ଚାଲାଣ ହେଉଥିଲା ଗଞ୍ଜେଇ, ମାଡିବସିଲା ଏନସିବି, ଘଟଣାସ୍ଥଳରୁ…

ଉଦଳା,୪।୨(ସନ୍ତୋଷ କୁମାର ବାଚ୍ଛିନୀ): ଗଞ୍ଜେଇ ଚାଲାଣର ନୂଆ ତରିକା। କୋବିର ଚାହିଦା ସମୟରେ କୋବିକୁ ଢାଲ କରି ହେଉଥିଲା ଗଞ୍ଜେଇ ଚାଲାଣ। ଆଉ ଗଞ୍ଜେଇ ଗାଡିକୁ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri