ସପ୍ତାହ ଭିତରେ ମଦକୋଠି ବନ୍ଦ ନ ହେଲେ ଆନ୍ଦୋଳନ

ନୂଆପଡ଼ା,୨ା୯ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ପଞ୍ଚାୟତ ଠୋଙ୍ଗୋ ଗାଁରେ ଚାଲିଥିବା ବେଆଇନ ମଦ କୋଠି ବନ୍ଦ କରିବା ପାଇଁ ଗ୍ରାମବାସୀ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରରେ ଲିଖିତ ଭାବରେ ଜଣାଇଛନ୍ତି। ତୁରନ୍ତ ଏ ଦିଗରେ ପଦକ୍ଷେପ ନିଆ ନ ଗଲେ ସେମାନେ ରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।

ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ଠୋଙ୍ଗୋ ଗାଁରେ ୯୫ ପ୍ରତିଶତ ଆଦିବାସୀ ଶ୍ରେଣୀର ଲୋକ ବାସ କରନ୍ତି। ଛୋଟବଡ ୮ ପଡା ଓ ଗାଁରେ ଲୋକସଂଖ୍ୟା ୨ ହଜାରରୁ ଅଧିକ ହେବ। ଏହି ୮ ପଡାରେ ଦେଶୀ, ବିଦେଶୀ ଓ ରନ୍ଧା ମଦ କୋଠି ୪ଟି ରହିଛି। ବେଆଇନ ମଦ ବିକ୍ରୟ ଯୋଗୁ ଲୋକେ ମଦ ପିଇ ଅସାମାଜିକ କାର୍ଯ୍ୟକଳାପରେ ଲିପ୍ତ ରହୁଛନ୍ତି। ଏହାକୁ ନେଇ ପରିବାର ମଧ୍ୟରେ ଅଶାନ୍ତି ସୃଷ୍ଟି ହେଉଛି । ଏହାକୁ ବିରୋଧ କରି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟା ଓ ଗ୍ରାମବାସୀ ଗାଁରେ ସଭା କରି ମଦ କୋଠି ବନ୍ଦ କରିବା ପାଇଁ କହିଥିଲେ ସୁଦ୍ଧା କେହି ଶୁଣି ନ ଥିଲେ। ପରେ ଏ ନେଇ ଜିଲା ପ୍ରଶାସନ, ଅବକାରୀ ବିଭାଗ ଓ ପୋଲିସ ପ୍ରଶାସନକୁ ଲିଖିତ ଭାବରେ ଜଣାଇଲେ ବି କୌଣସି ପଦକ୍ଷେପ ନିଆଗଲା ନାହିଁ । ମଦ ବିକ୍ରିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ନାମରେ ମାମଲା ବଦଳରେ ଗ୍ରାମବାସୀଙ୍କ ନାମରେ ମାମଲା ରୁଜୁ କରାଗଲା। ଜାନୁଆରୀ ୩ରେ କୋମନା ଥାନା କେସ ନଂ.୬/୨୫ରେ ଏକ ମାମଲା ରୁଜୁ ହୋଇଛି।

ସୋମବାର ପୁଣିଥରେ ନୂଆପଡା ଅଭିଯୋଗ ଶୁଣାଣିରେ ଲିଖିତ ଭାବରେ ଜଣାଇ ସପ୍ତାହ ଭିତରେ ମଦ କୋଠି ବନ୍ଦ ନ ହେଲେ ଧାରଣା ଦେବେ ବୋଲି ରୋକଠୋକ ଶୁଣାଇଛନ୍ତି। ଏ ସଂକ୍ରାନ୍ତରେ ଅବକାରୀ ଅଧୀକ୍ଷକ ସଂଘମିତ୍ରା ପ୍ରଧାନଙ୍କୁ ପଚାରିବାରୁ ବହୁ ଶୀଘ୍ର ମଦ କୋଠି ବନ୍ଦ କରାଇ ବେଆଇନ କାରବାର କରୁଥିବା ବ୍ୟକ୍ତି ମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ। ଏହି ସମୟରେ ପେରମାନନ୍ଦ ମାଝି, ସୁମିତ୍ରା ମାଝି, ଦମୟନ୍ତି ଛତ୍ରିଆ, ରୁକ୍ମଣି ମାଝି, ହେମକାନ୍ତି ମାଝି, ବିଳାଶ ମାଝି, ମିଥିଳା ମାଝି, ଯଶୋଦା ମାଝି, କ୍ଷୀର ମାଝି, ପଦ୍ମନୀ ମାଝି, ବଂଶୀଧର ମାଝି, ସନାତନ ମାଝି ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri