ସମସ୍ୟା ସମାଧାନ ନ ହେଲେ ଆନ୍ଦୋଳନ: ଚେତାବନୀ ଦେଲା ଡ୍ରାଇଭର ମହାସଂଘ

ବରଗଡ଼,୧୨।୬(ପ୍ରେମାନନ୍ଦ ଖମାରୀ):ଓଡ଼ିଶା ଡ୍ରାଇଭର ମହାସଂଘ, ବରଗଡ଼ ଜିଲା ଶାଖାର ଏକ ପ୍ରତିନିଧି ଦଳ ଗୁରୁବାର ବିଭିନ୍ନ ଦାବି ନେଇ ଜିଲାପାଳଙ୍କୁ ଫେରାଦ ହୋଇଥିଲେ। ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ସେମାନେ ସେମାନଙ୍କ ଦାବି ସମୂହ ନେଇ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ଡେପୁଟୀ କଲେକ୍ଟର ସୁମତୀ ପଣ୍ଡା ସ୍ମାରକପତ୍ର ଗ୍ରହଣ କରିଥିଲେ। ସ୍ମାରକପତ୍ରରେ ସେମାନେ ଉଲ୍ଲେଖ କରିଛନ୍ତି, ଅଟୋ ଏବଂ ପ୍ରାଇଭେଟ୍‌ ଗାଡ଼ିର ଡ୍ରାଇଭରମାନଙ୍କୁ ଡ୍ରାଇଭର କଲ୍ୟାଣ ବୋର୍ଡ଼ରେ ସାମିଲ କରିବା ଏବଂ ନିର୍ବାଚନ ସମୟରେ ଡ୍ରାଇଭରମାନେ ମତାଧିକାର ସାବ୍ୟସ୍ତ କରିବାରୁ ବଞ୍ଚିତ ହେଉଥିବା ସମସ୍ୟା ନେଇ ମହାସଂଘ ପକ୍ଷରୁ ବାରମ୍ବାର ପରିବହନ ମନ୍ତ୍ରୀ, ପରିବହନ କମିଶନର ଏବଂ ଓଡ଼ିଶା ମୋଟର ପରିବହନ ଡ୍ରାଇଭର କଲ୍ୟାଣ ବୋର୍ଡ଼ଙ୍କଠାରେ ଦାବି ଉପସ୍ଥାପନ କରାଯାଇଛି। ମାତ୍ର ଏପର୍ଯ୍ୟନ୍ତ ସେଦିଗରେ କିଛି ପଦକ୍ଷେପ ନିଆଯାଇ ନାହିଁ। ସେହିପରି ସେମାନଙ୍କୁ ସାମାଜିକ ସୁରକ୍ଷା ପ୍ରଦାନ ଦିଗରେ ମଧ୍ୟ ସରକାର କୌଣସି ପଦକ୍ଷେପ ନେଉ ନଥିବା ଅଭିଯୋଗ ହୋଇଛି। ତେବେ ଆସନ୍ତା ୯୦ଦିନ ମଧ୍ୟରେ ଉପରୋକ୍ତ ସମସ୍ୟା ଗୁଡ଼ିକର ସ୍ଥାୟୀ ସମାଧାନ କରା ନଗଲେ ମହାସଂଘ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି। ବରଗଡ଼ ଡ୍ରାଇଭର ମହାସଂଘର ସଭାପତି ନିଲାମ୍ବର ସାହାଙ୍କ ନେତୃତ୍ୱରେ ଅନ୍ୟ କର୍ମକର୍ତ୍ତା, ସଭ୍ୟବୃନ୍ଦ ସ୍ମାରକପତ୍ର ପ୍ରଦାନ ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ମିଳୁନି ପାନୀୟ ଜଳ, ଶୋଷ ମେଣ୍ଟାଉଛି ପରିତ୍ୟକ୍ତ କୁଣ୍ଡ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା ସୁଙ୍କି ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ଓଡ଼ିଶାର ଅନ୍ୟତମ ଗ୍ରାମ ବାନ୍ଧା। ଉକ୍ତ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ରାସ୍ତା ସାଜିଛି ବାଧକ, ଭାରରେ ବୁହା ହେଲେ ମହିଳା ରୋଗୀ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): ପ୍ରତ୍ୟେକ ଗ୍ରାମରେ ପହଞ୍ଚିବ ରାସ୍ତା, ଆଉ କୌଣସି ସମସ୍ୟାର ସମ୍ମୁଖିନ ହେବେନି ଗ୍ରାମବାସୀ । ଏହି ନାରା ଦେଇ ଚାଲିଛନ୍ତି ସରକାରୀ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?