ଆଉଟସୋର୍ସିଂ କର୍ମଚାରୀଙ୍କ ୩ ଦଫା ଦାବି: ପୂରଣ ନ ହେଲେ ୨୪ରୁ ଭୁବନେଶ୍ୱରରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନ

ଛତ୍ରପୁର, ୧୮।୩ (ସନ୍ତୋଷ ପାଢ଼ୀ ): ଓଡ଼ିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଂଘ ଗଞ୍ଜାମ ଜିଲା ପକ୍ଷରୁ ୩ ଦଫା ଦାବି ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି । ଦାବିଗୁଡିକ ମଧ୍ୟରେ ଛଟେଇ କରାଯାଇଥିବା କର୍ମଚାରୀମାନଙ୍କୁ ପୁନଃନିଯୁକ୍ତ ଓ ବିଭିନ୍ନ ବିଭାଗରୁ ଆଉ କୌଣସି ନିଯୁକ୍ତ ନ କରିବା ଏବଂ ସମସ୍ତ ଆଉଟସୋର୍ସ କର୍ମଚାରୀଙ୍କୁ ଚାକିରି ସୁରକ୍ଷା ପ୍ରଦାନ ରହିଛି। ସେହିପରି
ସେବା ପ୍ରଦାନକାରୀଙ୍କ ମାଧ୍ୟମରେ ନିୟୋଜିତ କର୍ମଚାରୀମାନଙ୍କୁ ସମାନ ନ୍ୟାୟ ପ୍ରଦାନ ଓ ଆଉଟସୋର୍ସ କର୍ମଚାରୀ ଭାବରେ ବ୍ୟବହାର କରିବା, ସମସ୍ତ ଆଉଟସୋର୍ସ କର୍ମଚାରୀଙ୍କୁ ସେମାନଙ୍କର ଅଭିଜ୍ଞତା, କଠିନ ପରିଶ୍ରମ ଏବଂ ସେବାର ସନ୍ତୋଷଜନକତାକୁ ବିଚାର କରି ନିୟମିତ କରିବା ରହିଛି । ରାଜ୍ୟ ସଂଘ ବାରମ୍ବାର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଆସୁଛି, କିନ୍ତୁ ଏପର୍ଯ୍ୟନ୍ତ କୌଣସି ପଦକ୍ଷେପ ନିଆଯାଇନାହିଁ। ଯଦି ଦାବି ୧୯ ମାର୍ଚ୍ଚ କିମ୍ବା ପୂର୍ବରୁ ପୂରଣ ନ ହୁଏ ତେବେ ୨୪ ମାର୍ଚ୍ଚରେ ଭୁବନେଶ୍ୱରସ୍ଥିତ ଗାନ୍ଧୀ ମାର୍ଗରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ପ୍ରତିବାଦ ଓ ଆନ୍ଦୋଳନ କରିବେ ବୋଲି ଉକ୍ତ ସ୍ମାରକପତ୍ରରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri