ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲାପାଳ ରେବେକା ବିଲୁଙ୍ଗ ପହଞ୍ଚି ବୁଝାସୁଝା କରିଛନ୍ତି। ଅଙ୍ଗନୱାଡି କର୍ମୀଙ୍କୁ ବୁଝାସୁଝା ପରେ ଆଗାମୀ ୫ ଦିନ ଭିତରେ ପଦକ୍ଷେପ ଗ୍ରହଣ କରିବାକୁ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୂଚନା ଅନୁସାରେ ଅଙ୍ଗନୱାଡ଼ି ସୁପରଭାଇଜର ପ୍ରଣତି ପ୍ରଧାନ ସମସ୍ତ ଅଙ୍ଗନୱାଡ଼ି କର୍ମୀମାନଙ୍କୁ ନିର୍ଯାତନା ଦେଉଥିବା ଅଭିଯୋଗ ଆଣି ତାଙ୍କୁ ଅନ୍ୟତ୍ର ବଦଳି କରିବା ଦାବିରେ ବ୍ଲକ ସମ୍ମୁଖରେ ପଶ୍ଚିମ ଓଡ଼ିଶା ଅଙ୍ଗନୱାଡି କର୍ମୀ ଓ ସହାୟିକା ସଂଘ ସଭାନେତ୍ରୀ ମୀରାବତୀ ଦଳବେହେରାଙ୍କ ନେତୃତ୍ୱରେ ଧାରଣା ଚାଲିଥିଲା। ଏ ସମ୍ପର୍କରେ ସୁପରଭାଇଜର ପ୍ରଣତୀ ପ୍ରଧାନଙ୍କୁ ପଚାରିବାରୁ ଭିତ୍ତିହୀନ ଅଭିଯୋଗ ବୋଲି ପ୍ରକାଶ କରିବା ସହିତ କିଛି ଦିନ ତଳେ ତାଙ୍କ ଅଧୀନସ୍ଥ ଅଙ୍ଗନୱାଡି କର୍ମୀମାନଙ୍କୁ ରିପୋର୍ଟ ମାଗିଥିଲେ। ଏହି ରିପୋର୍ଟ କିଛି ଅଙ୍ଗନୱାଡି କର୍ମୀ ଦେଇଥିବା ବେଳେ କିଛି ଅଙ୍ଗନୱାଡି କର୍ମୀ ଦେଇ ନଥିଲେ। ତେଣୁ ଦେଇ ନ ଥିବା ଅଙ୍ଗନୱାଡି କର୍ମୀଙ୍କୁ ଆଉଥରେ ରିପୋର୍ଟ ମାଗିବା ପରେ ସଭାନେତ୍ରୀ ମୀରାବତୀ ଦଳବେହେରାଙ୍କ ସହିତ ତର୍କ ହୋଇଥିଲା,ତେଣୁ ମୋ ନାମରେ ମିଥ୍ୟା ଅଭିଯୋଗ ଆଣିଛନ୍ତି ବୋଲି ପରିପ୍ରକାଶ କରିଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri