ଜିଲା ଭିତ୍ତିକ ନିଯୁକ୍ତି ଦାବି ଘଟଣା: ନିଯୁକ୍ତପତ୍ର ପାଇଥିବା ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ବାରଣ, ବିଇଓ ଅଫିସ ସମ୍ମୁଖରେ ଧାରଣା

ଝରିଗାଁ,୭।୧୦(କିଶୋର ଚନ୍ଦ୍ର ମଣ୍ତଳ): ଜିଲା ଭିତ୍ତିକ ନିଯୁକ୍ତି ଦାବି ଘଟଣାରେ ନିଯୁକ୍ତପତ୍ର ପାଇଥିବା ନୂତନ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ସମ୍ପୃକ୍ତ ଗ୍ରାମରେ ରହିଥିବା କ୍ରିୟାନୁଷ୍ଠାନ କମିଟି ବାରଣ କରିଛି। ଯାହାଫଳରେ କାର୍ଯ୍ୟରେ ଯୋଗ ଦେଇପାରିନଥିବା ଶିକ୍ଷୟିତ୍ରୀ ଶିକ୍ଷକମାନେ ଦିନ ୧୧ଟାରୁ ସନ୍ଧ୍ୟା ୬ଟା୩୦ମିନିଟ୍‌ ପର୍ଯ୍ୟନ୍ତ ବିଇଓ ଅଫିସ ସମ୍ମୁଖରେ ଧାରଣାରେ ବସିରହି ନ୍ୟାୟ ଦାବି କରିଥିଲେ। ସେହିପରି ପୂର୍ବରୁ ଜିଲାଭିତ୍ତିକ ନିଯୁକ୍ତି କ୍ରିୟାନୁଷ୍ଠାନ କମିଟି ତରଫରୁ ମୁଖ୍ୟ ଏହାକୁ ପ୍ରତିବାଦ କରି ବିରୋଧ କରିଥିଲେ । ଏପରିକି ସମ୍ପୃକ୍ତ ନୂତନ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ବିଇଓ ଅଫିସ ମଧ୍ୟକୁ ପ୍ରବେଶ କରିବାକୁ ଦେଇ ନ ଥିଲେ । ଏହାଦେଖି ବିଇଓ ଜଗନ୍ନାଥ ଧରୁଆ ସମୃକ୍ତ ନୂତନ ଶିକ୍ଷକମାନଙ୍କୁ ନିଜ ନିଜ ବିଦ୍ୟାଳୟରେ ୪ଟା ପର୍ଯ୍ୟନ୍ତ ରହିବାକୁ କହିଥିଲେ । ଉଭୟ ପକ୍ଷରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ କାର୍ଯ୍ୟାଳୟ ସମ୍ମୁଖରେ ରହିଥିବା ଦେଖିବାକୁ ମିଳିଛି l ଖବର ପାଇ ପୋଲିସ ଏସ ଆଇ ଲକ୍ଷ୍ମୀ ନାରାୟଣ ଦୋରା, ଏଏସଆଇ କେଦାର ନାଥ ରାଉତ ଘଟଣା ସ୍ଥଳେ ପହଞ୍ଚି ଉଭୟଙ୍କୁ ବୁଝାସୁଝା କରିଥିଲେ।  ସୋମବାର ଝରିଗାଁ ବ୍ଲକରେ ୪୪ଜଣ ନୂତନ କନିଷ୍ଠ ଶିକ୍ଷୟିତ୍ରୀ ଶିକ୍ଷକ ନିଜ ନିଜ କାର୍ଯ୍ୟରେ ଯୋଗ ଦେଇଥିବା ବେଳେ ୪୯ଜଣ ଶିକ୍ଷୟତ୍ରୀ ଶିକ୍ଷକ କାର୍ଯ୍ୟରେ ଯୋଗ ଦେଇନଥିବା ବିଇଓ ଜଗନ୍ନାଥ ଧରୁଆ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦରେ ଅଦ୍ଭୁତ ଦୃଶ୍ୟ, ମୋଦିଙ୍କ ଭାଷଣ ବିନା…

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତି ସଂସଦର ମିଳିତ ଅଧିବେଶନକୁ ସମ୍ୱୋଧିତ କରିବା ପରେ, ଆଲୋଚନା ହୁଏ ଏବଂ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ଅଭିଭାଷଣ ରଖାଯାଏ। କିନ୍ତୁ, ଲୋକ ସଭାରେ ହଟ୍ଟଗୋଳ ଯୋଗୁଁ…

‘ପ୍ରଧାନମନ୍ତ୍ରୀଙ୍କ ସହ କିଛି ବି ହୋଇଥାଆନ୍ତା’, କାହିଁକି ଏମିତି କହିଲେ ଓମ ବିର୍ଲା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ…

ହୋଲି-ଦୀପାବଳିରେ ମାଗଣା ଗ୍ୟାସ ସିଲିଣ୍ଡର; ଜାଣନ୍ତୁ ଆପଣଙ୍କୁ କିପରି ମିଳିବ ଲାଭ…

ନୂଆଦିଲ୍ଲୀ,୫।୨: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ଦିଲ୍ଲୀର ରେଖା ଗୁପ୍ତା ସରକାର ନିଜର ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରି…

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri