ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବାରିପଦା ଅଫିସ,୨୮।୧୨: ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ହୋ, ମୁଣ୍ଡା ଏବଂ ଭୂମିଜ ସମ୍ପ୍ରଦାୟର ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ସାମିଲ ଦାବିରେ ଜିଲା ବିଜୁ ଜନତା ଦଳ ପକ୍ଷରୁ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ସହ ବିକ୍ଷୋଭ ପ୍ରଦର୍ଶନ ହୋଇଛି। ମୁଣ୍ଡାରୀ ଭାଷା କ୍ରିୟାନୁଷ୍ଠାନ କମିଟି ଓ ମୁଣ୍ଡା ଆଦିବାସୀ ଯୁବ ସଙ୍ଗଠନର କର୍ମକର୍ତ୍ତାମାନେ ମଧ୍ୟ ଶତାଧିକ ସଂଖ୍ୟାରେ ଉପସ୍ଥିତ ରହି ଦାବି ଉପସ୍ଥାପନ କରିଥିଲେ । ଏ ବାବଦରେ ଆଦିବାସୀଙ୍କୁ ଉପେକ୍ଷା କରୁଥିବା ମୟୂରଭଞ୍ଜ ଜିଲା ଆଦିବାସୀ ସମାଜ ବରଦାସ୍ତ କରିବେ ନାହିଁ ବୋଲି କଡା ଚେତାବନୀ ଦିଆଯାଇଛି।
ରାଜ୍ୟରେ ୧୬୦ରୁ ଊଦ୍ଧର୍‌ବ ଜନଜାତି ସମ୍ପ୍ରଦାୟକୁ ରାଜ୍ୟ ଜନଜାତି ତାଲିକାରେ ଅନ୍ତର୍ଭୁକ୍ତ କରିବାରେ କେନ୍ଦ୍ରର ଅବହେଳା ବିରୋଧରେ ବିଜୁ ଜନତା ଦଳ ପକ୍ଷରୁ କଡା ସମାଲୋଚନା କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଜିଲାପରିଷଦ ଅଧ୍ୟକ୍ଷା ଭାରତୀ ହାଁସଦା, ବାରିପଦା ପୌରାଧ୍ୟକ୍ଷ କୃଷ୍ଣାନନ୍ଦ ମହାନ୍ତି, ଆଦିବାସୀ ଉନ୍ନୟନ ପରିଷଦର ଅଧ୍ୟକ୍ଷ ଦେବାଶିଷ ମାରାଣ୍ଡି, ପ୍ରାକ୍ତନ ମନ୍ତ୍ରୀ ସରୋଜିନୀ ହେମ୍ବ୍ରମ, ପ୍ରାକ୍ତନ ଉପବାଚସ୍ପତି ସାନନ୍ଦ ମାରାଣ୍ଡି, କାଉନସିଲର ଦେବାଶିଷ ପାତ୍ର, ପ୍ରାକ୍ତନ ବିଧାୟକ ଭାଦବ ହାଁସଦା, ବିଜୁ ଛାତ୍ର ଜନତା ଦଳର ସଭାପତି ସୁନୀଲ କୁମାର ନାୟକ, ବିଜୁ ଯୁବ ଜନତା ଦଳର ଜିଲା ସଭାପତି ଅରୁଣ ବରାଡ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri