ଜିଲା କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଅନୁଗୋଳ ଅଫିସ, ୨୨।୨: ପ୍ରସ୍ତାବିତ କୋଇଲା ଡିପୋ, କୋଲ ୱାସେରି ଓ କ୍ଷୁଦ୍ରଶିଳ୍ପ ପ୍ରତିଷ୍ଠାର ନିଷ୍ପିକୁ ପ୍ରତ୍ୟାହାର କରିବା, ପୁରୁଷାନୁକ୍ରମେ ଭୋଗଦଖଲ କରିଆସୁଥିବା ଚାଷଜମି ଓ ବାସଜମି ଦଖଲଦାରଙ୍କୁ ପଟ୍ଟା ଦେବା, ସରକାରୀ ଉଦ୍ୟୋଗରେ ଜରପଡା ଠାରେ ଏକ ଶୀତଳଭଣ୍ଡାର ନିର୍ମାଣ କରିବା ଦାବିରେ କୃଷକ ଓ କୃଷିଜମି ସୁରକ୍ଷା କମିଟି, ଜେରେଙ୍ଗ-ଭାଗୀରଥିପୁର ପକ୍ଷରୁ ମଙ୍ଗଳବାର ଅନୁଗୋଳ ଜିଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଅନୁଗୋଳ ଷ୍ଟାଡିୟମ୍‌ ପଡିଆଠାରୁ ଏକ ଶୋଭାଯାତ୍ରା ବାହାରି ବଜାର ପରିକ୍ରମା କରିବା ସହ ଜିଲାପାଳଙ୍କ ଅଫିସ ସମ୍ମୁଖରେ ପହଞ୍ଚତ୍ଥିଲା। କମିଟି ସଭାପତି ଆର୍ତ୍ତତ୍ରାଣ ସାହୁଙ୍କ ପରିଚାଳନାରେ ଅନୁଷ୍ଠିତ ବିକ୍ଷୋଭ ସଭାରେ ସମ୍ପାଦକ ଭରତ ନାଏକ, ଉପସଭାପତି ଚରଣ ବେହେରା, ମଣି ନାଏକ, ଚିରନ ପାଣି, ବିଶ୍ୱନାଥ ନାଏକଙ୍କ ସହ ଏସ୍‌ୟୁସିଆଇ (କମ୍ୟୁନିଷ୍ଟ)ର ନବକିଶୋର ପ୍ରଧାନ, ସୁବାସ ପ୍ରଧାନ, ତୀର୍ଥବାସୀ ଭୋଇ, ମାନସ ପାଳ, ରଣଜିତ ପ୍ରଧାନ ପ୍ରମୁଖ ବକ୍ତବ୍ୟ ରଖି ଜେରେଙ୍ଗ ଦେହୁରୀସାହି ପଞ୍ଚାୟତର ଭାଗୀରଥିପୁର ମୌଜା, ଦୁର୍ଗାପୁର ପଞ୍ଚାୟତର ପାଣସାହି ମୌଜା, ଜରପଡା ପଞ୍ଚାୟତର କୁମୁରସିଙ୍ଗ ମୌଜାରେ ପ୍ରସ୍ତାବିତ କୋଇଲା ଡିପୋ, କୋଲ୍‌ ୱାସେରୀ ଓ କ୍ଷୁଦ୍ରଶିଳ୍ପ ପ୍ରତିଷ୍ଠା ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ବାତିଲ କରିବାକୁ ଦାବି କରିଥିଲେ। କୌଣସି ପ୍ରକାର ପଲ୍ଲିସଭା, ଗ୍ରାମସଭା ନ କରି ଦୀର୍ଘଦିନରୁ ଦଖଲ କରିଆସୁଥିବା ଚାଷଜମି, ଜଙ୍ଗଲ, ଗୋଚର ଆଦି ପୁଞ୍ଜିପତିମାନଙ୍କୁ ଟେକିଦେବା ପାଇଁ ପ୍ରଶାସନିକ କଳ ଯେଭଳି ତତ୍ପରତା ପ୍ରକାଶ କରୁଛି ତାହାକୁ ଦୃଢ଼ ନିନ୍ଦା କରିଥିଲେ। ଶେଷରେ ବିକ୍ଷୋଭସ୍ଥଳରୁ ଏକ ପ୍ରତିନିଧି ଦଳ ଯାଇ ଅତିରିକ୍ତ ଜିଲାପାଳଙ୍କୁ ଭେଟି ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିବା ସହ ଆଲୋଚନା କରିଥିଲେ। ପ୍ରଶାସନ ଜମି ଅଧିଗ୍ରହଣ ପ୍ରକ୍ରିୟା ବାତିଲ ନ କଲେ ଆନ୍ଦୋଳନକୁ ଜୋର୍‌ଦାର କରାଯିବ ବୋଲି କମିଟି ପକ୍ଷରୁ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri