ଓଏସ୍‌ଏସ୍‌ସି କାର୍ଯ୍ୟାଳୟ ଆଗରେ ସାଷ୍ଟାଙ୍ଗ ଦଣ୍ଡବତ କରି ବିକ୍ଷୋଭ

ଭୁବନେଶ୍ୱର,୨୫ା୭(ଅନୁରାଧା ମହାରଣା):ଜେଇ ସିଭିଲ ମେନ୍‌ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ପ୍ରତିବାଦରେ ଭୁବନେଶ୍ୱରସ୍ଥିତ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) କାର୍ଯ୍ୟାଳୟ ସମ୍ମୁଖରେ ବେକାରି ଡିପ୍ଲୋମା ଇଞ୍ଜିନିୟର୍ସ ସଂଘ ବିକ୍ଷୋଭ ପ୍ରଦର୍ଶନ କରିଛି। ବିକ୍ଷୋଭକାରୀମାନେ ପ୍ରଶ୍ନପତ୍ର ବିକ୍ରିରେ ଓଏସ୍‌ଏସ୍‌ସି କାର୍ଯ୍ୟାଳୟ ଅଧିକାରୀଙ୍କ ସମ୍ପୃକ୍ତିଥିବା ଅଭିଯୋଗ ଆଣିବା ସହ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି। ତେବେ ଓଏସ୍‌ଏସ୍‌ସି ଚେୟାରମ୍ୟାନ୍‌ଙ୍କ ନିକଟରେ ଦାବି ଉପସ୍ଥାପନ ପାଇଁ ଯିବାବେଳେ ପୋଲିସ ସେମାନଙ୍କୁ ଅଟକାଇଥିଲା। ଏପରିକି ବହୁ ସମୟ ଧରି ଅପେକ୍ଷା ପରେ ବି ଓଏସ୍‌ଏସ୍‌ସି ଚେୟାରମ୍ୟାନ ସେମାନଙ୍କ ପାଖକୁ ନ ଆସିବାରୁ ବିକ୍ଷୋଭକାରୀମାନେ ଗେଟ୍‌ ସମ୍ମୁଖରେ ସାଷ୍ଟାଙ୍ଗ ଦଣ୍ଡବତ କରୁଥିବା ଦେଖିବାକୁ ମିଳିଥିଲା। ଏହାସତ୍ତ୍ୱେ ସେମାନଙ୍କୁ ଅନୁମତି ନ ମିଳିବାରୁ ସେମାନେ ଖାଲି ପାଦରେ ଚାଲି ଚାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଅଭିମୁଖେ ଯାଇଥିଲେ। ତେବେ ସେଠାରେ ମଧ୍ୟ ପୋଲିସ୍‌ ସେମାନଙ୍କୁ ଅଟକାଇଥିଲା। ପରେ ଅଭିଯୋଗ ପ୍ରକୋଷ୍ଠକୁ ଯିବାକୁ ୫ଜଣଙ୍କୁ ଅନୁମତି ମିଳିଥିଲା। ଏହାକୁ ନେଇ ସେମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଥିଲା। ସେମାନେ କହିଛନ୍ତି, ସରକାର ଛାତ୍ରୀଛାତ୍ରଙ୍କୁ ଆତଙ୍କବାଦୀ ଭଳି ବ୍ୟବହାର କରୁଛନ୍ତି। ଆମେ କମିଶନଙ୍କୁ ଭେଟିବାକୁ ଗଲୁ, କିନ୍ତୁ ଭେଟିବାକୁ ଦିଆଗଲା ନାହିଁ। ଯଦି ମୁଖ୍ୟମନ୍ତ୍ରୀ ମଧ୍ୟ ଆମ କଥା ନ ଶୁଣନ୍ତି, ତେବେ ସମୂହ ଆତ୍ମାହୁତି ଦେବୁ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ସେହିପରି ଆନ୍ଦୋଳନକାରୀଙ୍କ ଅଭିଯୋଗ ଅନୁସାରେ, ରାଜ୍ୟରେ ‘୫-ଟି’ର ଗୋଟିଏ ‘ଟି’ କାମ କରୁଛନ୍ତି। ତାହା ହେଉଛି ଦୁର୍ନୀତିର ଟିମ୍‌ ୱାର୍କ। ୫-ଟି ସଚିବ ରାଜ୍ୟ ସାରା ବୁଲୁଛନ୍ତି। ପ୍ରଶ୍ନପତ୍ର ଲିକ୍‌ ହେଉଛି, ଲକ୍ଷ ଲକ୍ଷ ପିଲାଙ୍କ ଭବିଷ୍ୟତ ସହ ଖେଳାଯାଉଥିବାବେଳେ ସଚିବଙ୍କୁ କ’ଣ ଏହା ଜଣାପଡୁନାହିଁ ବୋଲି ସେମାନେ ପ୍ରଶ୍ନ କରିଛନ୍ତି।
ସୂଚନାଥାଉ କି, ଜୁଲାଇ ୧୬ରେ ଜେଇ ସିଭିଲ ମେନ୍‌ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ମାତ୍ର ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଅଭିଯୋଗ ହେବା ପରେ ବାଲେଶ୍ବର ଏସ୍‌ପି ସାଗରିକା ନାଥ ଏହାର ତଦନ୍ତ କରି ରିପୋର୍ଟ ଦେଇଥିଲେ। ଉକ୍ତ ରିପୋର୍ଟ ଭିତ୍ତିରେ ପରୀକ୍ଷା ରଦ୍ଦ ହୋଇଛି। ସେପ୍ଟେମ୍ବର ୩ରେ ପୁଣି ଜେଇ ସିଭିଲ ପରୀକ୍ଷା ହେବ ବୋଲି ଓଏସ୍‌ଏସ୍‌ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri