ବିଭିନ୍ନ ଦାବି ନେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ, ଦାବିପତ୍ରରେ ଭୂମିହୀନଙ୍କୁ…

ଦାରିଙ୍ଗବାଡ଼ି,୧୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶୁକ୍ରବାର ଅଲ୍‌ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସଂଘର ସଭାପତି ପ୍ରଶାନ୍ତ ପ୍ରଧାନ ଏବଂ ସମ୍ପାଦକ ନୀରଜ ପ୍ରଧାନଙ୍କ ନେତୃତ୍ୱରେ ଶତାଧିକ ସଂଘ ସଦସ୍ୟ ସାରିଙ୍ଗିଇର୍ପି ଆମ୍ବତୋଟାଠାରେ ଏକତ୍ରିତ ହୋଇଥିଲେ। ସେଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଉକ୍ତ ସଭାରେ ମୂଳ ନିବାସୀ ପକ୍ଷରୁ ବିଭିନ୍ନ ଦାବି ଉପସ୍ଥାପନା କରାଯାଇ ରାଜ୍ୟପାଳ, ରାଜ୍ୟ ସରକାର ଏବଂ ଜିଲା ପ୍ରଶାସନ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଉକ୍ତ ଦାବିପତ୍ରରେ ଭୂମିହୀନ ଲୋକଙ୍କୁ ତୁରନ୍ତ ଜମିପଟ୍ଟା ପ୍ରଦାନ, ସ୍ଥାନୀୟ ଜନଜାତିଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ, ଜନଜାତି ଅଧ୍ୟୁଷିତ ଅଞ୍ଚଳରେ ଗ୍ରାମସଭାର ବିନା ଅନୁମୋଦନରେ ସରକାର ବିଭିନ୍ନ କମ୍ପାନୀ ହାତକୁ ପ୍ରାୟ ୨୨ ଶହ ଏକର ଜମି ପ୍ରଦାନ ନିଷ୍ପତ୍ତି ଓ ବେଆଇନ ଭାବେ ତାକୁ କାର୍ଯ୍ୟକାରୀ କରି ଜନଜାତିଙ୍କୁ ବିସ୍ଥାପନ କରିବାକୁ ବନ୍ଦ କରିବା ଏବଂ ଦାରିଙ୍ଗବାଡ଼ିର ସାଂଜାସରୁ ଉନ୍ନୟନ ଟ୍ରଷ୍ଟକୁ ରଦ୍ଦ କରିବା ଆଦି ଦାବି ପତ୍ରରେ ଉଲ୍ହେଖ ରହିଛି। ଶୋଭାଯାତ୍ରାରେ ତହସିଲ କାର୍ଯ୍ୟାଳୟ ପହଞ୍ଚି ସେଠାରେ ବିକ୍ଷୋଭ କରାଯିବା ସହ ତହସିଲଦାର ଧୀରଜ ପାତ୍ରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଆଇନଶୃଙ୍ଖଳାର ତଦାରଖ ପାଇଁ ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ତତ୍ତ୍ୱାବଧାନରେ ଶତାଧିକ ସୁରକ୍ଷା କର୍ମୀ ମୁତୟନ ହୋଇଥିଲେ। ଏହି ଆନ୍ଦୋଳନରେ ଆଦିବାସୀ ଦଳିତ ମହାସଂଘ, କୁଇକୁଳ ସମିତି ରାଷ୍ଟ୍ରୀୟ ଆଦିବାସୀ ସେଡୁଲ, ଏରିଆ ସଂଘର୍ଷ ସମିତି ର ଶତାଧିକ କର୍ମକର୍ତ୍ତା ଓ ସଦସ୍ୟ ଯୋଗଦେଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri