କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ମଙ୍ଗଳବାର ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ସରପଞ୍ଚ ମିନତୀ ସେଠୀଙ୍କ ନେତୃତ୍ୱରେ ଶତାଧିକ ଗ୍ରାମବାସୀ ଏକ ଶାନ୍ତିପୂର୍ଣ୍ଣ ଧାରଣା ଦେଇଛନ୍ତି।

ବିଭିନ୍ନ ପ୍ରକାରର ବିକାଶମୂଳକ କାର୍ଯ୍ୟ ସରିଥିଲେ ମଧ୍ୟ ଆକ୍ରୋଶମୂଳକ ଭାବେ ସେଗୁଡ଼ିକର ବିଲ୍ ବନ୍ଦ କରି ରଖାଯାଇଛି। ଅନ୍ତ୍ୟୋଦୟ ଯୋଜନା ଏବଂ ସାମାଜିକ ସୁରକ୍ଷା ଭତ୍ତା ପାଇଁ ହିତାଧିକାରୀ ଚୟନ ପ୍ରକ୍ରିୟାରେ ବ୍ଲକ ପ୍ରଶାସନିକ ଅଧିକାରୀମାନେ ବ୍ୟାପକ ପାତରଅନ୍ତର କରୁଥିବା ସରପଞ୍ଚ ଅଭିଯୋଗ କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ନିର୍ମାଣ କାର୍ଯ୍ୟାଦେଶ ଆବଣ୍ଟନ ସମୟରେ ସରପଞ୍ଚଙ୍କ ମତାମତକୁ କୌଣସି ଗୁରୁତ୍ୱ ଦିଆଯାଉନାହିଁ, ଯାହାଫଳରେ ପ୍ରକୃତ ଯୋଗ୍ୟ ହିତାଧିକାରୀମାନେ ଏଥିରୁ ବଞ୍ଚିତ ହେଉଛନ୍ତି ବୋଲି ସରପଞ୍ଚ ପ୍ରତିନିଧି ମିଥୁନ ସେଠୀ କହିଛନ୍ତି।

ଗ୍ରାମବାସୀଙ୍କଅଭିଯୋଗ ମୁତାବକ, ଦୀର୍ଘ ୩ ମାସରୁ ଅଧିକ ସମୟ ହେବ ଗରିବ ଲୋକମାନେ ସେମାନଙ୍କର ମାସିକ ଭତ୍ତା ଟଙ୍କା ପାଇନାହାନ୍ତି। ଫଳରେ ବୃଦ୍ଧବୃଦ୍ଧାମାନେ ସେମାନଙ୍କର ମାସିକ ଔଷଧ ଖର୍ଚ୍ଚ ଭରଣା କରିବାରେ ଚରମ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ଏହି ଶାନ୍ତିପୂର୍ଣ୍ଣ ଆନ୍ଦୋଳନକୁ ଗଞ୍ଜାମ ଜିଲା ସରପଞ୍ଚ ସଂଘ ସଭାପତି ତଥା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ସରପଞ୍ଚ ମନୋରଞ୍ଜନ ଗୌଡ଼ ଉପସ୍ଥିତ ରହି ସମ୍ପୂର୍ଣ୍ଣ ସମର୍ଥନ ଜଣାଇଛନ୍ତି।

ଅନ୍ୟପକ୍ଷରେ, ଏହି ସମ୍ପର୍କରେ ସାନଖେମୁଣ୍ଡି ବିଡ଼ିଓ  ଜିତେନ୍ଦ୍ର କୁମାର ମିଶ୍ରଙ୍କୁ ପଚାରିବାରୁ ସେ ସରପଞ୍ଚଙ୍କ ସମସ୍ତ ଅଭିଯୋଗକୁ ସମ୍ପୂର୍ଣ୍ଣ ଭିତ୍ତିହୀନ ଓ କପୋଳକଳ୍ପିତ ବୋଲି କହିଛନ୍ତି। ବିଡ଼ିଓଙ୍କ ଅନୁଯାୟୀ, ପଞ୍ଚାୟତର ସମସ୍ତ ଉନ୍ନୟନମୂଳକ କାର୍ଯ୍ୟ ଶେଷ ହେବା ପରେ ପ୍ରଥମେ କାମର ଗୁଣବତ୍ତା ତନଖି କରାଯାଉଛି। ତଦନ୍ତ ସଠିକ୍ ବାହାରିବା ପରେ ହିଁ ନିୟମାନୁସାରେ ବିଲ୍ ମଞ୍ଜୁର କରାଯାଉଛି। ଯଦି ସରପଞ୍ଚଙ୍କ ନିକଟରେ କୌଣସି ନିର୍ଦ୍ଦିଷ୍ଟ ଅନିୟମିତତାର ତଥ୍ୟ-ପ୍ରମାଣ ଅଛି, ତେବେ ସେ ଲିଖିତ ଆକାରରେ ଅଭିଯୋଗ କରନ୍ତୁ, ନିଶ୍ଚିତ ଭାବେ ତଦନ୍ତ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ

ଦିଗପହଣ୍ଡି, ୧୨।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୬’ ଅନୁଷ୍ଠିତ ହୋଇଯାଇଛି।…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?