ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି ଖୋଲିବାନେଇ ରୁଷିକୂଲ୍ୟା ରୟତ ମହାସଭା ପକ୍ଷରୁ ଦାବି କରାଯାଇଛି। ଶୁକ୍ରବାର ରୁଷିିକୁଲ୍ୟା ରୟତ ମହାସଭା ସମ୍ପାଦକ ସୀମାଞ୍ଚଳ ନାହାକ, ବିନାୟକ ଆଚାର୍ଯ୍ୟ, ସ୍ୱପ୍ନେଶ୍ୱର କୃଷକ ସଂଘ ସଭାପତି ଆଇ ମୁକୁନ୍ଦ, ମୁନାଗୌଡ, କିଶୋର ସାସମଲ, ରମେଶ ଚନ୍ଦ୍ର ଗୌଡଙ୍କ ସମେତ ଚାଷୀମାନେ ବ୍ଲକ କାର୍ଯ୍ୟାଳୟକୁ ଆସି ନାରାବାଜି କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

ଏହି ଅବସରରେ ବିଡିଓ ଶରତକୁମାର ପାତ୍ରଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରି ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ଦାବି କରାଯାଇଛି। ଜିଲାରେ ଯଦିଓ ଗତ ୨୪ ତାରିଖରୁ ମଣ୍ଡି ଖୋଲାଯାଇଛି। ହେଲେ ବର୍ତ୍ତମାନ ସୁଦ୍ଧା ପୁରୁଷୋତ୍ତମପୁର ଅଞ୍ଚଳରେ କୌଣସି ସ୍ଥାନରେ ମଣ୍ଡି ଖୋଲା ଯାଇନାହିଁ। ଫଳରେ ଚାଷୀଙ୍କ ହଜାର ହଜାର କୁଇଣ୍ଟାଲ ଧାନ ପଡି ରହିଛି।

ଆଗାମୀ ଦିନରେ ବର୍ଷା ହେବାର ସମ୍ଭାବନା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଦେଉଥିବା ବେଳେ ଧାନ ବିକ୍ରିକୁ ନେଇ ଚାଷୀ ଚିନ୍ତାରେ ପଡିଛନ୍ତି। ମଣ୍ଡି ଖୋଲା ନ ଗଲେ ଚାଷୀଙ୍କ କୁଇଣ୍ଟାଲ କୁଇଣ୍ଟାଲ ଧାନ ବର୍ଷାରେ ଭିଜି ନଷ୍ଟ ହେବାର ସମ୍ଭାବନ ରହିଥିବା ଚାଷୀମାନେ କହିଛନ୍ତି। ତେଣୁ ତୁରନ୍ତ ମଣ୍ଡି ଖୋଲି ଧାନ କିଣିବାକୁ ମହାସଭା ପକ୍ଷରୁ ଦାବି କରାଯାଇଛି।

ଆଗାମୀ ଧାନ କିଣା ନ ଗଲେ ଚାଷୀମାନେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି। ଏନେଇ ବିଡିଓ ଶରତକୁମାର ପାତ୍ର କହିଛନ୍ତି ଯେ, ପୁରୁଷୋତ୍ତମପୁର ବ୍ଳକରେ ରହିଥିବା ୨୬ଟି ପଞ୍ଚାୟରେ ୨୯ଟି ମଣ୍ଡି ଖୋଲାଯିବ। ସେଥିମଧ୍ୟରୁ ୧୪ଟି ମଣ୍ଡି ସ୍ୱୟଂସହାୟକ ଗୋଷ୍ଠୀ ଦ୍ୱାରା ପରିଚାଳିତ ହେବାକୁ ଥିବା ବେଳେ ଅନ୍ୟ ୧୫ଟି ମଣ୍ଡିକୁ ସମବାୟସମିତି ପରିଚାଳନା କରିବେ। ଏନେଇ ସମସ୍ତ ପ୍ରକାରର ପ୍ରସ୍ତୁତି ଶେଷ ହୋଇଛି। ଖୁବଶୀଘ୍ର ମଣ୍ଡି ଖୋଲାଯିବା ସହିତ ଚାଷୀମାନେ ଧାନକୁ ମଣ୍ଡିରେ ଆଣି ଦେଇପାରିବେ ସେ ନେଇ ମଧ୍ୟ ବ୍ୟବସ୍ଥା କରାଯାଇଛି । ଏହାସହ ସୁରୁଖୁରୁରେ ମଣ୍ଡିରେ ଧାନ ଗ୍ରହଣ କରାଯାଇପାରିବ ସେନେଇ ପ୍ରଶାସନ ତତ୍ପର ରହିଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri