ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ: ଦେଲେ ଚେତାବନୀ, ବିଡିଓଙ୍କ ବଦଳି ନ ହେବା ପର୍ଯ୍ୟନ୍ତ…

ଖୋର୍ଦ୍ଧା,୧୦।୨(ପ୍ରଭାତ ପାଣିଗ୍ରାହୀ) : ବୋଲଗଡ ବିଡିଓ ବିବାଦକୁ ନେଇ ବଢିଲା ଜନ ଅସନ୍ତୋଷ । ବିଡିଓ ସୁମନ ସୁଦ୍ଧା କୁଣ୍ଡୁ ଗତ ସାଧାରଣତନ୍ତ୍ର ଦିବସରେ ଅନୁପସ୍ଥିତ ରହିବାକୁ ନେଇ ବିବାଦ ଆରମ୍ଭ ହୋଇଥିଲା । ଆଜି ପୂର୍ବାହ୍ନରେ ବୋଲଗଡ ତହସିଲ କାର୍ଯ୍ୟାଳୟ ଠାରୁ ହଜାରରୁ ଉଦ୍ଧର୍‌ବ ଜନସାଧାରଣ ଏକ ବିଶାଳ ଶୋଭାଯାତ୍ରାରେ ଆସି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ବିଡିଓଙ୍କ ବଦଳି ନହେବା ପର୍ଯ୍ୟନ୍ତ ଏକାଧିକ ସରପଞ୍ଚ, ସମିତିସଭ୍ୟ ବ୍ଲକ ଆଗରେ ଧାରଣା ସହ ଆନ୍ଦୋଳନ ଜାରି ରହିବାକୁ ଚେତାବନୀ ଦେଇଛନ୍ତି ।

ଏଥିସହ ବିଡିଓ ବଦଳି ନହେଲେ ବ୍ଲକ ଅଫିସ କାମ ଅଚଳ କରି ଦିଆଯିବ ବୋଲି ଚେତାବନୀ ଦେଇଛନ୍ତି ବେଗୁନିଆ ବିଧାୟକ। ମାଣିବନ୍ଧ ସରପଞ୍ଚ ସୁନନ୍ଦା ବରାଳ କହିଛନ୍ତି, ବିଡିଓ ବ୍ଲକର କୌଣସି ଜନପ୍ରତିନିଧିମାନଙ୍କୁ ସମ୍ମାନ ଦେଉ ନାହାନ୍ତି। ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ସେମାନଙ୍କୁ ଅଣଦେଖା କରୁଛନ୍ତି । ବ୍ଲକରେ ଚାଲିଥିବା ଉନ୍ନତିମୂଳକ କାର୍ଯ୍ୟରେ ସେ ବାଧକ ସୃଷ୍ଟି କରୁଛନ୍ତି । ବିଡିଓ ବଦଳି ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି କହିଛନ୍ତି ବ୍ଲକ ଉପାଧ୍ୟକ୍ଷ ରମେଶ ଚନ୍ଦ୍ର ସାହୁ।

ସୂଚନାଯୋଗ୍ୟ, ବିଡିଓଙ୍କ ବିରୁଦ୍ଧରେ କାର୍ଯ୍ୟାଷ୍ଠାନ ଦାବିରେ ଗତ ୨୭ ତାରିଖରେ ବୋଲଗଡ ଜନ ସାଧାରଣ ୧୨ ଘଣ୍ଟିଆ ବନ୍ଦ ଡାକରା ଦେବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତହସିଲଦାରଙ୍କୁ ଦାବିପତ୍ର ଦେଇଥିଲେ। ପରେ ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷାଙ୍କ ସମେତ ଏକାଧିକ ପଞ୍ଚାୟତ ସରପଞ୍ଚ ସମିତିସଭ୍ୟ, ୩ ଜିଲା ପରିଷଦ ପୁନଶ୍ଚ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳ ସାଫଲ୍ସ ମଣ୍ଡିତ ପ୍ରଧାନଙ୍କୁ ଦାବିପତ୍ର ଦେଇଥିଲେ। ଅନ୍ୟପଟେ ଗତ ସୋମବାର ଏକାଧିକ ଗ୍ରାମବାସୀ ବିଡିଓଙ୍କ ସପକ୍ଷରେ ଜିଲାପାଳଙ୍କୁ ଦାବିପତ୍ର ଦେଇ ନିର୍ଦ୍ଦେଶ ବୋଲି ଯୁକ୍ତି ଉପସ୍ଥାପନ କରିଥିଲେ।

ସେପଟେ ନିଜେ ବିଡିଓ ସୁମନ ସୁଦ୍ଧା କୁଣ୍ଡୁ କ୍ୟାମେରା ଆଗରେ କୌଣସି ପ୍ରତିକ୍ରିୟା ଦେବାକୁ ମନା କରିଥିବା ବେଳେ ତାଙ୍କର କୌଣସି ଭୁଲ ନାହିଁ । ସାଧାରଣତନ୍ତ୍ର ଦିବସ ଦିନ ତାଙ୍କର ସ୍ବାସ୍ଥ୍ୟ ଅବସ୍ଥା ଭଲ ନଥିଲା ବୋଲି ପ୍ରତିକ୍ରିୟା ରଖିଛନ୍ତି। ମାତ୍ର ଉକ୍ତ ଦିନ ବିଡିଓ ବ୍ଲକ କାର୍ଯ୍ୟାଳୟରେ ଉପସ୍ଥିତ ରହି ପତାକା ଉତ୍ତୋଳନ କରିଥିବା ଜନପ୍ରତିନିଧିମାନେ ଅଭିଯୋଗ ବାଢିଛନ୍ତି। ସେପଟେ ଜନପ୍ରତିନିଧି ମାନେ ଧାରଣାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ବସି ରହିବାର ଚେତାବନୀ ଦେଇଛନ୍ତି। ବୋଲଗଡ ଜନସାଧାରଣ ଓ ନିର୍ବାଚିତ ପ୍ରତିନିଧିଙ୍କ ପକ୍ଷରୁ ଚାଲିଥିବା ଏହି ଆନ୍ଦୋଳନକୁ ଭାଜପା ନେତା ଅଜିତ ପଟ୍ଟନାୟକ, ଭାଜପା ମଣ୍ଡଳ ସଭାପତି ଦିପକ ବିଶ୍ବାଳ ପ୍ରମୁଖ ସମର୍ଥନ ଜଣାଇଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?