ଜିଲା କଂଗ୍ରେସ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବଲାଙ୍ଗୀର ଅଫିସ,୨୧।୧୦: ମମିତା ମେହେର ଅପହରଣ ଓ ହତ୍ୟା ପ୍ରତିବାଦରେ ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ପ୍ରତିବାଦ କରାଯାଇଛି । ମମିତା ହତ୍ୟାକାଣ୍ଡ ପାଇଁ ମୁଖ୍ୟମନ୍ତ୍ରୀ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଉତ୍ତରଦାୟୀ ବୋଲି କୁହାଯାଇଛି । ତୁରନ୍ତ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଇସ୍ତଫା ଦିଅନ୍ତୁ ବୋଲି ଦାବି କରାଯାଇଛି ।