୧୩ ମାସ ହେଲା ଅଙ୍ଗନଓ୍ବାଡ଼ି ଦରମା ବନ୍ଦ, ଜିଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ

ଛତପୁର,୨୮ା୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ବ୍ଲଳ କୁଜିଢେପା ଗ୍ରାମରେ ଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ର ୧୩ ମାସ ହେଲା ବନ୍ଦ ରହିଛି। ଅପରପକ୍ଷରେ ଗ୍ରାମବାସୀଙ୍କ ପକ୍ଷରୁ ବାରମ୍ବାର ଆନ୍ଦୋଳନ ଓ ଜିଲାପାଳଙ୍କଠାରୁ ଆରମ୍ଭ କରି ଜିଲା ସମାଜମଙ୍ଗଳ ଅଧିକାରୀ, ସିଡିପିଓଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ତେବେ ଦୀର୍ଘ ୧୩ ମାସ ପରେ ଉକ୍ତ ସମସ୍ୟା ସମାଧାନ କରିବାରେ ପ୍ରଶାସନ ବିଫଳ ରହିଛି। ଏନେଇ ଗ୍ରାମବାସୀ ତାତି ଉଠିଛନ୍ତି ସମସ୍ୟା ସମାଧାନ ନେଇ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ ସମ୍ମୁଖରେ ଗ୍ରାମବାସୀଙ୍କ ପକ୍ଷରୁ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।
ସୂଚନାଯୋଗ୍ୟ ଗତ ସପ୍ତାହରେ ଗ୍ରାମବାସୀ ପୁଣି ଛତ୍ରପୁର ଆସି ଜିଲାପାଳ ଅନୁପସ୍ଥିତ ଥିବାରୁ ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କୁ ଭେଟି ଏସମ୍ପର୍କରେ ଆଲୋଚନା କରିଥିଲେ ଏବଂ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଥିଲେ। କାର୍ଯ୍ୟାନୁଷ୍ଠାନ ପାଇଁ ଜିଲା ସମାଜ ମଙ୍ଗଳ ଅଧିକାରୀ ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ସପକ୍ଷରେ ଆସି ସମ୍ପୃକ୍ତ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ଆକ୍ରୋଶମୂଳକ ବୋଲି ନିଖିଳ ଓଡ଼ିଶା ଅଙ୍ଗନଓ୍ବାଡ଼ି କର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟର ଜିଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ପରେ ସମସ୍ୟା ସମାଧାନ ନେଇ ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କଠାରୁ ପ୍ରତିଶ୍ରୁତି ପାଇବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ଗର୍ଭବତୀ ଓ ଶିଶୁମାନେ ସମସ୍ୟା ଦେଇ ଗତି କରୁଛନ୍ତି। ଉକ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ୯ ମାସ ହେଲା ବନ୍ଦ ରହିବା ପରେ ୩ ମାସ ହେଲା କେବଳ ଖାଦ୍ୟ କେନ୍ଦ୍ରର ସହାୟିକାଙ୍କ ଦ୍ୱାରା ବଣ୍ଟନ ହେଉଥିଲା। ତାହା ମଧ୍ୟ ପୁଣି ବନ୍ଦ ହୋଇଯାଇଛି। ଫଳରେ ଗର୍ଭବତୀ ଶିଶୁମାନେ ବିଶେଷ ପ୍ରଭାବିତ ହୋଇଛନ୍ତି। ଖାଦ୍ୟ ଯୋଗାଣଠାରୁ ଆରମ୍ଭ କରି ସ୍ବାସ୍ଥ୍ୟ ପରୀକ୍ଷା, ଔଷଧ ବଣ୍ଟନ, ପାଠପଢ଼ା ଓ ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହୋଇପାରୁନି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri