ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ

ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ କରାଯାଇଛି। ସଂଗଠନ ତରଫରୁ ଏକ ଶୋଭାଯାତ୍ରା ଅନୁଗୋଳ ଆମ୍ବେଦକର ଭବନଠାରୁ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ । ସେଠାରେ ଦୁଇ ଘଣ୍ଟା ବିକ୍ଷୋଭ କରାଯିବା ପରେ ଅନୁଗୋଳ ଜିଲାପାଳକୁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଏହି ଶୋଭାଯାତ୍ରାରେ ୧୦୦ରୁ ଉର୍ଦ୍ଧ୍ୱ ମହିଳା ଓ ପୁରୁଷ ଯୋଗଦେଇଥିଲେ ।

ସୂଚନାନୁସାରେ, ଅନୁଗୋଳ ଜିଲା କୁମୁଣ୍ଡ ଗାଁରେ ଅନୁସୂଚିତ ବର୍ଗର ଲୋକମାନଙ୍କର ଘରକୁ କିଛି ଦୁର୍ବୃତ୍ତମାନେ ପୋଡି ସେମାନଙ୍କର ଲକ୍ଷାଧିକ ଟଙ୍କାର ଧନସମ୍ପତି ନଷ୍ଟ କରିଦେଇଛନ୍ତି । ଯାହାଫଳରେ ଆଜି ମୁଣ୍ଡ ଗୁଞ୍ଜିବାକୁ ଭକ୍ତ ଅନୁସୂଚିତ ବର୍ଗ ପରିବାରମାନଙ୍କ ପାଖରେ ବାସଗୃହ ନଥିବାରୁ ସେମାନେ ଦାଣ୍ଡରେ ଭିକ ମାଗୁଛନ୍ତି। କିନ୍ତୁ ଦୁଃଖର କଥା ଥାନା ଅଧିକାରୀ ଦୁର୍ବୃତ୍ତମାନଙ୍କୁ ଗିରଫ କରିବା ବଦଳରେ ସେମାନଙ୍କୁ ଘଣ୍ଟ ଘୋଡାଇ ରଖୁଛନ୍ତି । ୧୨୪ ଘଣ୍ଟା ଭିତରେ ଘର ପୋଡିଥିବା ଗୁଣ୍ଡା ମାନଙ୍କୁ ଗିରଫ କରାଯାଉ । ଅପରପକ୍ଷେ ଝଞ୍ଜିର ବାହାଳ ଆମ୍ବେଦକର ନଗର ଗ୍ରାମରେ ତାଳପତ୍ର କୁଡ଼ିଆରେ ଦୟନୀୟ ଅବସ୍ଥା ରହୁଥିବା ୧୨ଟି ଅନୁସୂଚିତ ବର୍ଗର ପରିବାରମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁଇଟି ଲେଖାଏ ଘର ଯୋଗାଇ ଦେବା ସହିତ ସେମାନଙ୍କୁ ସରକାରୀ ଅନୁକମ୍ପା ପାଞ୍ଚଲକ୍ଷ ଲେଖାଏ ଯୋଗାଇ ଦିଆଯାଉ ବୋଲି ଦାବି କରାଯାଇଛି। କାରଣ ସେହି ସରକାରୀ ଅନୁକମ୍ପାରେ ସେମାନେ ବେପାର ବଣିଜ କରି ନିଜର ପରିବାର ପ୍ରତିପୋଷଣ କରିବେ । ତୃତୀୟତଃ- ତାଳଚେର ଥାନା ଅନ୍ତର୍ଗତ ଖୋଲୁଆ ଗ୍ରାମର ମାନସୀ ଗୋଛାୟତ ନାମକ ଅନୁସୂଚିତ ମହିଳାଙ୍କୁ ଅନୁଗୋଳ କ୍ରିଷ୍ଣା କ୍ଲିନିକର ମାଲିକ ପ୍ରକାଶ ପରିଜା ଓ ତାଙ୍କ ଷ୍ଟାପ ଜାତିଆଣ ଗାଳିଗୁଲଜ କରି ମାଡ ମାରିବା ଘଟଣାରେ ପୋଲିସ ମାମଲା ରୁଜୁ କରି ନିରବ ଦ୍ରଷ୍ଟା ନ ସାଜି ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri