କୃଷି ବିଶ୍ୱବିଦ୍ୟାଳୟ ଦାବି ନେଇ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା

ବଲାଙ୍ଗୀର,୨୫।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବିଜୁ ଜନତା ଦଳ ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କୃଷି ବିଶ୍ୱ ବିଦ୍ୟାଳୟ ଦାବି ନେଇ ଗଣଧାରଣା ଦେବା ସହ ମୁଖ୍ୟମନ୍ତ୍ରୀଙ୍କୁ ଜିଲାପାଳଙ୍କ ଜରିଆରେ ଦାବି ପତ୍ର ପ୍ରଦାନ କରାଯାଇଛି। ଏହି ଅବସରରେ ଜିଲାପାଳଙ୍କ କର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା କରାଯାଇ ଡବଲ ଇଞ୍ଜିନ ସରକାରଙ୍କୁ ସମାଲୋଚନା କରାଯାଇଥିଲା । ଭାଜପା ସରକାର ସମ୍ବଲପୁରଠାରେ କୃଷି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ନେଇ ପ୍ରସ୍ତାବ ଦେବା ଘଟଣାକୁ ବଲାଙ୍ଗୀରବାସୀ ସହଜରେ ଗ୍ରହଣ କରିପାରୁନାହାଁନ୍ତି ବୋଲି ବିଜେଡ଼ି ପକ୍ଷରୁ କୁହାଯାଇଛି। ବଲାଙ୍ଗୀରରେ କୃଷି ବିଶ୍ୱ ବିଦ୍ୟାଳୟ ସ୍ଥାପନ ହେଲେ ପଶ୍ଚିମାଅଞ୍ଚଳର ଛାତ୍ର ସମାଜ, ଅତ୍ୟାଧୁନିକ ବୈଜ୍ଞାନିକ ଗବେଷଣା ଓ ବୈଷୟିକ ଜ୍ଞାନ କୌଶଳ ଆହରଣ କରିବେ ଓ ଭବିଷ୍ୟତରେ ଏହାର ଉପଯୋଗ ଦାରା ଲକ୍ଷାଧିକ କୃଷିଜୀବୀ ଓ ଜନସାଧାରଣ ଉପକୃତ ହେବେ ବୋଲି ବିଜେଡ଼ିର ବକ୍ତାମାନେ କହିଛନ୍ତି। ବଲାଙ୍ଗୀରରେ ସରକାର ତୁରନ୍ତ କୃଷି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରନ୍ତୁ ନଚେତ୍‌ ଆଗକୁ ଆହୁରି ବଡ଼ ଆନ୍ଦୋଳନ କରାଯିବ ବୋଲି ବିଜେଡି ନେତାମାନେ ଚେତାବନୀ ଦେଇଛନ୍ତି। ଏହି ପ୍ରତିବାଦ ସଭାରେ ବଲାଙ୍ଗୀର ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳର ବଲାଙ୍ଗିର ପୌରଧ୍ୟକ୍ଷା ଲୀକା ସାହୁ, ଜିଲା ପରିଷଦ ସଭାପତି ଦେବକୀ ସାହୁ, ପୂର୍ବତନ ପୌରଧ୍ୟକା ଦମୟନ୍ତି ବାଗ, ପୂର୍ବତନ ଚେୟାରମେନ ଲକ୍ଷ୍ମଣ ମେହେର, ପୂର୍ବତନ ଚେୟାର ମେନ ଗୋଲାପ ବାଗ, ବିଜେଡ଼ି ନେତା ପ୍ରଭାସ ପାଣିଗ୍ରାହୀ, ଅସୀମ ପଟ୍ଟନାୟକ, ବିଦୁ ଭୂଷଣ ତ୍ରୀପାଠୀ, କାଉନସିଲର ଶମ୍ଭୁ ନାଗ, ରାଜେନ୍ଦ୍ର ହୋତା, କୈଳାଶ ମହାନ୍ତି, ଭଗବାନ ବଗର୍ତ୍ତୀ, ଆଡ଼ଭୋକେଟ ଅମରେଶ ତ୍ରୀପାଠୀ, ସୁଶୀଲ ଚାନ୍ଦ, ଆଡଭୋକେଟ ଜୟରାମ ମିଶ୍ର, ଛାତ୍ର ନେତା ସୁମନ ନନ୍ଦ ଓ ବିଜେଡ଼ିର ବହୁ ନେତା, ବିଜେଡ଼ିର ମହିଳା ନେତ୍ରୀ ଓ କର୍ମୀ ମାନେ ଆନ୍ଦୋଳନ ଯୋଗଦେଇଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ନଳକୂପରୁ ବାହାରୁଛି ଗୋଳିଆ ପାଣି, କୂଅରୁ ପାଣି ଆଣିବା ପାଇଁ ଦୂରକୁ ଯିବାକୁ ପଡୁଛି

ଦାରିଙ୍ଗବାଡ଼ି,୧୮ା୩(ଅରୁଣ ସାହୁ): ଏବେ ଶୀତ ଯାଇ ଗ୍ରୀଷ୍ମ ଆସିଲା ଚାରିଆଡ଼େ ପିଇବା ପାଣି ଟିକେ ପାଇଁ ସଂଘର୍ଷ କରିବାକୁ ପଡୁଛି। ଯେଉଁଠି ପାଇପ୍‌ ଯୋଗେ ଜଳ ଯୋଗାଣ…

ବ୍ୟବସାୟୀଙ୍କ ସ୍କୁଟି ଡିକି ଭାଙ୍ଗି ୧୧୦ ଗ୍ରାମ୍‌ ସୁନା ଅଳଙ୍କାର ଲୁଟ୍‌

ରାୟଗଡ଼ା,୧୮ା୩(ଆଶିଷ ରଞ୍ଜନ ପଣ୍ଡା): କିଛି ଦିନର ନୀରବତା ପରେ ପୁଣି ରାୟଗଡ଼ା ସହରରେ ଆରମ୍ଭ ହୋଇଛି ଚୋରି ଓ ଲୁଟ୍‌। ପୋଲିସ୍‌କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ କରିଛନ୍ତି…

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି…

ଭୟଙ୍କର ହେଲା ବିଶ୍ୱଯୁଦ୍ଧ: ଇରାନର ନ୍ୟୁକ୍ଲିୟର ପ୍ଲାଣ୍ଟରେ ମିସାଇଲ ମାଡ଼! ବିଶ୍ୱରେ ଚହଳ

ତେହରାନ,୧୮।୩: ଇରାନର ପରମାଣୁ କେନ୍ଦ୍ରରେ ମିସାଇଲ ମାଡ଼। ବୁଶେହର ନିକଟରେ ଅବସ୍ଥିତ ଇରାନର ଏକମାତ୍ର ସକ୍ରିୟ ପରମାଣୁ ଶକ୍ତି କେନ୍ଦ୍ର ପାଖରେ ମିସାଇଲ ମାଡ଼ ହୋଇଛି। ଯାହା…

ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଏଣିକି ୬୦% ସିଟ୍‌ ମାଗଣାରେ ବାଛିପାରିବେ

ନୂଆଦିଲ୍ଲୀ,୧୮ା୩: ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି। ବୁଧବାର ବିମାନଯାତ୍ରୀମାନଙ୍କୁ ଲାଭ ଦେବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବ୍ୟାପକ ତଥା ନୂଆ ନିୟମ ପ୍ରଚଳନ…

ରୁଷିଆ ପରେ ଭାରତକୁ ତେଲ ପଠାଇଲା ଏହି ମୁସିଲମ ଦେଶ, ଚମକି ପଡିଲେ ଟ୍ରମ୍ପ!

ନୂଆଦିଲ୍‌ଲୀ,୧୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ଯୋଗୁଁ ହର୍ମୁଜରେ ସଙ୍କଟ ଆହୁରି ଗଭୀର ହେଉଛି। ଏହି ପରିସ୍ଥିତି ମଧ୍ୟରେ, ଭାରତ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri