ଫସଲ ବୀମା କ୍ଷତିପୂରଣ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ଦାବି ନେଇ ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ସଭାପତି ପି.ହରିକୃଷ୍ଣ ରେଡ୍ଡୀଙ୍କ ନେତୃତ୍ୱରେ ଶହଶହ ଚାଷୀ ବୁଧବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏନେଇ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ସହିତ ସେମାନେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏଥିରେ ଅଖିଳ ଭାରତ କୃଷକ ସଭାର କେନ୍ଦ୍ରୀୟ କମିଟି ସଭ୍ୟ ତଥା ରାଜ୍ୟ ସମ୍ପାଦକ ସୁରେଶ ଚନ୍ଦ୍ର ପାଣିଗ୍ରାହୀ ଯୋଗଦେଇ ଡବଲ ଇଞ୍ଜିନ ସରକାରଙ୍କୁ କଡ଼ା ସମାଲୋଚନା କରିବା ସହିତ ଚାଷୀଙ୍କ ଫସଲ ବୀମାର କ୍ଷତିପୂରଣ ତୁରନ୍ତ ପ୍ରଦାନ ନିମନ୍ତେ ସେ ଦାବି କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ କୃଷକ ନେତା କୈଳାସ ଷଡ଼ଙ୍ଗୀ, ଜିଲା ନେତା ଗୋପାଳ କୃଷ୍ଣ ପାଣିଗ୍ରାହୀ, ଜିଲା ସମ୍ପାଦକ ଅଜୟ ଗୌଡ଼, ଯୋଗେଶ ସାହୁ, ବିଭୂ ପ୍ରସାଦ ପାଣିଗ୍ରାହୀ, ବୈରାଗୀ ବେହେରା, ମୋଚିଆ ଶବର, ଶୁକ୍ରୁ ଶବର, ଉଲ୍ଲାସ ଶବର ଓ ଗୋବର୍ଦ୍ଧନ ପାହାନଙ୍କ ସମେତ ବହୁ କୃଷକ ନେତା ଯୋଗଦେଇ ଚାଷୀଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋକପାତ କରିଥିଲେ। ଏହା ସହିତ ଏକ ପ୍ରତିନିଧି ଦଳ ଅତିରିକ୍ତ ଜିଲାପାଳ ଡଃ ପ୍ରମୋଦ କୁମାର ପୃଷ୍ଟିଙ୍କୁ ଭେଟି ଲିଖିତ ଦାବିପତ୍ର ପ୍ରଦାନ କରିଥିଲେ। ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ସରଳୀକରଣ କରି ଅବଧି ବୃଦ୍ଧି କରିବା। ଗତ ଖରିଫ ଫସଲ ଅମଳ ବେଳେ ଅଦିନିଆ ବର୍ଷାର ଫସଲ ବୀମା କ୍ଷତି ପୂରଣ ପ୍ରଦାନ କରିବା, ଆଦିବାସୀଙ୍କୁ ଜଙ୍ଗଲ ଜମିର ପଟ୍ଟା, ଦଖଲ ସରକାରୀ ଜମି ଓ ଘର ପଟ୍ଟା ପ୍ରଦାନ , ରିହାତି ଦରରେ ସାର, ବିହନ ଓ ଔଷଧ ପ୍ରଦାନ ସହିତ କଳା ବଜାର ବନ୍ଦ କରିବା, ନୂତନ ଜଳ ପ୍ରକଳ୍ପ କରି ସବୁ ଅଞ୍ଚଳକୁ ଜଳସେଚନ କରିବା ଏବଂ ପ୍ରତ୍ୟେକ ବ୍ଲକରେ ଶୀତଳ ଭଣ୍ଡାର ନିର୍ମାଣ କରିବା, ବନ୍ୟଜନ୍ତୁଦାଉରୁ ଚାଷୀ ଫସଲ ରକ୍ଷା ପାଇଁ ବନ୍ୟ ସଂରକ୍ଷଣ ଆଇନ ସଂଶୋଧନ କରିବା, ମନରେଗା ଯୋଜନାରେ ମୂଲିଆଙ୍କୁ ବାର୍ଷିକ ୨୦୦ଦିନ କାମ ସହିତ ଦୈନିକ ୬ଶହ ଟଙ୍କା ମଜୁରୀ ଦେବା, ଜିଲାପାଳ ଓ ବ୍ଲକ କୃଷି କାର୍ଯ୍ୟାଳୟରେ ଫସଲ ବୀମା ଦପ୍ତର ଖୋଲିବା, ଚାଷୀଙ୍କ ଜମିରେ ମାଗଣାରେ ବୋରଓ୍ବେଲ୍‌ ଖନନ ଓ ଅଚଳ ଉଠାଜଳସେଚନ ପଏଣ୍ଟ ମରାମତି ଏବଂ ଆଡ଼ିବନ୍ଧ ନିର୍ମାଣ କରିବା ନିମନ୍ତେ ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri