୧୦ ଦଫା ଦାବି ନେଇ ବିଦ୍ୟୁତ୍‌ ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଫିସ୍‌ ଆଗରେ ଧାରଣା

ବଲାଙ୍ଗୀର,୮ା୧(ବୀରେନ୍ଦ୍ର କୁମାର ଝାଙ୍କର): ଆଉଟ୍‌ସୋର୍ସିଂ କର୍ମଚାରୀଙ୍କୁ ଶୋଷଣ ଅଭିଯୋଗରେ ପଶ୍ଚିମାଞ୍ଚଳ ବିଜୁଳି ଶ୍ରମିକ ସଂଘ ବଲାଙ୍ଗୀର ପକ୍ଷରୁ ବୁଧବାର ଟାଟା ପାୱାର କମ୍ପାନୀ ବିରୋଧରେ ବୁଧବାର ଧାରଣା ଦିଆଯାଇଛି। ଆଉଟ୍‌ସୋର୍ସିଂ କର୍ମଚାରୀଙ୍କୁ ଠିକ୍‌ ସମୟରେ ପାଉଣା ଏବଂ ସାଲାରୀ ସ୍ଲିପ୍‌ ଦିଆଯାଉନାହିଁ। ଏଥିସହ ମନଇଚ୍ଛା କେତେଜଣ କର୍ମଚାରୀଙ୍କୁ ଛଟେଇ କରାଯାଉଥିବା ଅଭିଯୋଗ ହୋଇଛି। ଫଳରେ ସଂଘ ପକ୍ଷରୁ ୧୦ ଦଫା ଦାବିପତ୍ର ନେଇ ବୁଧବାର ସ୍ଥାନୀୟ ବିଦ୍ୟୁତ୍‌ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଫିସ ସମ୍ମୁଖରେ ଧାରଣା ଦିଆଯାଇଥିଲା। ଏହି ଅବସରରେ ଅନୁଷ୍ଠିତ ସଭାରେ ପଶ୍ଚିମାଞ୍ଚଳ ବିଜୁଳି ଶ୍ରମିକ ସଂଘ ସଭାପତି ତଥା କୋଶଲବାଦୀ ନେତା ପ୍ରମୋଦ କୁମାର ମିଶ୍ର, ଉପସଭାପତି ରବିଶଙ୍କର ମିଶ୍ର, ସାଧାରଣ ସମ୍ପାଦକ ବିଭୂତି ଶଙ୍କର ବିନ୍ଧାଣୀ, ସହସାଧାରଣ ସମ୍ପାଦକ ଜ୍ୟୋତି ରଞ୍ଜନ ମହାନ୍ତି, ଟ୍ରେଡ୍‌ ୟୁନିଅନ୍‌ ନେତା ରଣରାଜ ସିଂଦେଓ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ସଭାପତି ମିଶ୍ର କହିଛନ୍ତି, ଟାଟା ପାୱାରରେ କାମ କରୁଥିବା ଆଉଟସୋର୍ସିଂ କର୍ମଚାରୀଙ୍କ କିଛି ସାଧାରଣ ସମସ୍ୟା ରହିଛି। ତାହାକୁ ଦୂର କରିବା ପାଇଁ କର୍ମଚାରୀମାନେ ବାରମ୍ବାର ଅନୁରୋଧ କରୁଥିଲେ ମଧ୍ୟ କମ୍ପାନୀ କର୍ତ୍ତୃପକ୍ଷ କୌଣସି କଥା ଶୁଣୁନାହାନ୍ତି। କର୍ମଚାରୀଙ୍କୁ ନିର୍ଦ୍ଧାରିତ ସମୟରେ ମାସିକ ପାଉଣା ପ୍ରଦାନ କରାଯାଉ ନ ଥିବାରୁ ସେମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଉଟସୋର୍ସିଂ କର୍ମଚାରୀଙ୍କ କୌଣସି ସାମାଜିକ ସୁରକ୍ଷା ରହୁନାହିଁ। ଏଭଳି ୧୦ ଦଫା ଦାବିପତ୍ର ଦିଆଯାଇଛି। ଖୁବ୍‌ଶୀଘ୍ର ଦାବି ପୂରଣ ନ ହେଲେ ସେମାନେ ବାଧ୍ୟହୋଇ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ମିଶ୍ର କହିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ମରଶରୀର ପହଞ୍ଚିବା ପରେ କାନ୍ଦବୋବାଳିରେ ଫାଟି ପଡ଼ିଲା ଗାଁ ଦାଣ୍ଡ

ଗୁଡାରି, ୧୭।୭(ପ୍ରମୋଦ କୁମାର ପତି ): ଦାଦନ ଖଟିବାକୁ କେରଳ ଯାଇଥିବା ଗୁଡାରି ବ୍ଲକର ଜଣେ ଓଡ଼ିଆ ଯୁବକଙ୍କର ସେଠାରେ ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି…

ପୁରୀ ଶ୍ରୀକ୍ଷେତ୍ରରୁ ଭଟଲି ଆସିବ ତିନି ରଥର ଚକ; ସ୍ୱାଗତ ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସୁକତା

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଶ୍ରୀକ୍ଷେତ୍ର ଭାବେ ପରିଚିତ ଶ୍ରୀଶ୍ରୀ ଦଧିବାମନ ଧାମ, ଭଟଲି ପାଇଁ ଏକ ଗୌରବମୟ ତଥା ଐତିହାସିକ ମୁହୂର୍ତ୍ତ ଆସିବାକୁ ଯାଉଛି। ପୁରୀ…

ନିଟ୍-୨୦୨୬ରେ ଚମକିଲେ କୋରାପୁଟର ପୂଜ୍ୟମ ରାଜ, ସର୍ବଭାରତୀୟ ସ୍ତରରେ ରଖିଲେ…

କୋରାପୁଟ, ୧୭।୭ (ଅମିତାଭ ବେହେରା): ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (NEET-2026) ରେ କୋରାପୁଟ ଜିଲା ପାଇଁ ଗୌରବ ଆଣିଛନ୍ତି ସ୍ଥାନୀୟ ଫ୍ୟୁଜନ୍ ୱର୍ଲ୍ଡ ସ୍କୁଲର…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri