ଝାଟିଆ ବିଦ୍ୟୁତ୍‌ ଷ୍ଟ୍ରକ୍‌ଚର ସମ୍ମୁଖରେ ଧାରଣା

ଖଇରା, ୧୨।୫: ବାଲେଶ୍ୱର ଜିଲା ଖଇରା ବିଦ୍ୟୁତ୍‌ ଉପଖଣ୍ଡରେ କ୍ରମାଗତ ୩ମାସ ଧରି ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତା ହଇରାଣ ହେଉଛନ୍ତି। ଗତ ୩ଦିନ ଧରି ରାତିତମାମ ବିଦ୍ୟୁତକାଟ ଉପଭାକ୍ତାଙ୍କୁ କନ୍ଦାଉଛି। ପ୍ରତିବାଦରେ ଝାଟିଆ ବିଦ୍ୟୁତ ଷ୍ଟ୍ରକଚର ସମ୍ମୁଖରେ ଶତାଧିକ ଉପଭୋକ୍ତା ଧାରଣାରେ ବସି ରହିଥିଲେ। ପରେ ଟାଟା ପାୱାର ଖଇରା ଫିଡର ଯନ୍ତ୍ରୀ ଶଶାଙ୍କ ଶେଖର ପଣ୍ଡା ଘଟଣାସ୍ଥଳରେ ପହଞ୍ଚି ଉପଭୋକ୍ତାଙ୍କ ସହ ଆଲୋଚନା ଅବସରରେ ସମସ୍ୟାର ସମାଧାନ ପାଇଁ ସୋର ନିର୍ବାହୀଯନ୍ତ୍ରୀଙ୍କ ନେତୃତ୍ୱରେ ଏକ ଟିମ୍‌ ଶୁକ୍ରବାର ଝାଟିଆ ଷ୍ଟ୍ରକଚରକୁ ଆସିବେ ବୋଲି ପ୍ରତିଶ୍ରୁତି ଦେବା ପରେ ସେମାନେ ଧାରଣାରୁ ଉଠିଥିଲେ।
ଅଭିଯୋଗ ଅନୁଯାୟୀ ଟାଟା ପାୱାର ଦାୟିତ୍ୱ ନେବା ଦିନଠାରୁ ବିଦ୍ୟୁତ ବିଭ୍ରାଟ ଗୁରୁତର ରୂପ ଧାରଣ କରିଛି। କିଛି ବର୍ଷା ପବନ ନ ଥାଇ ଘଣ୍ଟା ଘଣ୍ଟା ଧରି ବିଦ୍ୟୁତକାଟ କରାଯାଉଛି। ବିଦ୍ୟୁତ କାଟ ନ କରିବାକୁ ମୁଖ୍ୟମନ୍ତ୍ରୀ ତାଗିଦ୍‌ କରିବା ସତ୍ତ୍ୱେ ଅଧିକାରୀମାନେ ଏହାକୁ ଅମାନ୍ୟ କରାଯାଉଥିବା ନେଇ ଉପଭୋକ୍ତାମାନେ କହିଛନ୍ତି। ଯଦି ଶୁକ୍ରବାର ଆଲୋଚନା ପରେ ସ୍ଥାୟୀ ସମାଧାନ କରା ନ ଯାଏ ତେବେ ଉପଭୋକ୍ତାମାନେ ଆମରଣ ଅନଶନରେ ବସିବାକୁ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri