୧୨ଦଫା ଦାବିରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ରେଢାଖୋଲ,୫।୧୧(ଡି.ଏନ୍‌.ଏ): ୧୨ ଦଫା ଦାବିରେ ଏସ୍‌ୟୁସିଆଇ(କମ୍ୟୁନିଷ୍ଟ) ରେଢାଖୋଲ ଶାଖା ପକ୍ଷରୁ ଶନିବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଏସ୍‌ୟୁସିଆଇର ବହୁ କର୍ମକର୍ତ୍ତା ସ୍ଥାନୀୟ ଭୀମଭୋଇ ଛକରୁ ଏକ ଶୋଭାଯାତ୍ରାରେ ବାହାରି ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ବିକ୍ଷୋଭ କରିଥିଲେ।

ଏସ୍‌ୟୁସିଆଇ (କମ୍ୟୁନିଷ୍ଟ)ର ଯୁବ ସଂଗଠକ ସଞ୍ଜୀବ କୁମାର ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବିକ୍ଷୋଭ ସମାବେଶରେ ରାଜ୍ୟ ସମ୍ପାଦକ ମଣ୍ଡଳୀ ସଭ୍ୟ ଭିକାରୀ ପ୍ରଧାନ, ତୀର୍ଥବାସି ଭୋଇ, ସରୋଜିନୀ ନାୟକ ପ୍ରମୁଖ ବକ୍ତବ୍ୟ ରଖି ଅଞ୍ଚଳର ବିକାଶ ନେଇ ତୁରନ୍ତ ସମସ୍ତ ଦାବିପୂରଣ କରିବାକୁ ସରକାରଙ୍କ ନିକଟରେ ଦାବି କରିଥିଲେ। ଦାବି ମୁତାବକ, ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଓ ଖାଇବା ତେଲ ଆଦି ଅତ୍ୟାବଶ୍ୟକ ଦ୍ରବ୍ୟର ଦର ବୃଦ୍ଧିକୁ ତୁରନ୍ତ ବନ୍ଦ କରିବା ସହ ବିଦ୍ୟୁତ୍‌ ସେବାର ଘରୋଇ କରଣକୁ ବିରୋଧ କରାଯାଇଛି।

ଏପରିକି ରେଢାଖୋଲ ଉପଖଣ୍ଡର ସମସ୍ତ ଡାକ୍ତରଖାନାରେ ଆବଶ୍ୟକ ଡାକ୍ତର ଓ ଅନ୍ୟ କର୍ମଚାରୀ ନିଯୁକ୍ତି, ବିଦ୍ୟାଳୟରେ ଖାଲିପଡିଥିବା ଶିକ୍ଷକ ପଦବି ପୂରଣ, ରେଢାଖୋଲ କେରାଣ୍ଡି ଜୋର ଜଳସେଚନ ପ୍ରକଳ୍ପର କେନାଲକୁ ହାତୀବାହାଳଠାରୁ ମହୁଲମୁଣ୍ଡା ଡିମିରିମୁଣ୍ଡା ଓ ସାମସିହାଁ ଦେଇ କନ୍ଧରା ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯିବା, ହାତୀ, ବାର୍‌ହା ଓ ଅନ୍ୟାନ୍ୟ ବନ୍ୟଜନ୍ତୁଙ୍କ ଦ୍ବାରା କ୍ଷତି ହେଉଥିବା ଫସଳର ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରିବା, ପ୍ରତି ପଞ୍ଚାୟତରେ ଧାନମଣ୍ଡି ଖୋଲାଯାଇ କୁଇଣ୍ଟାଲ ପିଛା ୩ ହଜାର ଟଙ୍କା ପ୍ରଦାନ, ରେଢାଖୋଲର କଦଳିଗଡଠାରେ ଶୀତଳଭଣ୍ଡାର ସ୍ଥାପନ ଓ ପ୍ରତିଗ୍ରାମକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ଆଦି ୧୨ ଦଫା ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶରେ ଉପଜିଲାପାଳ ପବିତ୍ର ବେହେରାଙ୍କୁ ପ୍ରଦାନ କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ କଳ୍ପତରୁ ପ୍ରଧାନ, ଜ୍ୟୋତ୍ସ୍ନା ପ୍ରଧାନ, ନବୀନ ସାହୁଙ୍କ ସମେତ ବହୁ କର୍ମକର୍ତ୍ତା ଦାବିପତ୍ର ପ୍ରଦାନ ସହ ବିକ୍ଷୋଭ ସମାବେଶରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ମଧ୍ୟଭାଗରେ ଖୋଲିଲା ରିଙ୍କୁ ସିଂହ ଭାଗ୍ୟ, ପ୍ରଥମ IPL ମ୍ୟାଚରେ ଘଟିଲା…

ନୂଆଦିଲ୍ଲୀ,୩୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନର ପ୍ରଥମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ପରାଜୟ ବରଣ କରିଥିଲା। ଅଧିନାୟକ ଅଜିଙ୍କ୍ୟ ରାହାଣେ – ଯିଏ ତାଙ୍କ…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

ବିଧାୟକ ପଦରୁ ଇସ୍ତଫା ଦେଲେ ନବୀନ, ଏବେ କିଏ ହେବେ ବାଙ୍କିପୁରରୁ ପ୍ରାର୍ଥୀ ଉଠିଲାଣି ପ୍ରଶ୍ନ

ପାଟନା,୩୦।୩: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାନସଭା ସଦସ୍ୟ (ଏମଏଲଏ) ପଦରୁ ଇସ୍ତଫା ଦେଇଛନ୍ତି। ସେ ବିହାର ଭାଜପା ୟୁନିଟର ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ…

କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ବିବାହ ବିନା ହୋଇପାରିବେ ଦମ୍ପତି! ସମ୍ପର୍କ ସ୍ଥିର ଥିଲେ ଲିଭ-ଇନ ଦମ୍ପତିଙ୍କୁ ‘ବିବାହିତ’ ଭାବେ ଗ୍ରହଣ କରାଯିବ

ନୂଆଦିଲ୍ଲୀ,୩୦।୩: ଆଜିର ଦ୍ରୁତ ଗତିରେ ବିକଶିତ ହେଉଥିବା ସମାଜରେ, ସମ୍ପର୍କର ପରିଭାଷାରେ ଦ୍ରୁତ ପରିବର୍ତ୍ତନ ହେଉଛି। ଯେଉଁ ସମ୍ପର୍କଗୁଡ଼ିକ ପୂର୍ବରୁ ସାମାଜିକ ଗ୍ରହଣ ପାଇଁ ଚାହିଁ ରହୁଥିଲେ,…

ଉପଜିଲାପାଳଙ୍କ ଅଫିସ ନିକଟରେ ଅଗ୍ନିକାଣ୍ଡ, ୩ ଦୋକାନ ଛାରଖାର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସାଗରପଡ଼ା ଉପଜିଲାପାଳଙ୍କ ଅଫିସ ନିକଟ ଛକରେ ସୋମବାର ଅଗ୍ନିକାଣ୍ଡ ଘଟି ତିନି ଦୋକାନ ଛାରଖାର ହୋଇଯାଇଛି। ଗୋଟିଏ ଟାୟାର ଦୋକାନ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri