୧୨ଦଫା ଦାବିରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ରେଢାଖୋଲ,୫।୧୧(ଡି.ଏନ୍‌.ଏ): ୧୨ ଦଫା ଦାବିରେ ଏସ୍‌ୟୁସିଆଇ(କମ୍ୟୁନିଷ୍ଟ) ରେଢାଖୋଲ ଶାଖା ପକ୍ଷରୁ ଶନିବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଏସ୍‌ୟୁସିଆଇର ବହୁ କର୍ମକର୍ତ୍ତା ସ୍ଥାନୀୟ ଭୀମଭୋଇ ଛକରୁ ଏକ ଶୋଭାଯାତ୍ରାରେ ବାହାରି ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ବିକ୍ଷୋଭ କରିଥିଲେ।

ଏସ୍‌ୟୁସିଆଇ (କମ୍ୟୁନିଷ୍ଟ)ର ଯୁବ ସଂଗଠକ ସଞ୍ଜୀବ କୁମାର ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବିକ୍ଷୋଭ ସମାବେଶରେ ରାଜ୍ୟ ସମ୍ପାଦକ ମଣ୍ଡଳୀ ସଭ୍ୟ ଭିକାରୀ ପ୍ରଧାନ, ତୀର୍ଥବାସି ଭୋଇ, ସରୋଜିନୀ ନାୟକ ପ୍ରମୁଖ ବକ୍ତବ୍ୟ ରଖି ଅଞ୍ଚଳର ବିକାଶ ନେଇ ତୁରନ୍ତ ସମସ୍ତ ଦାବିପୂରଣ କରିବାକୁ ସରକାରଙ୍କ ନିକଟରେ ଦାବି କରିଥିଲେ। ଦାବି ମୁତାବକ, ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଓ ଖାଇବା ତେଲ ଆଦି ଅତ୍ୟାବଶ୍ୟକ ଦ୍ରବ୍ୟର ଦର ବୃଦ୍ଧିକୁ ତୁରନ୍ତ ବନ୍ଦ କରିବା ସହ ବିଦ୍ୟୁତ୍‌ ସେବାର ଘରୋଇ କରଣକୁ ବିରୋଧ କରାଯାଇଛି।

ଏପରିକି ରେଢାଖୋଲ ଉପଖଣ୍ଡର ସମସ୍ତ ଡାକ୍ତରଖାନାରେ ଆବଶ୍ୟକ ଡାକ୍ତର ଓ ଅନ୍ୟ କର୍ମଚାରୀ ନିଯୁକ୍ତି, ବିଦ୍ୟାଳୟରେ ଖାଲିପଡିଥିବା ଶିକ୍ଷକ ପଦବି ପୂରଣ, ରେଢାଖୋଲ କେରାଣ୍ଡି ଜୋର ଜଳସେଚନ ପ୍ରକଳ୍ପର କେନାଲକୁ ହାତୀବାହାଳଠାରୁ ମହୁଲମୁଣ୍ଡା ଡିମିରିମୁଣ୍ଡା ଓ ସାମସିହାଁ ଦେଇ କନ୍ଧରା ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯିବା, ହାତୀ, ବାର୍‌ହା ଓ ଅନ୍ୟାନ୍ୟ ବନ୍ୟଜନ୍ତୁଙ୍କ ଦ୍ବାରା କ୍ଷତି ହେଉଥିବା ଫସଳର ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରିବା, ପ୍ରତି ପଞ୍ଚାୟତରେ ଧାନମଣ୍ଡି ଖୋଲାଯାଇ କୁଇଣ୍ଟାଲ ପିଛା ୩ ହଜାର ଟଙ୍କା ପ୍ରଦାନ, ରେଢାଖୋଲର କଦଳିଗଡଠାରେ ଶୀତଳଭଣ୍ଡାର ସ୍ଥାପନ ଓ ପ୍ରତିଗ୍ରାମକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ଆଦି ୧୨ ଦଫା ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶରେ ଉପଜିଲାପାଳ ପବିତ୍ର ବେହେରାଙ୍କୁ ପ୍ରଦାନ କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ କଳ୍ପତରୁ ପ୍ରଧାନ, ଜ୍ୟୋତ୍ସ୍ନା ପ୍ରଧାନ, ନବୀନ ସାହୁଙ୍କ ସମେତ ବହୁ କର୍ମକର୍ତ୍ତା ଦାବିପତ୍ର ପ୍ରଦାନ ସହ ବିକ୍ଷୋଭ ସମାବେଶରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri