ଉପଜିଲାପାଳଙ୍କ ଅଫିସ୍‌ ଆଗରେ ବିକ୍ଷୋଭ ପ୍ରଦର୍ଶନ

ରାଉରକେଲା ଅଫିସ,୨୪।୧୨: ସୁନ୍ଦରଗଡ଼ ଜିଲାକୁ ଭାଗ କରି ରାଉରକେଲା ଓ ବଣେଇ ଜିଲା ଗଠନ ପାଇଁ ଉଠିଥିବା ଦାବିକୁ ବିରୋଧ ତେଜିବାରେ ଲାଗିଛି। ଏହି କ୍ରମରେ ରାଉରକେଲା ଉଦିତନଗର ସ୍ଥିତ ପାନପୋଷ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୁନ୍ଦରଗଡ ଜିଲା ପେସା ଗ୍ରାମସଭା କୋର୍ଡିନେଶନ କମିଟିର ସଭାପତି ବୁଦ୍ଧିଆ ଜୋଜୋଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ ଜିଲାର ଲାଠିକଟା, ନୂଆଗାଁ, କୁତ୍ରା ଆଦି ବ୍ଲକର ଶତାଧିକ ଗ୍ରାମବାସୀ ଭାଗ ନେଇ ସୁନ୍ଦରଗଡ ଜିଲାକୁ ଭାଗ ଭାଗ କରିବା ବିରୋଧରେ ସ୍ବର ଉତ୍ତୋଳନ କରିଥିଲେ। ଏଥିସହ ଜିଲାରେ ଥିବା ଜଙ୍ଗଲ ଜମି ବେଆଇନ ଅଧିଗ୍ରହଣ ବନ୍ଦ କରିବା, ସୁନ୍ଦରଗଡ ଜିଲାକୁ ଭାଗ ଭାଗ ନ କରିବା, ପେସା ଆଇନ ୧୯୯୬ର ନିୟମକୁ ପାଳନ କରିବା, ଜମିଗୁଡିକୁ ଲିଜ୍‌ରେ ଦେବା ବନ୍ଦ କରିବା ଆଦି ଦାବି କମିଟି ପକ୍ଷରୁ କରାଯାଇଥିଲା।
ଏହି ଅବସରରେ ଜିଲା ପେସା ଗ୍ରାମସଭା କୋର୍ଡିନେଶନ କମିଟି ପକ୍ଷରୁ ଶତାଧିକ ଗ୍ରାମବାସୀ ରାଉରକେଲା ବିଶ୍ରା ଛକରୁ ଏକ ଶୋଭାଯାତ୍ରାରେ ବାହାରି ରାଉରକେଲା ରିଂରୋଡ୍‌ ଦେଇ ପାନପୋଷ ଉପଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ସୁନ୍ଦରଗଡ ଜିଲାକୁ ଭାଗ କରି ରାଉରକେଲା ଓ ବଣେଇ ଜିଲା ଗଠନ ଦାବି ବିରୋଧରେ ପାନପୋଷ ଉପଜିଲାପାଳ ଅଭିମନ୍ୟୁ ମାଝୀଙ୍କୁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ଆଗାମୀ ଦିନରେ ଉକ୍ତ ଦାବି ପୂରଣ କରା ନ ଗଲେ କମିଟି ପକ୍ଷରୁ ଆନ୍ଦୋଳନକୁ ବ୍ୟାପକ କରାଯିବ ବୋଲି ସଭାପତି ଜୋଜୋ ଚେତାବନୀ ଦେଇଥିଲେ। ଏଥିରେ କମିଟିର ଉପସଭାପତି ପିଟର ଟପ୍ନୋ, ସମ୍ପାଦକ ସନ୍ତୋଷ ଓରାମ, ଶୁଖଦାନ ଉନ୍ଦୁଆର, ବିଳାସି ମୁଣ୍ଡାରୀ, ବନ୍ଦନୀ ଓରାମ, ନିସକେନ ସାମଦ, ମାଙ୍ଗରା ଓରାମ, ବିନୋଦ ଟୋପୋ, ସୁଜିତ ଡୁଙ୍ଗଡୁଙ୍ଗ, ଉଇଲିୟମ ମୁଣ୍ଡା, ଅନୀଲ ଟପ୍ପୋଙ୍କ ସମେତ ଶତାଧିକ ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri