ଲୋକଙ୍କ ଅଭିନବ ପ୍ରତିବାଦ: କାଦୁଅ ରାସ୍ତାରେ ଧାନ ବୁଣିଲେ

ସୋର, ୨୮ା୬(ଡି.ଏନ.ଏ.)-ରାସ୍ତା ମରାମତି ପାଇଁ ସ୍ଥାନୀୟ ଲୋକପ୍ରତିନିଧିଙ୍କଠାରୁ ଆରମ୍ଭ କରି ପ୍ରଶାସକ ଯାଏ କେହି ନ ଶୁଣିବାରୁ ଉପାୟଶୂନ୍ୟ ହୋଇ ଗାଁ ଲୋକେ ଅଭିନବ ଉପାୟରେ ପ୍ରତିବାଦ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ସୋର ବ୍ଲକ ଅଧୀନ ମୁଳିସିଂ ପଞ୍ଚାୟତରେ। ମୁଳିସିଂ ପଞ୍ଚାୟତର ୧ନମ୍ବର ୱାର୍ଡ଼ ତଳ ମୁଳିସିଂ ଗ୍ରାମର ଷଡ଼ଙ୍ଗୀ ପୋଖରୀଠାରୁ ମୁଣ୍ଡଳ ସାହି ପର୍ଯ୍ୟନ୍ତ ଯାଇଥିବା ରାସ୍ତାର ଦୈର୍ଘ୍ୟ ପ୍ରାୟ ୧ କି.ମି.। ଏହି ରାସ୍ତା ଉପରେ ୨୦ଟି ପରିବାର ନିର୍ଭର କରନ୍ତି। ଅସରାଏ ବର୍ଷା ହେଲେ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ। ଏପରିକି ଏହି ଗାଁକୁ ସବୁଦିନିଆ ରାସ୍ତା ନ ଥିବାରୁ ରୋଗୀକୁ ନେବା ପାଇଁ ଆମ୍ବୁଲାନ୍ସ ଆସିପାରେ ନାହିଁ ତ କୌଣସି ଦୈବୀ ଦୁବିର୍ର୍ପାକ ହେଲେ ଦମକଳ ଗାଁ ଭିତରକୁ ପଶିପାରେ ନାହିଁ । ଆଉ ଅସରାଏ ବର୍ଷା ହେଲେ ପିଲାଙ୍କର ସ୍କୁଲ ଯିବା ସମ୍ପୂର୍ଣ୍ଣ ବନ୍ଦ ହୋଇଯାଏ। ଏମିତିକି ଗର୍ଭବତୀ, ବୃଦ୍ଧା, ବୃଦ୍ଧଙ୍କୁ ଆବଶ୍ୟକ ସମୟରେ ମେଡ଼ିକାଲ ନେବାକୁ ହେଲେ ଖଟିଆରେ ଭାର କରି ବୋହିନେବାର ନଜିର ରହିଛି। ୨୦୦୨ରେ ତକତ୍ାଳୀନ ବାଲେଶ୍ୱର ଏମ୍‌ପିଙ୍କର ହାତପାଣ୍ଠିରୁ ମାଟି ପଡି଼ ରାସ୍ତାର ଛାଞ୍ଚ ନିର୍ମାଣ ହୋଇଥିଲା । ଦୀର୍ଘ ୧୮ବର୍ଷ ବିତିଯାଇଥିଲେ ହେଁ ଏହି ରାସ୍ତା ଉପରେ ଆଉ କାହାରି ଶୁଭଦୃଷ୍ଟି ପଡ଼ିପାରିଲା ନାହିଁ। ଏହି ଗାଁକୁ ସବୁଦିନିଆ ରାସ୍ତା ପାଇଁ ଗ୍ରାମବାସୀଙ୍କ ପକ୍ଷରୁ ବାରମ୍ବାର ଦାବି ହେଉଥିଲା ବେଳେ କେହି କର୍ଣ୍ଣପାତ କରୁ ନ ଥିବାରୁ ଆଣ୍ଠୁଏ କାଦୁଅ ରାସ୍ତାରେ ଲୋକେ ବିହନ ବୁଣି ପ୍ରଶାସନର ଅପାରଗତାକୁ ପଦାରେ ପକାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri