ବିଭିନ୍ନ ଦାବି ନେଇ ଜିଲାପାଳଙ୍କ ଅଫିସ ସମ୍ମୁଖରେ ପାଚିକା ସହାୟକ ସଂଘର ବିକ୍ଷୋଭ

ଛତ୍ରପୁର,୨୨ା୨(ଦିଲ୍ଲୀପ ସାମଲ/(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଏଆଇଟିୟୁସି ସହ ବନ୍ଧିତ ପାଚିକା ସଂଘ ପକ୍ଷରୁ ୬ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପାଚିକାମାନେ ସରକାରୀ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଯୋଜନାକୁ ସଫଳ କରିଆସୁଛନ୍ତି। ବିଦ୍ୟାଳୟରେ ୬ ଘଣ୍ଟାରୁ ଅଧିକ ସମୟ ପ୍ରଯ୍ୟନ୍ତ ରହି କାମ କରି ଆସୁଥିଲେ ବି ସେମାନେ ସର୍ବନିମ୍ନ ମଜୁରୀରୁ ବଞ୍ଚିତ ହେଉଛନ୍ତି। ରାଜ୍ୟରେ ପାଚିକାମାନଙ୍କୁ ପୂର୍ବରୁ ମାସିକ ୧୪୦୦ ଶହ ଟଙ୍କା ଥିବା ବେଳେ ମାତ୍ର ୬ ଶହ ଟଙ୍କା ବୃଦ୍ଧି ହୋଇ ୨୦୦୦ ଟଙ୍କା କରାଯାଇଛି ଯାହା କି ଅନ୍ୟ ରାଜ୍ୟ ତୁଳନାରେ କମ୍‌। ତେଣୁ ରାଜ୍ୟ ସରକାର ଏହାକୁ ବିଚାର କରି ମାସିକ ୧୮୦୦୦ ଟଙ୍କା ଦାବି କରାଯାଇଛି। ପରେ ୫ ଲକ୍ଷ ପ୍ରଦାନ, ପ୍ରସୂତିକାଳୀନ ଛୁଟି ୧୮୦ ଦିନ, ମଧ୍ୟାହ୍ନଭୋଜନ କାର୍ଯ୍ୟକ୍ରମ ବ୍ୟତିତ ଅନ୍ୟ କୌଣସି କାର୍ଯ୍ୟରେ ନିୟୋଜିତ କରା ନ ଯାଉ, କାର୍ଯ୍ୟରତ ବେଳେ ଦୁର୍ଘଟଣା ଘଟିଲେ ସମ୍ପୂର୍ଣ୍ଣ ମେଡିକାଲ ଖର୍ଚ୍ଚ ଦିଆଯାଉ, ପାଚିକାମାନଙ୍କର ବକେୟା ୨୪ ମାସର ଟଙ୍କା ଆସିଥିବା ବେଳେ କିଛି ପାଚିକା ପାଇ ନାହାନ୍ତି ତେଣୁ ତୁରନ୍ତ ପ୍ରଦାନ କରିବା, ୧୦ ମାସ ବଦଳରେ ୧୨ ମାସର ଭତ୍ତା ପ୍ରଦାନ କରାଯାଉ ଏବଂ ଅବସର ପରେ ପେନ୍‌ସନ୍‌ ପ୍ରଦାନ ଦାବି କରାଯାଇଥିଲା। ଏହି ଦାବିଗୁଡ଼ିକ ପୂରଣ ନ ହେଲେ ଆଗାମୀ ଦିନରେ ଆନ୍ଦୋଳନକୁ ବ୍ୟାପକ କରାଯିବା ବୋଲି ଚେତାବନୀ ଦେଇଥିଲେ। ପରେ ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏହି ସ୍ମାରକପତ୍ର ପ୍ରଦାନ ବେଳେ ନିଖିଳ ଓଡ଼ିଶା ଏମ୍‌ଡିଏମ୍‌ ପାଚିକା ସହାୟକ ସଂଘ ଗଞ୍ଜାମ ଜିଲା କମିଟି ସଭାପତି ରାଜେନ୍ଦ୍ର ଦାସ,ସମ୍ପାଦିକା କୁନି ମହାପାତ୍ର, ଶ୍ରମିକ ନେତା ନୀଳକଣ୍ଠ ଦାଶ ଓ ଦୁର୍ଯ୍ୟୋଧନ ନାହାକ,ସିଏଚ୍‌ ଜନାର୍ଦ୍ଦନ ରେଡ୍ଡୀଙ୍କ ସମେତ ବହୁ ପାଚିକା ସାମିଲ ଥିଲେ। ପ୍ରାରମ୍ଭରେ ଛତ୍ରପୁରସ୍ଥିତ ଲକ୍ଷ୍ମଣ ଭବନରୁ ଏକ ବିରାଟ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri