୮ ଦାବି ନେଇ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ବିକ୍ଷୋଭ

ପୁରୀ ଅଫିସ,୩୧।୧୨: ଭାରତୀୟ ମଜଦୁର ସଂଘ ସଂଲଗ୍ନ ଅଲ୍‌ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍‌ ୱାର୍କର୍ସ ଆସୋସିଏଶନର କର୍ମଚାରୀମାନଙ୍କ ଦୀର୍ଘଦିନର ଦାବିଗୁଡିକୁ ପୂରଣ କରିବା ଦାବିରେ ଶୁକ୍ରବାର ଆସୋସିଏଶନର ପୁରୀ ଜିଲା ଶାଖା ପକ୍ଷରୁ ଏକ ବିଶାଳ ପଦଯାତ୍ରା କରାଯାଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରର୍ଦଶନ କରାଯାଇଥିଲା। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ୮ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି। ଆସୋସିଏଶନ୍‌ ପକ୍ଷରୁ ଦାବିପତ୍ରରେ ଦର୍ଶାଯାଇଛି ଯେ, ୨୦୧୮ମସିହାରେ ଆନ୍ଦୋଳନ ସମୟରେ ବହିଷ୍କୃତ ହୋଇଥିବା ୬ଜଣ ଅଙ୍ଗନୱାଡି କର୍ମୀଙ୍କୁ ପୁନଃ ନିଯୁକ୍ତି ପ୍ରଦାନ କରିବା। ଅଙ୍ଗନୱାଡି କର୍ମଚାରୀମାନଙ୍କୁ ସରକାରୀ କର୍ମଚାରୀର ମାନ୍ୟତା ପ୍ରଦାନ। ଯେତେଦିନ ପର୍ଯ୍ୟନ୍ତ ମାନ୍ୟତା ପ୍ରଦାନ କରାଯାଇନାହିଁ ସେତିକିଦିନ ପର୍ଯ୍ୟନ୍ତ କର୍ମୀମାନଙ୍କୁ ୧୮ହଜାର ଏବଂ ସହାୟିକାମାନଙ୍କୁ ୯ହଜାର ଟଙ୍କା ପ୍ରଦାନ କରିବା ସହ ଇପିଏଫ୍‌, ଇଏସ୍‌ଆଇସି ଏବଂ ଗ୍ରାଜୁଇଟିରେ ସାମିଲ କରିବା। ମିନି ଅଙ୍ଗନୱାଡ଼ି ଉଚ୍ଛେଦ କରି ମିନି ଅଙ୍ଗନୱାଡ଼ି କର୍ମୀଙ୍କୁ ମୁଖ୍ୟ ଅଙ୍ଗନୱାଡି କର୍ମୀର ମାନ୍ୟତା ପ୍ରଦାନ କରାଯାଉ। କର୍ମୀମାନଙ୍କୁ ଅବସରକାଳୀନ ସହାୟତା ରାଶି ୫ଲକ୍ଷ ଟଙ୍କା ସହ ମାସକୁ ପେନ୍‌ସନ ୫ ହଜାର ଟଙ୍କା ପ୍ରଦାନ କରାଯାଉ। କାର୍ଯ୍ୟରତ ଅବସ୍ଥାରେ ମୃତ୍ୟୁ କଲେ ଅଙ୍ଗନୱାଡି କର୍ମୀମାନଙ୍କୁ ମୃତ୍ୟୁକାଳୀନ ୫ ଲକ୍ଷ ସହାୟତା ରାଶି ପ୍ରଦାନ କରିବା ସହ ପରିବାରର ଜଣଙ୍କୁ ଚାକିରି ପ୍ରଦାନ କରାଯାଉ।
ଗାଁ କଲ୍ୟାଣ ସମିତିରୁ ଅଙ୍ଗନୱାଡି କର୍ମଚାରୀମାନଙ୍କୁ ବାଦ୍‌ ଦିଆଯାଉ ପୋଷଣ ଟ୍ରାକରରେ ଅନ୍‌ଲାଇନ ଲୋକେଶନ୍‌କୁ ବନ୍ଦ କରାଯିବା ସହିତ ୨୦୧୮ରେ ଘୋଷଣା କରାଯାଇଥିବା ଗ୍ରୀଷ୍ମ ଅବକାଶକୁ ଲାଗୁ କରାଯାଉ। ନୂତନ ଶିକ୍ଷା ନୀତିରେ ଅଭିଜ୍ଞତା ଓ ଯୋଗ୍ୟତା ଆଧାରରେ ବୟସ ସୀମା ନ ରଖି ସମସ୍ତ ଅଙ୍ଗନୱାଡ଼ି କର୍ମଚାରୀଙ୍କୁ ପ୍ରି ପ୍ରାଇମେରୀ ଶିକ୍ଷୟତ୍ରୀ ମାନ୍ୟତା ପ୍ରଦାନ କରାଯାଉ। ସେହିପରି ୫୦ ଶତକଡା ଅଙ୍ଗନୱାଡ଼ି କର୍ମୀଙ୍କୁ ପଦୋନ୍ନତି ଦିଆଯାଉଥିବା ବେଳେ ୫୦ ଶତକଡା ସ୍ନାତ୍ତକ ଓ ତଦ୍ଦୁର୍ଦ୍ଧ୍ୱ ଅଙ୍ଗନୱାଡି କର୍ମୀମାନଙ୍କୁ ସୁପରଭାଇଜର ପଦବୀରେ ପଦୋନ୍ନତି ଦିଆଯାଉ ବୋଲି ଆସୋସିଏଶନ ଦାବି କରିଛି। ଆସୋସିଏଶନର ପୁରୀ ଜିଲାର ସାଧାରଣର ସମ୍ପାଦିକା ଝୁନାପଣା ଶତପଥୀ ଏବଂ ସଭାନେତ୍ରୀ ଜ୍ୟୋତ୍ସ୍ନା ରାଣୀ ସାହୁଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରର୍ଦଶନ ହେବା ସହ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?