୮ ଦାବି ନେଇ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ବିକ୍ଷୋଭ

ପୁରୀ ଅଫିସ,୩୧।୧୨: ଭାରତୀୟ ମଜଦୁର ସଂଘ ସଂଲଗ୍ନ ଅଲ୍‌ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍‌ ୱାର୍କର୍ସ ଆସୋସିଏଶନର କର୍ମଚାରୀମାନଙ୍କ ଦୀର୍ଘଦିନର ଦାବିଗୁଡିକୁ ପୂରଣ କରିବା ଦାବିରେ ଶୁକ୍ରବାର ଆସୋସିଏଶନର ପୁରୀ ଜିଲା ଶାଖା ପକ୍ଷରୁ ଏକ ବିଶାଳ ପଦଯାତ୍ରା କରାଯାଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରର୍ଦଶନ କରାଯାଇଥିଲା। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ୮ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି। ଆସୋସିଏଶନ୍‌ ପକ୍ଷରୁ ଦାବିପତ୍ରରେ ଦର୍ଶାଯାଇଛି ଯେ, ୨୦୧୮ମସିହାରେ ଆନ୍ଦୋଳନ ସମୟରେ ବହିଷ୍କୃତ ହୋଇଥିବା ୬ଜଣ ଅଙ୍ଗନୱାଡି କର୍ମୀଙ୍କୁ ପୁନଃ ନିଯୁକ୍ତି ପ୍ରଦାନ କରିବା। ଅଙ୍ଗନୱାଡି କର୍ମଚାରୀମାନଙ୍କୁ ସରକାରୀ କର୍ମଚାରୀର ମାନ୍ୟତା ପ୍ରଦାନ। ଯେତେଦିନ ପର୍ଯ୍ୟନ୍ତ ମାନ୍ୟତା ପ୍ରଦାନ କରାଯାଇନାହିଁ ସେତିକିଦିନ ପର୍ଯ୍ୟନ୍ତ କର୍ମୀମାନଙ୍କୁ ୧୮ହଜାର ଏବଂ ସହାୟିକାମାନଙ୍କୁ ୯ହଜାର ଟଙ୍କା ପ୍ରଦାନ କରିବା ସହ ଇପିଏଫ୍‌, ଇଏସ୍‌ଆଇସି ଏବଂ ଗ୍ରାଜୁଇଟିରେ ସାମିଲ କରିବା। ମିନି ଅଙ୍ଗନୱାଡ଼ି ଉଚ୍ଛେଦ କରି ମିନି ଅଙ୍ଗନୱାଡ଼ି କର୍ମୀଙ୍କୁ ମୁଖ୍ୟ ଅଙ୍ଗନୱାଡି କର୍ମୀର ମାନ୍ୟତା ପ୍ରଦାନ କରାଯାଉ। କର୍ମୀମାନଙ୍କୁ ଅବସରକାଳୀନ ସହାୟତା ରାଶି ୫ଲକ୍ଷ ଟଙ୍କା ସହ ମାସକୁ ପେନ୍‌ସନ ୫ ହଜାର ଟଙ୍କା ପ୍ରଦାନ କରାଯାଉ। କାର୍ଯ୍ୟରତ ଅବସ୍ଥାରେ ମୃତ୍ୟୁ କଲେ ଅଙ୍ଗନୱାଡି କର୍ମୀମାନଙ୍କୁ ମୃତ୍ୟୁକାଳୀନ ୫ ଲକ୍ଷ ସହାୟତା ରାଶି ପ୍ରଦାନ କରିବା ସହ ପରିବାରର ଜଣଙ୍କୁ ଚାକିରି ପ୍ରଦାନ କରାଯାଉ।
ଗାଁ କଲ୍ୟାଣ ସମିତିରୁ ଅଙ୍ଗନୱାଡି କର୍ମଚାରୀମାନଙ୍କୁ ବାଦ୍‌ ଦିଆଯାଉ ପୋଷଣ ଟ୍ରାକରରେ ଅନ୍‌ଲାଇନ ଲୋକେଶନ୍‌କୁ ବନ୍ଦ କରାଯିବା ସହିତ ୨୦୧୮ରେ ଘୋଷଣା କରାଯାଇଥିବା ଗ୍ରୀଷ୍ମ ଅବକାଶକୁ ଲାଗୁ କରାଯାଉ। ନୂତନ ଶିକ୍ଷା ନୀତିରେ ଅଭିଜ୍ଞତା ଓ ଯୋଗ୍ୟତା ଆଧାରରେ ବୟସ ସୀମା ନ ରଖି ସମସ୍ତ ଅଙ୍ଗନୱାଡ଼ି କର୍ମଚାରୀଙ୍କୁ ପ୍ରି ପ୍ରାଇମେରୀ ଶିକ୍ଷୟତ୍ରୀ ମାନ୍ୟତା ପ୍ରଦାନ କରାଯାଉ। ସେହିପରି ୫୦ ଶତକଡା ଅଙ୍ଗନୱାଡ଼ି କର୍ମୀଙ୍କୁ ପଦୋନ୍ନତି ଦିଆଯାଉଥିବା ବେଳେ ୫୦ ଶତକଡା ସ୍ନାତ୍ତକ ଓ ତଦ୍ଦୁର୍ଦ୍ଧ୍ୱ ଅଙ୍ଗନୱାଡି କର୍ମୀମାନଙ୍କୁ ସୁପରଭାଇଜର ପଦବୀରେ ପଦୋନ୍ନତି ଦିଆଯାଉ ବୋଲି ଆସୋସିଏଶନ ଦାବି କରିଛି। ଆସୋସିଏଶନର ପୁରୀ ଜିଲାର ସାଧାରଣର ସମ୍ପାଦିକା ଝୁନାପଣା ଶତପଥୀ ଏବଂ ସଭାନେତ୍ରୀ ଜ୍ୟୋତ୍ସ୍ନା ରାଣୀ ସାହୁଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରର୍ଦଶନ ହେବା ସହ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri