ଶ୍ରୀମନ୍ଦିର ସୁରକ୍ଷା ନେଇ ୨୭ରେ ବିକ୍ଷୋଭ, ଦଳମତ ନିର୍ବିଶେଷରେ ସମସ୍ତେ ସାମିଲ ହେବାକୁ ଆହ୍ବାନ

ଭୁବନେଶ୍ୱର,୨୨।୪ (ବ୍ୟୁରୋ): ରାଜ୍ୟ ସରକାରଙ୍କ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଆର୍କିଓଲୋଜିକାଲ ସର୍ଭେ ଅଫ୍‌ ଇଣ୍ଡିଆ (ଏଏସ୍‌ଆଇ)ର ଅନୁମତି ମିଳି ନ ଥିବା ନେଇ ବିବାଦ ଉପୁଜିଥିଲା। ଏପରି ସ୍ଥିତିରେ ଶ୍ରୀମନ୍ଦିରର ସୁରକ୍ଷାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ବିଧାୟକ ସୁରେଶ କୁମାର ରାଉତରାୟ। ଶ୍ରୀମନ୍ଦିର ଓ ମେଘନାଦ ପାଚେରିର ସୁରକ୍ଷା ଦାବି କରି ଆସନ୍ତା ୨୭ ତାରିଖରେ ସିଂହଦ୍ୱାର ସମ୍ମୁଖରେ ସାମୂହିକ ବିକ୍ଷୋଭ ପାଇଁ ସେ ଆହ୍ବାନ କରିଛନ୍ତି।

ଏ ସମ୍ପର୍କରେ ରାଉତରାୟ କହିଛନ୍ତି, ଜଗନ୍ନାଥ ପ୍ରେମୀ ଆମେ ସମସ୍ତେ ଏକାଠି ହୋଇଛୁ। ବିଶ୍ୱ ପ୍ରସିଦ୍ଧ ଶ୍ରୀଜଗନ୍ନଥ ମନ୍ଦିର ଓ ମେଘନାଦ ପାଚେରିର ରକ୍ଷଣାବେକ୍ଷଣ ପାଇଁ ଆମେ ସମସ୍ତେ ଆସନ୍ତା ୨୭ ତାରିଖ ସକାଳ ୯ଟାରେ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ଏକାଠି ହେବାକୁ ଯାଉଛୁ। ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ବିକ୍ଷୋଭ ଶୋଭାଯାତ୍ରା କରାଯିବ। ଏଡେ ବଡ଼ ମନ୍ଦିର ଓ ମେଘନାଦ ପାଚେରି ଯେଉଁ ରାଜା ନିର୍ମାଣ କରିଥିଲେ ସେ ମନ୍ଦିର ଅନୁଯାୟୀ ନିଅଁ ପକାଇଥିଲେ। ତେଣୁ ଏତେ ବଡ଼ ବଡ଼ଦାଣ୍ଡ ଖାଲି ଛାଡି ଦେଇଥିଲେ। ଏତେ ବଡ଼ ମନ୍ଦିରକୁ ଠିଆ ରଖିବା ପାଇଁ ବଡ଼ଦାଣ୍ଡ ପୋତା ହୋଇଛି। ପାଇଖାନା କରିବା ପାଇଁ ହଠାତ୍‌ ସରକାର ବଡ଼ଦାଣ୍ଡକୁ ଖୋଳିଦେଲେ। ଚାରିଆଡ଼ୁ ଆନ୍ଦୋଳନ ହେଲା, ପୁଣି କାମ ବନ୍ଦ କଲେ। ଏପର୍ଯ୍ୟନ୍ତ ଏଏସ୍‌ଆଇ ପକ୍ଷରୁ ଅନୁମତି ଦିଆଯାଇ ନ ଥିଲେ ସୁଦ୍ଧା ସରକାର କେମିତି ଖୋଳିଲେ ବୋଲି ରାଉତରାୟ ପ୍ରଶ୍ନ କରିଛନ୍ତି। ଭାଜପା, କଂଗ୍ରେସ, ଏଏପି, ବାମଦଳ ଦଳମତ ନିର୍ବିଶେଷରେ ସମସ୍ତେ ଏହି ଆନ୍ଦୋଳନରେ ସାମିଲ ହେବା ପାଇଁ ସେ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri