ଶ୍ରୀଲଙ୍କା ରାଷ୍ଟ୍ରପତି ଭବନ ସମ୍ମୁଖରେ ବିରୋଧ ପ୍ରଦର୍ଶନ, କଲମ୍ବୋରେ କର୍ଫ୍ୟୁ

କଲମ୍ବୋ,୧ ।୪: ଶ୍ରୀଲଙ୍କାରେ ଲାଗି ରହିଥିବା ଆର୍ଥିକ ସଙ୍କଟ ମଧ୍ୟରେ ରାଷ୍ଟ୍ରପତି ଗୋଟବାୟା ରାଜପକ୍ଷେଙ୍କ ଇସ୍ତଫା ଦାବି କରାଯାଉଛି । ଗୁରୁବାର ରାଷ୍ଟ୍ରପତିଙ୍କ ଆବାସ ସମ୍ମୁଖରେ ହୋଇଥିବା ବିରୋଧ ପ୍ରଦର୍ଶନ ହିଂସାର ରୂପ ନେଇଛି । ଫଳରେ ଖବରଦାତାଙ୍କ ସମେତ ପ୍ରାୟ ୧୦ ଜଣ ଆହତ ହୋଇଛନ୍ତି । ଫଳରେ ପୋଲିସ ଲୁହବୁହା ଗ୍ୟାସ ଛାଡିବା ସହ ପାଣି ସ୍ପ୍ରେ କରିବାକୁ ବାଧ୍ୟ ହୋଇଥିଲା । ଆହତଙ୍କୁ ତୁରନ୍ତ କଲମ୍ବୋ ରାଷ୍ଟ୍ରୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ସୂଚନାଯୋଗ୍ୟ, ଶ୍ରୀଲଙ୍କାରେ ବୈଦଶିକ ମୁଦ୍ରା କମ୍ କାରଣରୁ ଅତ୍ୟାବଶ୍ୟକ ସାମଗ୍ରୀର ଆବଶ୍ୟକତା ପୂରଣ କରାଯାଇପାରୁ ନାହିଁ । ରୋଷେଇ ଗ୍ୟାସ ମହଙ୍ଗା ହେବା, କାଗଜ ଅଭାବରୁ ପ୍ରିଣ୍ଟିଂ ସଂସ୍ଥା ବନ୍ଦ ହୋଇଯିବା, ଦିନକୁ ୧୩ ଘଣ୍ଟା ବିଜୁଳି ଯୋଗାଣ ବନ୍ଦ ରହିବା ଭଳି ପରସ୍ଥିତିର ସାମ୍ନା କରିବାକୁ ପଡୁଛି । ଏହାକୁ ଦେଖି ଲୋକେ ରାଜପାକ୍ଷେ ସରକାରଙ୍କ ବିରୋଧରେ ସ୍ଲୋଗାନ ଦେଇଛନ୍ତି । ଲୋକେ କହିଛନ୍ତି ଠିକ୍ ପ୍ରବନ୍ଧନ କରା ନ ଯିବାରୁ ବିଦେଶୀ ମୁଦ୍ରା ସଙ୍କଟ ଗମ୍ଭୀର ହୋଇଯାଇଛି ।
ଏପରି ସମସ୍ୟାର ସମାଧାନ କରିବାକୁ ସରକାର ବିଫଳ ହୋଇଥିବାରୁ ଲୋକେ ବିରୋଧ ପ୍ରଦର୍ଶନ କରିଛନ୍ତି । ତେବେ ବିରୋଧ ପ୍ରଦର୍ଶନ ସମୟରେ ଲୋକେ ସେନାର ଏକ ବସ ଓ ଜିପକୁ ଜାଳିଦେଇଥିବାରୁ ପୋଲିସ ଓ ଜନତାଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଛି । ଫଳରେ କଲମ୍ବୋର କିଛି ସ୍ଥାନରେ କର୍ଫ୍ୟୁ ଲାଗୁ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri