ଚକଦର ପ୍ରକଳ୍ପକୁ ନେଇ ତେଜିଲା ବିରୋଧ: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କେନ୍ଦୁଝର,୭।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇଠାରେ ପ୍ରସ୍ତାବିତ ଚକଦର ପ୍ରକଳ୍ପକୁ ବିରୋଧ କରି ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘରାଉ କରାଯାଇଛି। ସମାକୋଇ ଚକଦର ପ୍ରକଳ୍ପ ସମନ୍ବୟ ସମିତି ତେଲକୋଇ ଡାକରାରେ ହଜାର ହଜାର ସଂଖ୍ୟାରେ ତେଲକୋଇ ଅଞ୍ଚଳବାସୀ କେନ୍ଦୁଝର ଜିଲା ମୁଖ୍ୟାଳୟକୁ ଆସି ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିଥିଲେ। ପରେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ପହଞ୍ଚି ଘେରାଉ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

ଏହି ଅବସରରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ବିକ୍ଷୋଭ ସଭା ଅନୁଷ୍ଠିତ ହୋଇଥିଲା। କଂଗ୍ରେସ, ବିଜେଡ଼ି ତଥା ଅନ୍ୟ ସଂଗଠନର ନେତା ଯୋଗଦେଇ ପ୍ରକଳ୍ପ ବିରୋଧରେ ରଣ ହୁଙ୍କାର ଦେଇଥିଲେ। ପ୍ରକଳ୍ପ ଦ୍ବାରା କେନ୍ଦୁଝର ଜିଲାର କୌଣସି ଉପକାର ହେବ ନାହିଁ । ଏଣୁ ଏହାକୁ ବନ୍ଦ କରିବାକୁ ଆନ୍ଦୋନକାରୀ ଦାବି କରିଛନ୍ତି।

ଭିଟା ମାଟିର ସୁରକ୍ଷା ପାଇଁ ଏହି ଆନ୍ଦୋଳନ ଜାରି ରହିବ ବୋଲି ଆନ୍ଦେଳନକାରୀ କହିଛନ୍ତି। ପ୍ରକାଶ ଯେ, ଏହି ପ୍ରକଳ୍ପକୁ ୨୦ ବର୍ଷ ତଳେ ସ୍ଥାନୀୟ ଲୋକଙ୍କ ବିରୋଧ ପରେ ସ୍ଥଗିତ ରଖାଯାଇଥିଲା। ନୂଆ ସରକାର ଆସିବା ପରେ ବଜେଟରେ ଏହି ପ୍ରକଳ୍ପ ପାଇଁ ଆର୍ଥିକ ଅନୁଦାନ ଘୋଷଣା ପରେ ବର୍ତ୍ତମାନ କିଛି ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।

ଏହାର ପ୍ରତିବାଦରେ ତେଲକୋଇ ବନ୍ଦ ମଧ୍ୟ ଡାକରା ଦିଆଯିବା ସହ ଏନ୍‌ଏଚ୍‌ ୪୯ ଅବରୋଧ କରି ଆନ୍ଦୋଳନ କରାଯାଇଛି। ହେଲେ ବର୍ତ୍ତମାନ ସରକାରଙ୍କ ଆଭିମୁଖ୍ୟକୁ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିବା ଆନ୍ଦୋନକାରୀ ପ୍ରକାଶ କରିଛନ୍ତି। ଦାବି ପୂରଣ ନ ହେଲେ ଆଗାମୀ ଦିନରେ ରାଜ୍ୟପାଳଙ୍କ ଅଫିସ ଘେରାଉ କରାଯିବ ବୋଲି ଆନ୍ଦୋଳନକାରୀ ଚେତାବନୀ ଦେଇଛନ୍ତି।

ଆନ୍ଦୋଳନରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ବିଜେଡି ଜିଲା ପରିଷଦ ସଭ୍ୟ ଆଶିଷ ଚକ୍ରବର୍ତ୍ତୀ, ପିସିସି ସାଧାରଣ ସମ୍ପାଦକ ଆଲୋକ ମିଶ୍ର, ସମ୍ପାଦକ ସଂଗ୍ରାମ ଦାସ, ନିର୍ମଳ ନାୟକ, ପୂର୍ବତନ ବିଧାୟକ ସୁବର୍ଣ୍ଣ ନାୟକ, ଧନୁର୍ଜୟ ସିଦ୍ଧୁ, ବରିଷ୍ଠ ନେତା କୃଷ୍ଣଚନ୍ଦ୍ର ମହାନ୍ତି, ପୂର୍ବତନ ଏମ୍‌ପି ଯଶୋବନ୍ତ ଲାଗୁରି, କମିଟି ସଭାପତି କୈଳାସ ଚନ୍ଦ୍ର ପ୍ରଧାନ, ସଂଯୋଜକ ଲକ୍ଷ୍ମୀଧର ପ୍ରଧାନ, ନାରାୟଣ ପ୍ରଧାନ, ଇଂ ବିନୋଦ ନାୟକ ପ୍ରମଖ ଉପସ୍ଥିତ ରହି ଉଦ୍‌ବୋଧନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?